୧୭ରେ ଚତୁର୍ଥ ଜାତୀୟ ଜଳ ପୁରସ୍କାର ପ୍ରଦାନ

ମଧ୍ୟପ୍ରଦେଶକୁ ଶ୍ରେଷ୍ଠ ରାଜ୍ୟ, ଓଡ଼ିଶାର ଗଞ୍ଜାମକୁ ମିଳିବ ଶ୍ରେଷ୍ଠ ଜିଲ୍ଲା ପୁରସ୍କାର
ନୂଆଦିଲ୍ଲୀ: ଭାରତର ଉପରାଷ୍ଟ୍ରପତି ଜଗଦୀପ ଧନଖଡ ୧୭ ଜୁନ୍ ୨୦୨୩ରେ ଜଳ ଶକ୍ତି ମନ୍ତ୍ରଣାଳୟର ଜଳ ସମ୍ପଦ, ନଦୀ ବିକାଶ ଏବଂ ଗଙ୍ଗା ସଂରକ୍ଷଣ ବିଭାଗ (ଡିଓଡବ୍ଲ୍ୟୁଆର୍, ଆର୍ଡି ଏବଂ ଜିଆର୍) ଦ୍ୱାରା ନୂଆଦିଲ୍ଲୀର ବିଜ୍ଞାନ ଭବନ, ପ୍ଲେନାରୀ ହଲରେ ଆୟୋଜିତ ଏକ ପୁରସ୍କାର ବିତରଣ ସମାରୋହରେ ଚତୁର୍ଥ ଜାତୀୟ ଜଳ ପୁରସ୍କାର ପ୍ରଦାନ କରିବେ । ୧୧ ଟି ବର୍ଗକୁ ଅନ୍ତର୍ଭୁକ୍ତ କରି ଚତୁର୍ଥ ଜାତୀୟ ଜଳ ପୁରସ୍କାର, ୨୦୨୨ ପାଇଁ ବିଭାଗ ମିଳିତ ବିଜେତାଙ୍କ ସମେତ ମୋଟ ୪୧ ବିଜେତାଙ୍କ ନାମ ଘୋଷଣା କରିଛି । ପ୍ରତ୍ୟେକ ପୁରସ୍କାର ବିଜେତାଙ୍କୁ ଏକ ପ୍ରଶସ୍ତି ପତ୍ର ଏବଂ ଟ୍ରଫି ସହିତ କିଛି ନିର୍ଦ୍ଦିଷ୍ଟ ବର୍ଗରେ ମଧ୍ୟ ନଗଦ ପୁରସ୍କାର ପ୍ରଦାନ କରାଯିବ । ଶ୍ରେଷ୍ଠ ରାଜ୍ୟ ପାଇଁ ପ୍ରଥମ ପୁରସ୍କାର ମଧ୍ୟପ୍ରଦେଶକୁ ପ୍ରଦାନ କରାଯିବ; ଓଡ଼ିଶାର ଗଞ୍ଜାମ ଜିଲ୍ଲାକୁ ଶ୍ରେଷ୍ଠ ଜିଲ୍ଲା ପୁରସ୍କାର ପ୍ରଦାନ କରାଯିବ; ଶ୍ରେଷ୍ଠ ଗ୍ରାମ ପଞ୍ଚାୟତ ପୁରସ୍କାର ତେଲେଙ୍ଗାନାର ଭଦ୍ରାଦ୍ରୀ କୋଥାଗୁଡେମ୍ ଜିଲ୍ଲାର ଜଗନ୍ନାଥପୁରମ୍ ଗ୍ରାମ ପଞ୍ଚାୟତକୁ ପ୍ରଦାନ କରାଯିବ; ଚଣ୍ଡିଗଡ଼ ମ୍ୟୁନିସିପାଲିଟି କର୍ପୋରେସନ୍, ଚଣ୍ଡିଗଡ଼କୁ ଶ୍ରେଷ୍ଠ ସହରୀ ସ୍ଥାନୀୟ ସଂସ୍ଥା ପୁରସ୍କାର ପ୍ରଦାନ କରାଯିବ; ହରିୟାନାର ଗୁରୁଗ୍ରାମ ସ୍ଥିତ ଆଡଭାନ୍ସ ୱାଟର ଡାଇଜେଷ୍ଟ ପ୍ରାଇଭେଟ ଲିମିଟେଡକୁ ସର୍ବୋତ୍ତମ ମିଡିଆ ପୁରସ୍କାର ପ୍ରଦାନ କରାଯିବ; ଗୁଜରାଟର ମେହସାନାସ୍ଥିତ ଜାମିୟତପୁରା ପ୍ରାଥମିକ ବିଦ୍ୟାଳୟକୁ ଶ୍ରେଷ୍ଠ ବିଦ୍ୟାଳୟ ପୁରସ୍କାର ପ୍ରଦାନ କରାଯିବ; କ୍ୟାମ୍ପସ୍ ବ୍ୟବହାର ପାଇଁ ସର୍ବୋତ୍ତମ ଅନୁଷ୍ଠାନ ଭାବେ ଜାମ୍ମୁ କାଶ୍ମୀରର ରିୟାସି ସ୍ଥିତ ଶ୍ରୀ ମାତା ବୈଷ୍ଣୋ ଦେବୀ ଧର୍ମପୀଠ ବୋର୍ଡକୁ ପୁରସ୍କାର ପ୍ରଦାନ କରାଯିବ; ବିହାରର ବେଗୁସରାଇସ୍ଥିତ ବରୌଣି ତାପଜ ବିଦ୍ୟୁତ୍ କେନ୍ଦ୍ରକୁ ସର୍ବୋତ୍ତମ ଉଦ୍ୟୋଗ ପୁରସ୍କାର ପ୍ରଦାନ କରାଯିବ; ରାଜସ୍ଥାନର ଉଦୟପୁରର ଅର୍ପଣ ସେବା ସଂସ୍ଥାନକୁ ଶ୍ରେଷ୍ଠ ଏନଜିଓ ପୁରସ୍କାର ପ୍ରଦାନ କରାଯିବ; ଗୁଜରାଟର ନର୍ମଦା, ସଞ୍ଜିବନୀ ପିଆତ୍ ସହକାରୀ ମଣ୍ଡଳୀ ଲିମିଟେଡ୍କୁ ସର୍ବୋତ୍ତମ ଜଳ ବ୍ୟବହାରକାରୀ ସଂଘ ପୁରସ୍କାର ପ୍ରଦାନ କରାଯିବ; ଏବଂ ସିଏସଆର୍ କାର୍ଯ୍ୟକଳାପ ପାଇଁ ସର୍ବୋତ୍ତମ ଉଦ୍ୟୋଗ ଭାବେ ଉତ୍ତରପ୍ରଦେଶର ନୋଏଡା ସ୍ଥିତ ଏଚସିଏଲ୍ ଟେକ୍ନୋଲୋଜିଜ୍ ଲିମିଟେଡ୍କୁ ପୁରସ୍କାର ପ୍ରଦାନ କରାଯିବ ।

Leave a Reply

Your email address will not be published. Required fields are marked *