Deprecated: Function get_magic_quotes_gpc() is deprecated in /home/thxlzghk/news.vskodisha.com/wp-content/plugins/admin-menu-editor-pro-bk/includes/menu-editor-core.php on line 3424
ହକିରେ ଭାରତର ଏକ ସମୃଦ୍ଧ ଇତିହାସ ରହିଛି: ଅନୁରାଗ - ବିଶ୍ୱ ସମ୍ବାଦ କେନ୍ଦ୍ର ଓଡିଶା

ହକିରେ ଭାରତର ଏକ ସମୃଦ୍ଧ ଇତିହାସ ରହିଛି: ଅନୁରାଗ


କଟକ: ଦେଶରେ କ୍ରୀଡ଼ା ଓ ଖେଳର ପ୍ରୋତ୍ସାହନ ଲାଗି ଭାରତ ସରକାର ଅନେକ ପଦକ୍ଷେପ ନେଉଛନ୍ତି । ଏହା କହିଛନ୍ତି କେନ୍ଦ୍ର ସୂଚନା ଓ ପ୍ରସାରଣ ଏବଂ ଯୁବ ବ୍ୟାପାର ଓ କ୍ରୀଡ଼ାମନ୍ତ୍ରୀ ଅନୁରାଗ ସିଂ ଠାକୁର । ସେ କହିଥିଲେ ଯେ ସହଯୋଗୀ ସଂଘୀୟ ବ୍ୟବସ୍ଥାର ଭାବନା ନେଇ ରାଜ୍ୟମାନେ ମଧ୍ୟ ଏ କ୍ଷେତ୍ରରେ ଉଲ୍ଲେଖନୀୟ କାର୍ଯ୍ୟ କରୁଛନ୍ତି । କଟକର ଐତିହାସିକ ବାରବାଟୀ ଷ୍ଟାଡିୟମ୍ରେ ଏଫ୍ଆଇଏଚ୍ ପୁରୁଷ ହକି ବିଶ୍ୱକପ୍ର ଉଦ୍ଘାଟନୀ ସମାରୋହକୁ ଉଦ୍ଘାଟନ କରି କେନ୍ଦ୍ରମନ୍ତ୍ରୀ କହିଥିଲେ ଯେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଜଣେ କ୍ରୀଡ଼ାପ୍ରେମୀ ହୋଇଥିବାବେଳେ ତାଙ୍କ ନେତୃତ୍ୱରେ ଭାରତ ସରକାର ଜାତୀୟ ହକି ଦଳକୁ ସବୁ ପ୍ରକାର ସହାୟତା ଯୋଗାଇ ଦେଇଛନ୍ତି । କେନ୍ଦ୍ରମନ୍ତ୍ରୀ ଆହୁରି କହିଥିଲେ ଯେ ହକି ଖେଳରେ ଭାରତର ଏକ ସମୃଦ୍ଧ ଇତିହାସ ରହିଛି । ସ୍ୱାଧୀନତା ପୂର୍ବରୁ କିମ୍ବଦନ୍ତୀ ହକି ଖେଳାଳୀ ମେଜର ଧ୍ୟାନଚାନ୍ଦଙ୍କ ନେତୃତ୍ୱରେ ଏବଂ ସ୍ୱାଧୀନତା ପରେ ହକି କିମ୍ବଦନ୍ତୀ ବଲବୀର ସିଂ ସିନିୟରଙ୍କ ନେତୃତ୍ୱରେ ଭାରତୀୟ ଦଳ ତିନିଥର ଅଲିମ୍ପିକ୍ସ ସ୍ୱର୍ଣ୍ଣ ପଦକ ଜିତିଥିଲା । କେନ୍ଦ୍ର କ୍ରୀଡ଼ାମନ୍ତ୍ରୀ ହକି ବିଶ୍ୱକପ୍ର ଭବ୍ୟ ଉଦ୍ଘାଟନୀ ସମାରୋହକୁ ପ୍ରଶଂସା କରିଥିଲେ । ଭାରତରେ ଲଗାତାର ଦୁଇଥର ଏଫ୍ଆଇଏଚ୍ ପୁରୁଷ ହକି ବିଶ୍ୱକପ୍ ଆୟୋଜନ ପାଇଁ ସୁଯୋଗ ଦେଇଥିବାରୁ ଏଫଆଇଏଚ ସଭାପତି ତୟବ ଇକ୍ରାମଙ୍କୁ ଶ୍ରୀ ଠାକୁର ଧନ୍ୟବାଦ ଜଣାଇଥିଲେ ।

Leave a Reply