Deprecated: Function get_magic_quotes_gpc() is deprecated in /home/thxlzghk/news.vskodisha.com/wp-content/plugins/admin-menu-editor-pro-bk/includes/menu-editor-core.php on line 3424
ଆରମ୍ଭ ହେଲା ଅମରନାଥ ଦର୍ଶନ - ବିଶ୍ୱ ସମ୍ବାଦ କେନ୍ଦ୍ର ଓଡିଶା

ଆରମ୍ଭ ହେଲା ଅମରନାଥ ଦର୍ଶନ

ଜାମ୍ମୁ କାଶ୍ମୀର: ଆଜିଠୁ ଆରମ୍ଭ ହେବ ଅମରନାଥ ଦର୍ଶନ । ଗୁମ୍ଫା ଭିତରେ ଦିବ୍ୟ ଦର୍ଶନ ଦେବେ ଦେବ ଦେବ ମହାଦେବ । ବରଫ ଲିଙ୍ଗ ଦର୍ଶନ ପାଇଁ ବିଭିନ୍ନ ବେସ୍ କ୍ୟାମ୍ପରେ ହଜାର ହଜାର ଶ୍ରଦ୍ଧାଳୁ ପହଞ୍ଚôଛନ୍ତି । ବୋଲ ବମ୍, ହର ହର ବମ୍ ନାରା ଦେଇ ଅମରନାଥ ପୀଠକୁ ଯାତ୍ରା କରିଛନ୍ତି ଶ୍ରଦ୍ଧାଳୁ । ତୀର୍ଥଯାତ୍ରୀଙ୍କ ସୁରକ୍ଷା ପାଇଁ ଜାମ୍ମୁରେ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି । ସହର ସାରା ସୁରକ୍ଷାକର୍ମୀମାନେ ଅସ୍ଥାୟୀ କ୍ୟାମ୍ପ କରି ସୁରକ୍ଷା ବ୍ୟବସ୍ଥା ଉପରେ ନଜର ରଖିଛନ୍ତି । ଡ୍ରୋନ, ଡଗ୍ ଓ ବମ୍ ସ୍କ୍ୱାଡ ଯୋଗେ ସୁରକ୍ଷା ବ୍ୟବସ୍ଥା ଯାଞ୍ଚ କରାଯାଉଛି । ଶ୍ରଦ୍ଧାଳୁଙ୍କ ସୁରକ୍ଷା ପାଇଁ ପ୍ରଶାସନ ପକ୍ଷରୁ ବ୍ୟାପକ ବନେ୍ଦାବସ୍ତ କରାଯାଇଥିବା ବେଳେ ସୁଗମ ଯାତ୍ରା ପାଇଁ ବିଭିନ୍ନ ସ୍ଥାନରେ ସେନା ଓ ଜିଲ୍ଲା ପ୍ରଶାସନର କ୍ୟାମ୍ପ କରାଯାଇଛି । ଅମରନାଥ ଯାତ୍ରୀଙ୍କ ପାଇଁ ତକ୍ରାଳ ରେଜିଷ୍ଟ୍ରେସନ ବ୍ୟବସ୍ଥା କରିଛି ପ୍ରଶାସନ । ବେଷ୍ଣବୀ ଧାମ, ମହାଜନ ସଭା, ପଞ୍ଚାୟତ ଘର, ଗୀତା ଭବନ ଓ ରାମ ମନ୍ଦିରରେ ସାଧୁସନ୍ଥଙ୍କ ତକ୍ରାଳ ରେଜିଷ୍ଟ୍ରେସନ ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି । ଅମରନାଥ ଯାତ୍ରୀଙ୍କୁ ରାସ୍ତାରେ ଖାଦ୍ୟ, ପାନୀୟ, ଶୀତବସ୍ତ୍ର ଅ ।ଦି ସାହାଯ୍ୟ ପାଇଁ ବିଭିନ୍ନ ଅନୁଷ୍ଠାନ ପକ୍ଷରୁ ମଧ୍ୟ ବ୍ୟବସ୍ଥା କରାଯାଇଛି । ଜୁଲାଇ ୧ରୁ ଅଗଷ୍ଟ ୩୧ଯାଏଁ ·ଲିବ ଅମରନାଥ ଯାତ୍ରା ।

Leave a Reply