Deprecated: Function get_magic_quotes_gpc() is deprecated in /home/thxlzghk/news.vskodisha.com/wp-content/plugins/admin-menu-editor-pro-bk/includes/menu-editor-core.php on line 3424
ଜଟଣୀ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ରାଷ୍ଟ୍ରୀୟ ନବବର୍ଷ ପାଳନ - ବିଶ୍ୱ ସମ୍ବାଦ କେନ୍ଦ୍ର ଓଡିଶା

ଜଟଣୀ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ରାଷ୍ଟ୍ରୀୟ ନବବର୍ଷ ପାଳନ

ଜଟଣୀ: ଜଟଣୀ କଲେଜ ରୋଡ଼ସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଆଜି ରାଷ୍ଟ୍ରୀୟ ନବବର୍ଷ ପାଳନ କରାଯାଇଥିଲା । ଏଥିରେ ଅବସରପ୍ରାପ୍ତ ପ୍ରଶାସନିକ ଅଧିକାରୀ ତଥା ରାଷ୍ଟ୍ରୀୟ ସ୍ୱୟଂ ସେବକ ସଂଘର ଖୋର୍ଦ୍ଧା ଜିଲ୍ଲା ବ୍ୟବସ୍ଥା ପ୍ରମୁଖ ବରୁଣ କୁମାର କବିରାଜ ଅତିଥି ଭାବେ ଯୋଗଦେଇ ଏହାର ମହତ୍ୱ ଉପରେ ମାର୍ଗଦର୍ଶନ କରିଥିଲେ । ବିଦ୍ୟାଳୟର ପ୍ରଧାନ ଆଚାର୍ଯ୍ୟ ମାନସରଂଜନ ଜେନା ପ୍ରାରମ୍ଭରେ ଅତିଥି ପରିଚୟ ଦେବା ସହ ଏହାର ଆଭିମୁଖ୍ୟ ସମ୍ବନ୍ଧରେ ସୂଚନା ଦେଇଥିଲେ । ଶିକ୍ଷାନୁଷ୍ଠାନ ପରିଚାଳନା କମିଟି ସଭାପତି ପ୍ରସନ୍ନ କୁମାର ରଥଙ୍କ ପୌରୋହିତ୍ୟରେ ଏହା ଅନୁଷ୍ଠିତ ହୋଇଥିଲା । ଏହି ପରିପ୍ରେକ୍ଷୀରେ ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା ।

Leave a Reply