Deprecated: Function get_magic_quotes_gpc() is deprecated in /home/thxlzghk/news.vskodisha.com/wp-content/plugins/admin-menu-editor-pro-bk/includes/menu-editor-core.php on line 3424
ବୁଗୁଡ଼ା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରର ବାର୍ଷିକୋତ୍ସବ - ବିଶ୍ୱ ସମ୍ବାଦ କେନ୍ଦ୍ର ଓଡିଶା

ବୁଗୁଡ଼ା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରର ବାର୍ଷିକୋତ୍ସବ

ବୁଗୁଡ଼ା: ସ୍ଥାନୀୟ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପକ୍ଷରୁ ସ୍ୱପରିସରରେ ପଞ୍ଚବିଂଶତି ବାର୍ଷିକ ଉତ୍ସବ ପରି·ଳନା ସମିତି ସଭାପତି ଡ.ବ୍ରଜ କିଶୋର ପାଢ଼ୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ଶ୍ରମ ମନ୍ତ୍ରୀ ଶ୍ରୀକାନ୍ତ ସାହୁ, ମୁଖ୍ୟ ବକ୍ତା ଭାବେ ଶିକ୍ଷା ବିକାଶ ସମିତି ଦକ୍ଷିଣ-ପୂର୍ବ ସମ୍ଭାଗ ସମ୍ପାଦକ କିରଣ କୁମାର ପାଢୀ, ସମ୍ମାନିତ ଅତିଥି ଭାବେ ବିଇଓ କବିବର ପ୍ରଧାନ ଓ ଏନ୍ଏସି ଅଧ୍ୟକ୍ଷ ଚିତ୍ରସେନ ପ୍ରଧାନ ଯୋଗ ଦେଇ ଛାତ୍ରଛାତ୍ରୀଙ୍କୁ ମାର୍ଗ ଦର୍ଶନ କରିବା ସହ କରିଥିଲେ । ଏ ଅବସରରେ ଆୟୋଜିତ ବିଭିନ୍ନ ପ୍ରତିଯୋଗିତାର କୃତି ପ୍ରତିଯୋଗୀଙ୍କୁ ପୁରସ୍କୃତ କରାଯାଇଥିଲା । ଉକ୍ତ ଉତ୍ସବରେ ଗୁରୁଜୀ ସଞ୍ଜୟ କୁମାର ଷଡଙ୍ଗୀ ସଂଯୋଜନା, ଭାରପ୍ରାପ୍ତା ପ୍ରଧାନା·ର୍ଯ୍ୟା ସୁମତି ମିଶ୍ର ବାର୍ଷିକ ବିବରଣୀ ପଠନ, ପରି·ଳନା ସମିତି ଉପସଭାପତି ଗୌରୀ ଶଙ୍କର ମିଶ୍ର ଅତିଥି ପରିଚୟ ପ୍ରଦାନ ଓ ସମ୍ପାଦକ ରମେଶ ଚନ୍ଦ୍ର ଆଲଟିଆ ଧନ୍ୟବାଦ ଅର୍ପଣ କରିଥିଲେ । ଉତ୍ସବର ଦ୍ୱିତୀୟ ପର୍ଯ୍ୟାୟରେ ଛାତ୍ରଛାତ୍ରୀଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିବା ବେଳେ ଶାନ୍ତି ଶୃଙ୍ଖଳା ରକ୍ଷା ଓ ପରି·ଳନାରେ ଶିଶୁ ମନ୍ଦିରର ସମସ୍ତ ସେବାବ୍ରତୀ ସକ୍ରିୟ ସହଯୋଗ କରିଥିଲେ ।

Leave a Reply