ସ୍ୱଦେଶୀ ମୋବାଇଲ ଅପରେଟିଂ ସିଷ୍ଟମର ସଫଳ ପରୀକ୍ଷଣ

ନୂଆଦିଲ୍ଲୀ -କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଦ୍ୱାରା ଆଇଆଇଟି ମାଡ୍ରାସ ଦ୍ୱାରା ବିକଶିତ ସ୍ୱଦେଶୀ ମୋବାଇଲ ଅପରେଟିଂ ସିଷ୍ଟମ – “ଭାରତ ଅପରେଟିଂ ସିଷ୍ଟମ” (ଈଷବକ୍ସଙଝ)ର ପରୀକ୍ଷଣ ସଫଳ ହୋଇଛି । ଏହି ଅବସରରେ ଶ୍ରୀ ପ୍ରଧାନ ଆଇଆଇଟି ମାଡ୍ରାସର ସଫଳ ପ୍ରଚେଷ୍ଟାକୁ ପ୍ରଶଂସା କରିବା ସହ କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ କଳ୍ପନାରେ ଦେଶରେ ସଶକ୍ତ, ସ୍ୱଦେଶୀ ଏବଂ ଆତ୍ମନିର୍ଭର ଭାରତର ଡିଜିଟାଲ ଭିତ୍ତିଭୂମିକୁ ପୂରଣ କରିବା ଦିଗରେ ଏହା ଏକ ମହତ୍ୱପୂର୍ଣ୍ଣ ପଦକ୍ଷେପ । ଏକ ସୁଦୃଢ଼, ସ୍ୱଦେଶୀ, ନିର୍ଭରଯୋଗ୍ୟ ଏବଂ ଆତ୍ମନିର୍ଭର ଡିଜିଟାଲ ଭିତ୍ତିଭୂମିର ଲାଭାର୍ଥୀ ଦେଶର ସାଧାରଣ ନାଗରିକମାନେ ପାଇବେ । ସରକାରଙ୍କ ପଦକ୍ଷେପ ସହ ନୀତି ନିର୍ଦ୍ଧାରକଙ୍କୁ ପ୍ରୋତ୍ସାହନ ଦେବା, ପ୍ରଧାନମନ୍ତ୍ରୀ ମୋଦିଙ୍କ ଭିଜନରେ ଏହା ଏକ ପରୀକ୍ଷାମୂଳକ ପଦକ୍ଷେପ । ଡାଟା ପ୍ରାଇଭେସି ଦିଗରେ ଭାରତ ଅପରେଟିଂ ସିଷ୍ଟମ ଏକ ସଫଳ ଶୁଭାରମ୍ଭ ।ପ୍ରଧାନମନ୍ତ୍ରୀଙ୍କ ନୀତି ଓ ଦୂରଦୃଷ୍ଟି ଆଧାରରେ ଆଇଆଇଟି ମାଡ୍ରାସ ଦ୍ୱାରା ବିକଶିତ ଭାରତ ଅପରେଟିଂ ସିଷ୍ଟମ ସ୍ୱଦେଶୀ ଜ୍ଞାନକୌଶଳରେ ନିର୍ମିତ । ଉଲ୍ଲେଖନୀୟ ଯେ, କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନଙ୍କ ସହ କେନ୍ଦ୍ର ରେଳ, ଇଲେକ୍ଟ୍ରୋନିକ୍ସ ଏବଂ ସୂଚନା ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ମଧ୍ୟ ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ ।

Leave a Reply

Your email address will not be published. Required fields are marked *