Deprecated: Function get_magic_quotes_gpc() is deprecated in /home/thxlzghk/news.vskodisha.com/wp-content/plugins/admin-menu-editor-pro-bk/includes/menu-editor-core.php on line 3424
୧୮ରେ ମାଟ୍ରିକ୍ ରେଜଲ୍ଟ - ବିଶ୍ୱ ସମ୍ବାଦ କେନ୍ଦ୍ର ଓଡିଶା

୧୮ରେ ମାଟ୍ରିକ୍ ରେଜଲ୍ଟ

କଟକ: ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ଦଶମ(ମାଟ୍ରିକ୍) ପରୀକ୍ଷା ଫଳ ତାରିଖ ଘୋଷଣା ହୋଇଛି । ଆସନ୍ତା ୧୮ ତାରିଖରେ

ପ୍ରକାଶ ପାଇବ ମାଟ୍ରିକ୍ ପରୀକ୍ଷା ଫଳ । କଟକ ବୋର୍ଡ କାର୍ଯ୍ୟାଳୟରେ ଆଜି ଏକ ସାମ୍ବାଦିକ

ସମ୍ମିଳନୀରେ ବୋର୍ଡ ସଭାପତି ରମାଶିଷ ହାଜରା ଏହି ସୂଚନା ଦେଇଛନ୍ତି । ଗୁରୁବାର ସକାଳ

୧୦ଟା ବେଳେ ବିଭାଗୀୟ ମନ୍ତ୍ରୀ ଓ ସଚିବଙ୍କ ଉପସ୍ଥିତିରେ ମାଟ୍ରିକ୍ ପରୀକ୍ଷା ଫଳ ପ୍ରକାଶ ପାଇବ ।

ଏନେଇ ଅଧିକ ସୂଚନା ଦେଇ ବୋର୍ଡର ଉପସଭାପତି ଡକ୍ଟର ନିହାର ରଞ୍ଜନ ମହାନ୍ତି କହିଛନ୍ତି,

ଦିନ ୧୨ଟା ସୁଦ୍ଧା ସମସ୍ତେ ମାଟ୍ରିକ୍ ପରୀକ୍ଷା ଫଳ ଜାଣିପାରିବେ । ପିଲାମାନେ ମୋବାଇଲରେ

ଏସଏମଏସ କରି ମଧ୍ୟ ଜାଣିପାରିବେ । ୱେବସାଇଟରୁ ବି ଫଳ ଜାଣିପାରିବେ ଛାତ୍ରଛାତ୍ରୀ ।

www.bseodisha.ac.in ବୋର୍ଡ ୱେବସାଇଟରେ ଛାତ୍ରଛାତ୍ରୀ ରେଜଲ୍ଟ ଜାଣିପାରିବେ ।

ଏହାସହିତ ନିଜର ମୋବାଇଲରୁ ଙଜ୧୦ ଏବଂ ନିଜର ରୋଲ ନମ୍ବରକୁ ଟାଇପ କରି

୫୬୭୬୭୫୦କୁ ପଠାଇଲେ ପରୀକ୍ଷା ଫଳ ଜାଣିହେବ । ଏଥର ୫ ଲକ୍ଷ ୧୮ ହଜାର ପରୀକ୍ଷାର୍ଥୀ

ପରୀକ୍ଷା ଦେଇଛନ୍ତି । ଏଥର ପରୀକ୍ଷାଫଳକୁ ତ୍ରୁଟିଶୂନ୍ୟ କରିବା ଲାଗି ପ୍ରୟାସ କରାଯାଇଛି । ସୂଚନାଯୋଗ୍ୟ,

ମାଟ୍ରିକ୍, ମଧ୍ୟମା, ମୁକ୍ତବିଦ୍ୟାଳୟ ପାଇଁ ମୋଟ ୫ଲକ୍ଷ ୪୧ହଜାର ୨୪୭ ପରୀକ୍ଷାର୍ଥୀ ଫର୍ମପୂରଣ କରିଥିବା

ବେଳେ ରାଜ୍ୟର ୩୨୧୮ଟି ପରୀକ୍ଷା କେନ୍ଦ୍ରରେ ପରୀକ୍ଷା ଅନୁଷ୍ଠିତ ହୋଇଥିଲା । ପ୍ରଶ୍ନପତ୍ର ରଖିବା ପାଇଁ

୩୧୬ଟି ନୋଡାଲ ସେଣ୍ଟର କରାଯାଇଥିଲା । ରାଜ୍ୟରେ ୫୫ଟି ମୂଲ୍ୟାୟନ କେନ୍ଦ୍ରରେ ପରୀକ୍ଷାର୍ଥୀଙ୍କ

ଉତ୍ତର ଖାତାର ମୂଲ୍ୟାୟନ ଏପ୍ରିଲ ୩ ତାରିଖରୁ ଆରମ୍ଭ ହୋଇ ୧୨ ଦିନ ପର୍ଯ୍ୟନ୍ତ ଚାଲିଥିଲା ।

Leave a Reply