Deprecated: Function get_magic_quotes_gpc() is deprecated in /home/thxlzghk/news.vskodisha.com/wp-content/plugins/admin-menu-editor-pro-bk/includes/menu-editor-core.php on line 3424
ପଶ୍ଚିମବଙ୍ଗ ସରକାରଙ୍କୁ ଝଟକା, ପଞ୍ଚାୟତ ନିର୍ବାଚନରେ କେନ୍ଦ୍ରୀୟ ବାହିନୀ ମୁତୟନ ରାୟକୁ କାୟମ ରଖିଲେ ସୁପ୍ରିମକୋର୍ଟ - ବିଶ୍ୱ ସମ୍ବାଦ କେନ୍ଦ୍ର ଓଡିଶା

ପଶ୍ଚିମବଙ୍ଗ ସରକାରଙ୍କୁ ଝଟକା, ପଞ୍ଚାୟତ ନିର୍ବାଚନରେ କେନ୍ଦ୍ରୀୟ ବାହିନୀ ମୁତୟନ ରାୟକୁ କାୟମ ରଖିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ: ପଶ୍ଚିମବଙ୍ଗରେ ହେବାକୁ ଥିବା ପଞ୍ଚାୟତ ନିର୍ବାଚନୀ ହିଂସା ମାମଲାରେ ସୁପ୍ରିମକୋର୍ଟ ମମତା ସରକାର ଏବଂ ରାଜ୍ୟ ନିର୍ବାଚନ ଆୟୋଗଙ୍କୁ ବଡ ଝଟକା ଦେଇଛନ୍ତି । କଲକତା ହାଇକୋର୍ଟଙ୍କ ଆଦେଶରେ ହସ୍ତକ୍ଷେପ କରିବାକୁ ସୁପ୍ରିମକୋର୍ଟ ମନା କରି ଦେଇଛନ୍ତି । କଲକତା ହାଇକୋର୍ଟ ହିଂସାକୁ ଦୃଷ୍ଟିରେ ରଖି ପ୍ରତ୍ୟେକ ଜିଲ୍ଲାରେ ୪୮ ଘଣ୍ଟା ମଧ୍ୟରେ କେନ୍ଦ୍ରୀୟ ସୁରକ୍ଷା ବାହିନୀ ନିୟୋଜନ କରିବାକୁ ନିଦେ୍ର୍ଦଶ ଦେଇଥିଲେ । ଆଉ ପଶ୍ଚିମବଙ୍ଗ ସରକାର ଓ ରାଜ୍ୟ ନିର୍ବାଚନ ଆୟୋଗ ଏହି ରାୟକୁ ଚ୍ୟାଲେଞ୍ଜ କରି ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ । ତେବେ ସୁପ୍ରିମକୋର୍ଟ ଏହି ପ୍ରସଙ୍ଗରେ ହସ୍ତକ୍ଷେପ କରିବାକୁ ମନା କରିଦେଇଥିବାବେଳେ ହାଇକୋର୍ଟ ଦେଇଥିବା ରାୟକୁ କାୟମ ରଖିଛନ୍ତି । ବାସ୍ତବରେ ସୁପ୍ରିମକୋର୍ଟରେ ରାଜ୍ୟ ସରକାରଙ୍କ ଓକିଲ କହିଥିଲେ ଯେ ଜୁଲାଇ ୮ରେ ନିର୍ବାଚନ ହେବ । ନାମାଙ୍କନ ପ୍ରତ୍ୟାହାର ପାଇଁ ଆଜି (ଜୁନ୍ ୨୦) ହେଉଛି ଶେଷ ତାରିଖ । ରାଜ୍ୟରେ ୧୮୯ଟି ସମ୍ବେଦନଶୀଳ ବୁଥ୍ ଅଛି । ସୁରକ୍ଷା ପାଇଁ ଆମେ ସମ୍ପୂର୍ଣ୍ଣ ପ୍ରସ୍ତୁତ । ଏହାପରେ ସୁପ୍ରିମକୋର୍ଟ କହିଥିଲେ ଯେ ୨୦୧୩ ଏବଂ ୨୦୧୮ ନିର୍ବାଚନରେ ହିଂସା ହେବାର ଏକ ପୁରୁଣା ଇତିହାସ ଥିବାରୁ ହାଇକୋର୍ଟ ଏହି ନିଦେ୍ର୍ଦଶ ଦେଇଛନ୍ତି । ହିଂସା ପରିବେଶରେ ନିର୍ବାଚନ କରାଯାଇପାରିବ ନାହିଁ । ନିର୍ବାଚନ ନିରପେକ୍ଷ ଏବଂ ମୁକ୍ତ ହେବା ଉଚିତ୍ । ଯଦି ଲୋକଙ୍କର ନାମାଙ୍କନପତ୍ର ଦାଖଲ କରିବାର ସ୍ୱାଧୀନତା ନାହିଁ, ସେମାନଙ୍କୁ ହତ୍ୟା କରାଯାଉଛି, ତେବେ ମୁକ୍ତ ଏବଂ ନିରପେକ୍ଷ ନିର୍ବାଚନକୁ ନେଇ ପ୍ରଶ୍ନ ଉଠିଛି । ଏହା ସହ ସୁପ୍ରିମକୋର୍ଟ କହିଛନ୍ତି ଯେ ରାଜ୍ୟ ସରକାରଙ୍କ ପାଖରେ ପୁଲିସ ଫୋର୍ସର ଅଭାବ ରହିଛି । ସେମାନେ ନିଜେ ସ୍ୱୀକାର କରିଛନ୍ତି ଯେ ଅନ୍ୟ ରାଜ୍ୟରୁ ପୁଲିସ ଫୋର୍ସ ଆଣିବାର ବ୍ୟବସ୍ଥା କରିବେ । ଏହି କାରଣରୁ ହାଇକୋର୍ଟ ଅନ୍ୟ ରାଜ୍ୟରୁ ପୁଲିସ ଡାକିବା ପରିବର୍ତ୍ତେ କେନ୍ଦ୍ରୀୟ ପାରାମିଲିଟାରୀ ଫୋର୍ସ ମୁତୟନ କରିବାକୁ କହିଛନ୍ତି । ତେଣୁ ସୁପ୍ରିମକୋର୍ଟ ଏଥିରେ ହସ୍ତକ୍ଷେପ କରିବେ ନାହିଁ । ଉଲ୍ଲେଖ ଥାଉ କି ପଶ୍ଚିମବଙ୍ଗ ପଞ୍ଚାୟତ ନିର୍ବାଚନର ଅବ୍ୟବହିତ ପୂର୍ବରୁ ରାଜ୍ୟରେ ଉପୁଜିଥିବା ହିଂସା ସ୍ଥିତିକୁ ଦେଖି ହାଇକୋର୍ଟ ରାଜ୍ୟରେ କେନ୍ଦ୍ରୀୟ ବାହିନୀ ମୁତୟନ କରିବାପାଇଁ ରାଜ୍ୟ ନିର୍ବାଚନ କମିସନ (ଏସ୍?ଇସି)ଙ୍କୁ ନିଦେ୍ର୍ଦଶ ଦେଇଥିଲେ । ଆଉ ଏହାକୁ ବିରୋଧ କରି ରାଜ୍ୟ ସରକାର ଓ ନିର୍ବାଚନ ଆୟୋଗ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ ।

Leave a Reply