Deprecated: Function get_magic_quotes_gpc() is deprecated in /home/thxlzghk/news.vskodisha.com/wp-content/plugins/admin-menu-editor-pro-bk/includes/menu-editor-core.php on line 3424
ଚାଉଳ ଉତ୍ପାଦନ ଆମ ଅର୍ଥନୀତିକୁ ସମୃଦ୍ଧ କରିଛି - ବିଶ୍ୱ ସମ୍ବାଦ କେନ୍ଦ୍ର ଓଡିଶା

ଚାଉଳ ଉତ୍ପାଦନ ଆମ ଅର୍ଥନୀତିକୁ ସମୃଦ୍ଧ କରିଛି

କଟକ: ଚାଉଳ ଜୀବନର ଶସ୍ୟ । ଖାଦ୍ୟ ସୁରକ୍ଷାରେ ଚାଉଳର ଭୂମିକା କଣ ସମସ୍ତଙ୍କୁ ଜଣା । ଚାଉଳ ଉତ୍ପାଦନ ଆମ ଅର୍ଥନୀତିକୁ ସମୃଦ୍ଧ କରିଛି । ବିଦ୍ୟାଧରପୁର ଜାତୀୟ ଧାନ ଗବେଷଣା ପ୍ରତିଷ୍ଠାନରେ ଇଣ୍ଡିଆନ ରାଇସ୍ କଂଗ୍ରେସର ଉଦ୍ଘାଟନ ଅବସରରେ ଏହା କହିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ସେ ଆହୁରି କହିଛନ୍ତି, ଯୁବ ବୈଜ୍ଞାନିକ, ବିଶେଷ କରି ମହିଳା ବୈଜ୍ଞାନିକଙ୍କୁ ଦେଖି ମୁଁ ବହୁତ ଖୁସି । ବିଭିନ୍ନ ପୂଜାପର୍ବାଣୀରେ ଧାନର ଭୂମିକା ଅନସ୍ୱୀକାର୍ଯ୍ୟ । ଭାରତ ସର୍ବାଧିକ ଚାଉଳ ରପ୍ତାନି କରି ଅନ୍ୟ ଦେଶକୁ ମଧ୍ୟ ଖାଦ୍ୟ ଯୋଗାଉଛି । ଅତ୍ୟଧିକ ସାର ବ୍ୟବହାର ମାଟିର ମାନ ନଷ୍ଟ କରୁଛି । ଏଣୁ ଇକୋଫ୍ରେଣ୍ଡଲି ଉପାୟରେ ଧାନ ଉତ୍ପାଦନ କରିବା ଦିଗରେ କୃଷି ବୈଜ୍ଞାନିକମାନଙ୍କ ଉଦ୍ୟମ ଲୋଡ଼ା । ଆମ ବୈଜ୍ଞାନିକମାନେ ଏଥିପାଇଁ କାର୍ଯ୍ୟ କରିବେ ବୋଲି ମୋର ଆଶା ଅଛି । ଠିକ୍ ସେହିପରି ପ୍ରାକୃତିକ ବିପର୍ଯ୍ୟୟ ଧାନ ଚାଷ ପାଇଁ ବାଧକ ସାଜିଛି । ଜଳବାୟୁ ପରିବର୍ତ୍ତନ ବି ଏଥିରେ ଅନ୍ତରାୟ ସୃଷ୍ଟି କରୁଛି । ଏଭଳି କ୍ଷେତ୍ରରେ କୃଷି ବୈଜ୍ଞାନିକଙ୍କ ଭୂମିକା ଅତି ଗୁରୁତ୍ୱପୂର୍ଣ୍ଣ । ଏଥିରେ ଉଦବୋଧନ ଦେଇ କେନ୍ଦ୍ର କୃଷି ଓ କୃଷକ କଲ୍ୟାଣ ମନ୍ତ୍ରୀ ନରେନ୍ଦ୍ର ସିଂ ତୋମର କହିଛନ୍ତି, କୃଷି ଓ କୃଷକଙ୍କର ବିକାଶ ଲାଗି ନରେନ୍ଦ୍ର ମୋଦୀଙ୍କ ସରକାର ନିରନ୍ତର ଚେଷ୍ଟା ଚଳାଇଛି । କୃଷକମାନଙ୍କ ସୁରକ୍ଷା ଓ କ୍ଷତି ଭରଣ ଯୋଜନା ଯୋଗୁଁ ଚାଷୀ ଭାଇ ବେଶ୍ ଉପକୃତ ହେଉଛନ୍ତି । ଏଥର ବଜେଟରେ ମଧ୍ୟ କୃଷି କ୍ଷେତ୍ର ପାଇଁ ଅଧିକ ବ୍ୟୟ ବରାଦ କରାଯାଇଛି । ଖାଦ୍ୟ ଶସ୍ୟ ଉତ୍ପାଦନ କ୍ଷେତ୍ରରେ ଆମ ଦେଶ ଯେ କେବଳ ଆତ୍ମନିର୍ଭର ହୋଇପାରିଛି, ତାହା ନୁହେଁ ଅନ୍ୟ ଦେଶକୁ ଖାଦ୍ୟ ରପ୍ତାନି କରିବା ସହ ପ୍ରାକୃତିକ ବିପର୍ଯ୍ୟୟ ଘଟୁଥିବା ଦେଶ ଗୁଡ଼ିକୁ ଖାଦ୍ୟ ସହାୟତା ଦେଇ ପାରିଛି । ଭାରତ ସାରା ବିଶ୍ୱରେ ଧାନ ଉତ୍ପାଦନରେ ପ୍ରଥମ ହୋଇଛି । ପିଏମ୍ କିସାନ ସମ୍ମାନ ନିଧି ପ୍ରଚଳନ କରି କେନ୍ଦ୍ର ସରକାର ଏଯାଏ ସାଢ଼େ ୧୧ କୋଟି କୃଷକଙ୍କୁ ୨.୨୪ ଲକ୍ଷ କୋଟି ଟଙ୍କା ପ୍ରଦାନ କରିଛନ୍ତି । ବିଦ୍ୟାଧରପୁର ଜାତୀୟ ଧାନ ଗବେଷଣା ଅନୁଷ୍ଠାନରେ ଦ୍ୱିତୀୟ ଇଣ୍ଡିଆନ ରାଇସ୍ କଂଗ୍ରେସର ଉଦଘାଟନ କରିଥିଲେ ରାଷ୍ଟ୍ରପତି ଦ୍ରେ?ପଦୀ ମୁର୍ମୁ । ଏହି କାର୍ଯ୍ୟକ୍ରମରେ ଓଡ଼ିଶାର ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍, କେନ୍ଦ୍ର କୃଷି ଓ କୃଷକ କଲ୍ୟାଣ ମନ୍ତ୍ରୀ ନରେନ୍ଦ୍ର ସିଂ ତୋମର, ରାଜ୍ୟ କୃଷି, ମତ୍ସ୍ୟ ଓ ପଶୁପାଳନ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ ପ୍ରମୁଖ ବି ଉପସ୍ଥିତ ଥିଲେ । ଏହି ଅବସରରେ ରାଷ୍ଟ୍ରପତି ଓ ରାଜ୍ୟପାଳ କେତେକ ପୁସ୍ତକ ଉନ୍ମୋଚନ କରିଥିଲେ । ଭାରତୀୟ କୃଷି ଅନୁସନ୍ଧାନର ମହାନିଦେ୍ର୍ଦଶକ ଡକ୍ଟର ହିମାଂଶୁ ପାଠକ ସ୍ୱାଗତ ଭାଷଣ ଦେଇ ଏହି ଅଧିବେଶନର ମୂଳ ଲକ୍ଷ୍ୟ ଉପରେ ଗୁରୁତ୍ୱ ଆରୋପ କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ ଜାତୀୟ ଧାନ ଗବେଷଣା ପ୍ରତିଷ୍ଠାନର ନିର୍ଦେଶକ ଡକ୍ଟର ଏ କେ ନାୟକ ଓ ଏ ଆର ଆର ଡବ୍ଲୁ ସଭାପତି ପି କେ ଅଗ୍ରୱାଲ ପ୍ରମୁଖ ବି ଉପସ୍ଥିତ ଥିଲେ

Leave a Reply