Deprecated: Function get_magic_quotes_gpc() is deprecated in /home/thxlzghk/news.vskodisha.com/wp-content/plugins/admin-menu-editor-pro-bk/includes/menu-editor-core.php on line 3424
କଟକ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଅଙ୍ଗନୱାଡ଼ି କର୍ମୀଙ୍କ ବିକ୍ଷୋଭ - ବିଶ୍ୱ ସମ୍ବାଦ କେନ୍ଦ୍ର ଓଡିଶା

କଟକ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଅଙ୍ଗନୱାଡ଼ି କର୍ମୀଙ୍କ ବିକ୍ଷୋଭ

କଟକ: ଭାରତୀୟ ମଜଦୁର ସଂଘ ଦ୍ୱାରା ପରିଚାଳିତ ଅଲ୍ ଓଡ଼ିଶା ଅଙ୍ଗନୱାଡ଼ି ଲେଡ଼ିଜ୍ ୱାର୍କରସ୍ ଆସୋସିଏସନ୍ ତରଫରୁ ଅଙ୍ଗନୱାଡ଼ି କର୍ମଚାରୀଙ୍କ ନ୍ୟାୟ ସଙ୍ଗତ ଦାବୀକୁ ନେଇ ଗତ ନଭେମ୍ବର ୨୧ ତାରିଖ ଠାରୁ ବର୍ତମାନ ପର୍ଯ୍ୟନ୍ତ ଭୁବନେଶ୍ୱରରେ ଧାରଣା ପ୍ରଦର୍ଶନ ସହିତ କାର୍ଯ୍ୟ ବନ୍ଦ ଆନେ୍ଦାଳନ ଜାରି ରହିଛି । ଅଙ୍ଗନୱାଡ଼ି କର୍ମଚାରୀଙ୍କର ଦୀର୍ଘଦିନ ଆନେ୍ଦାଳନ ପରେ ମଧ୍ୟ ସରକାରଙ୍କ ତରଫରୁ ବାରମ୍ବାର ଆଲୋଚନା ହୋଇଥିଲେ ମଧ୍ୟ କୌଣସି ସୁଫଳ ମିଳି ପାରୁନାହିଁ । ଏହାର ପ୍ରତିବାଦରେ ଆଜି ସାରା ରାଜ୍ୟରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ ସହ ଧାରଣା କାର୍ଯ୍ୟକ୍ରମ କରାଯାଇ ଜିଲ୍ଲାପାଳଙ୍କ ଜରିଆରେ ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀଙ୍କ ଉଦେ୍ଦଶ୍ୟରେ ଦାବୀପତ୍ର ପ୍ରଦାନ କରାଯାଇଛି । ଏହି ଅବସରରେ ଆଜି ଅଲ ଓଡ଼ିଶା ଅଙ୍ଗନୱାଡ଼ି ଲେଡ଼ିଜ୍ ୱାର୍କରସ୍ ଆସୋସିଏସନ୍, କଟକ ଜିଲ୍ଲା ତରଫରୁ କଟକ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଶାଳ ଧାରଣା ବିକ୍ଷୋଭ ପ୍ରଦର୍ଶନ କରାଯାଇ ଜିଲ୍ଲାପାଳଙ୍କ ଜରିଆରେ ଆଠଦଫା ଦାବୀପତ୍ର ପ୍ରଦାନ କରାଯାଇଛି । ଏହି କାର୍ଯ୍ୟକ୍ରମରେ ଅଲ୍ ଓଡ଼ିଶା ଅଙ୍ଗନୱାଡ଼ି ଲେଡ଼ିଜ୍ ୱାର୍କରସ୍ ଆସୋସିଏସନ୍ କଟକ ଜିଲ୍ଲା ସଭାନେତ୍ରୀ ପ୍ରମିଳା ଦାସ, ସମ୍ପାଦିକା ପୁଷ୍ପଲତା ମହାନ୍ତି, କୋଷାଧ୍ୟକ୍ଷା ସ୍ୱର୍ଣ୍ଣଲତା ସାହୁ,ସୁହାସିନୀ ଖଟୁଆ,ଟୁନା ରାଣୀ ପଣ୍ଡା, ଝୁନୁ ମହାନ୍ତି, ଭାରତୀୟ ମଜଦୁର ସଂଘ ରାଜ୍ୟ ବରିଷ୍ଠ କର୍ମକର୍ତା ବସନ୍ତ କୁମାର ସାହୁ, କଟକ ଜିଲ୍ଲା ସମ୍ପାଦକ ଭାଗୀରଥ ବେହେରା, ଉପସଭାପତି ତଥା ଆଇନଜିବୀ ରମାକାନ୍ତ ସାହୁ ପ୍ରମୁଖ ଆନେ୍ଦାଳନର ନେତୃତ୍ୱ ନେଇ ଅଙ୍ଗନୱାଡ଼ି କର୍ମଚାରୀମାନଙ୍କର ବିଭିନ୍ନ ସମସ୍ୟା ଉପରେ ଉଦ୍ୱୋଧନ ଦେଇଥିଲେ ।

Leave a Reply