ଧାନମଣ୍ଡଳ ସ୍ୱରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ରଜତ ଜୟନ୍ତୀ ସମାରୋହ

ଚଣ୍ଡିଖୋଲ: ବଡ଼ଚଣା ଶିକ୍ଷା ମଣ୍ଡଳ ଅଧିନସ୍ଥ ଧାନମଣ୍ଡଳ ସ୍ୱରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ରଜତ ଜୟନ୍ତୀ ସମାରୋହ ଅନୁଷ୍ଠିତ ହୋଇଯାଇଛି । ଶିକ୍ଷାବିତ୍ ସିଦେ୍ଧଶ୍ୱର ଦାଶ ଙ୍କ ସଭାପତିତ୍ୱରେ ଆୟୋଜିତ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯାଜପୁର ଜିଲ୍ଲା ପରିଷଦ ଅଧ୍ୟକ୍ଷା ନଳିନୀପ୍ରଭା ଜେନା, ମୁଖ୍ୟବକ୍ତା ଭାବେ ଶିବନାରାୟଣ ସିଂହ, ସମ୍ମାନୀତ ଅତିଥି ଭାବେ ଜିଲ୍ଲା ପରିଷଦ ଉପାଧ୍ୟକ୍ଷ ଗଣେଶ୍ୱର ବରାଳ, ସରପଞ୍ଚ ନବଦୀପ ନାୟକ ପ୍ରମୁଖ ଯୋଗ ଦେଇଥିଲେ । ବିଦ୍ୟାଳୟ ପରିଚାଳନା କମିଟିର ସମ୍ପାଦକ ବିଭାସ ଚନ୍ଦ୍ର ନନ୍ଦ ସମ୍ପାଦକୀୟ ବିବରଣୀ ପାଠ କରିବା ସହିତ ଅତିଥି ପରିଚୟ ପ୍ରଦାନ କରିଥିଲେ । ବିଦ୍ୟାଳୟର ପ୍ରଧାନ ଆଚାର୍ଯ୍ୟ ଅକ୍ଷୟ କୁମାର ଦାଶ ଧନ୍ୟବାଦ ଅର୍ପଣ କରିଥିଲେ । ଏହି ଅବସରରେ ଶ୍ରେଷ୍ଠ ଛାତ୍ର ଭାବେ ସ୍ୱରୂପ କୁମାର ବରାଳ ଓÿ ପ୍ରୀତମ କୁମାର ପାତ୍ର ଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା ।

Leave a Reply

Your email address will not be published. Required fields are marked *