Deprecated: Function get_magic_quotes_gpc() is deprecated in /home/thxlzghk/news.vskodisha.com/wp-content/plugins/admin-menu-editor-pro-bk/includes/menu-editor-core.php on line 3424
ଧର୍ମବିହାର ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ବାର୍ଷିକ ଉତ୍ସବ - ବିଶ୍ୱ ସମ୍ବାଦ କେନ୍ଦ୍ର ଓଡିଶା

ଧର୍ମବିହାର ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ବାର୍ଷିକ ଉତ୍ସବ

ଭୁବନେଶ୍ୱର: ଧର୍ମବିହାର ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ୨୯ତମ ବାର୍ଷିକ ଉତ୍ସବ ବୁଧବାର ଅନୁଷ୍ଠିତ ହୋଇ ଯାଇଛି । ଏଥିରେ ଅତିଥି ଭାବେ ଶିକ୍ଷା ଓ ଅନୁସନ୍ଧାନ ବିଶ୍ୱବିଦ୍ୟାଳୟ (ସୋଆ)ର ଚେୟାରମ୍ୟାନ୍ ତଥା ବରିଷ୍ଠ ଶିକ୍ଷାବିତ୍ ଡ. ଦାମୋଦର ଆଚାର୍ଯ୍ୟ, ବିଶିଷ୍ଟ ସାହିତ୍ୟକ ଗୌରହରି ଦାସ, ଶିକ୍ଷା ବିକାଶ ସମିତିର ପୂର୍ବ ସମ୍ଭାଗର ସୁଦର୍ଶନ ମିଶ୍ର ପ୍ରମୁଖ ଅତିଥି ଭାବେ ଯୋଗ ଦେଇଥିଲେ । ବିଦ୍ୟାଳୟ ପରିଚାଳନା କମିଟି ସମ୍ପାଦକ ସତ୍ୟନାରାୟଣ ପଟ୍ଟନାୟକ ଅତିଥି ପରିଚୟ ଦେଇଥିଲେ । ପ୍ରଧାନ ଆଚାର୍ଯ୍ୟ ଶଶିଭୂଷଣ ଦାଶ ବିବରଣୀ ପାଠ କରିଥିଲେ । ବିଦ୍ୟାଳୟ ପରିଚାଳନା କମିଟି ସଭାପତି ଶ୍ରୀନିବାସ ମାନସିଂ ସଭାକାର୍ଯ୍ୟ ପରିଚାଳନା କରିଥିଲେ । ଏହି ଅବସରରେ ପୂର୍ବରୁ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତୀ ପ୍ରତିଯୋଗୀଙ୍କୁ ଅତିଥିମାନଙ୍କ ଦ୍ୱାରା ପୁରସ୍କୃତ କରାଯାଇଥିଲା । ପରିଚାଳନା କମିଟି କୋଷାଧ୍ୟକ୍ଷ ନାରାୟଣ ଚୌଧୁରୀ ଧନ୍ୟବାଦ ଦେଇଥିଲେ । ଛାତ୍ରଛାତ୍ରୀ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିଥିଲେ । ସମସ୍ତ ଛାତ୍ରଛାତ୍ରୀ ଓ ଅଭିଭାବକ ଯୋଗ ଦେଇଥିଲେ ।

Leave a Reply