Warning: Private methods cannot be final as they are never overridden by other classes in /home/thxlzghk/news.vskodisha.com/wp-content/plugins/wp-rocket/inc/classes/Buffer/class-cache.php on line 425

Warning: Private methods cannot be final as they are never overridden by other classes in /home/thxlzghk/news.vskodisha.com/wp-content/plugins/wp-rocket/inc/classes/traits/trait-memoize.php on line 87

Warning: Cannot modify header information - headers already sent by (output started at /home/thxlzghk/news.vskodisha.com/wp-content/plugins/wp-rocket/inc/classes/Buffer/class-cache.php:425) in /home/thxlzghk/news.vskodisha.com/wp-content/plugins/wp-rocket/inc/classes/Buffer/class-cache.php on line 214

Deprecated: Function get_magic_quotes_gpc() is deprecated in /home/thxlzghk/news.vskodisha.com/wp-content/plugins/admin-menu-editor-pro-bk/includes/menu-editor-core.php on line 3424
ଡେଲାଙ୍ଗ ସରସ୍ୱତୀ ଶିଶୁ ମନ୍ଦିରର ବାର୍ଷିକ ଉତ୍ସବ - ବିଶ୍ୱ ସମ୍ବାଦ କେନ୍ଦ୍ର ଓଡିଶା

ଡେଲାଙ୍ଗ ସରସ୍ୱତୀ ଶିଶୁ ମନ୍ଦିରର ବାର୍ଷିକ ଉତ୍ସବ


ଡେଲାଙ୍ଗ: ସରସ୍ୱତୀ ଶିଶୁ ମନ୍ଦିର, ମାଣଚିନା ପରିସରରେ ଶିଶୁ ମନ୍ଦିରର ନବମ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲା ପରିଷଦସଭ୍ୟ ଧରଣୀଧର ସାହୁ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ କାର୍ଯ୍ୟକ୍ରମକୁ ଉଦଘାଟନ କରିଥିଲେ । ପ୍ରଧାନ ଆଚାର୍ଯ୍ୟ ହରେକୃଷ୍ଣ ତାଡ଼ଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସମାରୋହରେ ଉଦଘାଟକ ଧରଣୀଧର ସାହୁ, ଗଙ୍ଗାଧର ମହାପାତ୍ର, ଆଇନ ମହାବିଦ୍ୟାଳୟର ଅଧ୍ୟକ୍ଷ ଶେଷଦେବ ମହାରଣା, ପ୍ରବଚକ ଦେବୀ ପ୍ରସାଦ ମହାପାତ୍ର, ସମ୍ମାନିତ ଅତିଥି ବୀର ପୁରୁଷୋତ୍ତମପୁର ସରପଞ୍ଚ ଧ୍ରୁବ ଚରଣ ପ୍ରଧାନ, ଜେନାପୁର ସରପଞ୍ଚ ବିଶ୍ୱନାଥ ପଟ୍ଟନାୟକ, ସମାଜସେବୀ ପ୍ରଦୀପ ସାହୁ, ସାମ୍ବାଦିକ ରାଜ କିଶୋର ସ୍ୱାଇଁ ଓ ରାଷ୍ଟ୍ରପତି ପୁରସ୍କାର ପ୍ରାପ୍ତ ଶିଳ୍ପୀ ସ୍ୱପ୍ନା ମଞ୍ଜରୀ ନାୟକ ପ୍ରମୁଖ ଯୋଗ ଦେଇଥିଲେ । ଏହି ଅବସରରେ ଅତିଥି ମାନେ ବିଦ୍ୟାଳୟର କୃତୀ ଛାତ୍ରଛାତ୍ରୀ, ପିପିଲି,ଡେଲାଙ୍ଗ ଓ ସତ୍ୟବାଦୀ ବ୍ଲକରେ କାର୍ଯ୍ୟରତ ଗଣମାଧ୍ୟମ ପ୍ରତିନିଧି ମାନଙ୍କୁ ମାନପତ୍ର ଓ ଉତ୍ତରୀୟ ପ୍ରଦାନ କରି ସମ୍ବର୍ଦ୍ଧନା ପ୍ରଦାନ କରିଥିଲେ କ୍ଷଶିଶୁ ମନ୍ଦିର ସମ୍ପାଦକ ଜିତେନ୍ଦ୍ର ସ୍ୱାଇଁ ଅତିଥି ପରିଚୟ ଓ ସ୍ୱାଗତ ଭାଷଣ ପ୍ରଦାନ କରିଥିଲେ କ୍ଷ ଶିକ୍ଷକ ପ୍ରତାପ କୁମାର ଜେନା ଧନ୍ୟବାଦ ଅର୍ପଣ କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ ଶିକ୍ଷୟିତ୍ରୀ ଅମ୍ବିକା ନାୟକ, ସୂର୍ଯ୍ୟକାନ୍ତି ମହାରଣା, ବିଜୟଲକ୍ଷ୍ମୀ ବେହେରା, ରୋଜାଲିନ ବରାଳ ଓ ନର୍ମଦା ସାହୁ ପ୍ରମୁଖ ସହଯୋଗ କରିଥିଲେ ।

Leave a Reply