Deprecated: Function get_magic_quotes_gpc() is deprecated in /home/thxlzghk/news.vskodisha.com/wp-content/plugins/admin-menu-editor-pro-bk/includes/menu-editor-core.php on line 3424
ସରସ୍ୱତୀ ଶିଶୁ ମନ୍ଦିରରେ ମାତୃ ସମ୍ମିଳନୀ - ବିଶ୍ୱ ସମ୍ବାଦ କେନ୍ଦ୍ର ଓଡିଶା

ସରସ୍ୱତୀ ଶିଶୁ ମନ୍ଦିରରେ ମାତୃ ସମ୍ମିଳନୀ

ବାଙ୍କୀ: ବାଙ୍କୀ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ଶିଶୁ ବାଟିକା ବିଭାଗ ପକ୍ଷରୁ ମାତୃ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ପରିଚାଳନା କମିଟି ସଭାପତି ରଞ୍ଜନ କୁମାର ସାମନ୍ତରାୟ ଅଧ୍ୟକ୍ଷତା କରିଥିବାବେଳେ ସଂପାଦକ ତାପସ କୁମାର ଦାଶ ଅତିଥି ଭାବରେ ଯୋଗ ଦେଇ କାର୍ଯ୍ୟକ୍ରମ ସଂପର୍କରେ ସୂଚନା ଦେଇଥିଲେ । ପ୍ରଧାନ ଆଚାର୍ଯ୍ୟ ଶରତ ଚନ୍ଦ୍ର ପଣ୍ଡା ଯୋଗ ଦେଇ ମା’ମାନଙ୍କୁ ନିଜର ଆର୍ଶୀବଚନ ପ୍ରଦାନ କରିଥିଲେ । ଶିଶୁବାଟିକା ପ୍ରମୁଖ ସ୍ୱର୍ଣ୍ଣଲତା ମହାପାତ୍ର ଏହି କାର୍ଯ୍ୟକ୍ରମକୁ ସଂଯୋଜନା କରିଥିଲେ । ବିଦ୍ୟାଳୟର ସହକାରୀ ପ୍ରଧାନ ଆଚାର୍ଯ୍ୟ ନରେଶ କୁମାର ମନ୍ତ୍ରୀ ଧନ୍ୟବାଦ ଅର୍ପଣ କରିଥିବାବେଳେ ଏହି କାର୍ଯ୍ୟକ୍ରମରେ ସମସ୍ତ ଗୁରୁଜୀ ଗୁରୁମା ଓ ଅଭିଭାବକମାନେ ଯୋଗ ଦେଇ କାର୍ଯ୍ୟକ୍ରମକୁ ସଫଳ କରିଥିଲେ ।

Leave a Reply