Deprecated: Function get_magic_quotes_gpc() is deprecated in /home/thxlzghk/news.vskodisha.com/wp-content/plugins/admin-menu-editor-pro-bk/includes/menu-editor-core.php on line 3424
୨୫ରୁ ରାଷ୍ଟ୍ରପତିଙ୍କ ୩ ଦିନିଆ ଓଡ଼ିଶା ଗସ୍ତ - ବିଶ୍ୱ ସମ୍ବାଦ କେନ୍ଦ୍ର ଓଡିଶା

୨୫ରୁ ରାଷ୍ଟ୍ରପତିଙ୍କ ୩ ଦିନିଆ ଓଡ଼ିଶା ଗସ୍ତ

ଭୁବନେଶ୍ୱର: ଚଳିତ ଜୁଲାଇ ୨୫ ରୁ ୨୭ ତାରିଖ ପର୍ଯ୍ୟନ୍ତ ଭାରତର ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁଙ୍କର ଓଡିଶା ଗସ୍ତ କାର୍ଯ୍ୟକ୍ରମ ରହିଛି । ଏହି ପରିପ୍ରେକ୍ଷୀରେ ସୋମବାର ପୂର୍ବାହ୍ଣରେ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନାଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ପ୍ରସ୍ତୁତି ବୈଠକ ଲୋକସେବା ଭବନ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ଗୃହ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଦେଓ ରଞ୍ଜନ କୁମାର ସିଂ ରାଷ୍ଟ୍ରପତିଙ୍କ ଓଡିଶାରେ ରହିଥିବା ବିଭିନ୍ନ କାର୍ଯ୍ୟକ୍ରମ ସଂପର୍କରେ ସୂଚନା ଦେଇଥିଲେ । ଗୃହ ବିଭାଗ ସ୍ୱତନ୍ତ୍ର ଶାସନ ସଚିବ ଡଃ. ସନ୍ତୋଷ ବାଲା ପ୍ରସ୍ତୁତି ସଂପର୍କରେ ବିଶଦ୍ ଭାବେ ଉପସ୍ଥାପନ କରିଥିଲେ । ସୂଚନା ଅନୁଯାୟୀ ରାଷ୍ଟ୍ରପତି ଶ୍ରୀମତୀ ମୁର୍ମୁ ଜୁଲାଇ ୨୫ ତାରିଖରେ ରାଜ ଭବନ ଠାରେ ଓଡିଶାର ଆପଦଗ୍ରସ୍ତ ଜନଜାତି ଗୋଷ୍ଠୀ (ପିଭିଟିଜି) ପ୍ରତିନିଧିଙ୍କ ସହିତ ସାକ୍ଷାତ ଆଲୋଚନା କରିବେ । ୨୬ ତାରିଖରେ କଟକର ଚଣ୍ଡି ମନ୍ଦିର, ଉକôଳଗୌରବ ମଧୁସୁଦନ ଦାସଙ୍କ ବାସ ଭବନ ଏବଂ ନେତାଜୀ ଜନ୍ମସ୍ଥାନ ସଂଗ୍ରହାଳୟ ପରିଦର୍ଶନ କରିବେ । ଏହି ଦିନ ମଧ୍ୟ କଟକ ଉଚ୍ଚ ନ୍ୟାୟାଳୟର ୭୫ ତମ ପ୍ରତିଷ୍ଠା ଦିବସର ପୂର୍ତି ଉତ୍ସବ, କଟକ ଜାତୀୟ ଆଇନ୍ ବିଶ୍ୱବିଦ୍ୟାଳୟ ସମାବର୍ତ୍ତନ ଉତ୍ସବ, ଶ୍ରୀରାମ ଚନ୍ଦ୍ର ଭଞ୍ଜ ଭେଷଜ ମହାବିଦ୍ୟାଳୟ ଓ ହସ୍ପିଟାଲର ବାର୍ଷିକୋତ୍ସବରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି । ରାଷ୍ଟ୍ରପତିଙ୍କ ଜୁଲାଇ ୨୫ ତାରିଖରେ ଭୁବନେଶ୍ୱର ବିମାନ ବନ୍ଦରରେ ପହଁଚିବା ଠାରୁ ୨୭ତାରିଖରେ ରାଷ୍ଟ୍ରପତି ଭବନ, ନୂଆଦିଲ୍ଲୀ ପ୍ରତ୍ୟାବର୍ତ୍ତନ କରିବା ପର୍ଯ୍ୟନ୍ତ ରାଜ୍ୟ ପ୍ରଶାସନ ଏବଂ ସଂପୃକ୍ତ ଜିଲ୍ଲା ପ୍ରଶାସନ ତରଫରୁ ବ୍ୟାପକ ସୁରକ୍ଷା ଓ ଅନ୍ୟାନ୍ୟ ଆନୁଷଙ୍ଗିକ ପ୍ରସ୍ତୁତି ସମ୍ପର୍କରେ ବୈଠକରେ ବିସ୍ତୃତ ଆଲୋଚନା କରାଯାଇଥିଲା । ଉଚ୍ଚ ନ୍ୟାୟାଳୟ, କେନ୍ଦ୍ରାଞ୍ଚଳ ରାଜସ୍ୱ ଆୟୁକ୍ତ, ସଂପୃକ୍ତ ଜିଲ୍ଲାରୁ ଜିଲ୍ଲାପାଳ, ଭୁବନେଶ୍ୱର ମହାନଗର ନିଗମ ଓ କଟକ ମହାନଗର ନିଗମର କର୍ତ୍ତୃପକ୍ଷମାନେ ଆଭାସୀ ମାଧ୍ୟମରେ ବୈଠକରେ ଯୋଗଦେଇଥିଲେ । ବୈଠକରେ ରାଷ୍ଟ୍ରପତିଙ୍କର ରହଣି, ସୁରକ୍ଷା ବ୍ୟବସ୍ଥା, କାର୍ଯ୍ୟକ୍ରମର ଗଣମାଧ୍ୟମରେ ପ୍ରକାଶନ ଓ ପ୍ରସାରଣ, ସ୍ୱାସ୍ଥ୍ୟସେବା ଓ ଚିକିତ୍ସା, ଆମ୍ବୁଲାନ୍ସ , ଉତ୍ସବ ସ୍ଥଳକୁ ଯାତାୟତ ରାସ୍ତାର ରକ୍ଷଣାବେକ୍ଷଣ ତଦାରଖ, ରାସ୍ତାର ପରିମଳ ବ୍ୟବସ୍ଥା ସଂପର୍କରେ ଆଲୋଚନା କରାଯାଇଛି । ସମସ୍ତ କାର୍ଯ୍ୟକ୍ରମ ସ୍ଥଳରେ ନିରବଚ୍ଛିନ୍ନ ବିଦ୍ୟୁତ ସରବରାହକୁ ସୁନିଶ୍ଚିତ କରିବା ପାଇଁ ଶକ୍ତି ବିଭାଗ, ଟିପିସିଓଡିଏଲ୍, ଟିପିଏନଓଡିଏଲ୍ କୁ ଭଲଭାବେ ତଦାରଖ କରିବାକୁ ନିଦେ୍ର୍ଦଶ ଦିଆଯାଇଛି । ବୈଠକରେ ଶକ୍ତି ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ନିକୁଞ୍ଜ ବିହାରୀ ଧଳ, ପୁଲିସ୍ ମହାନିଦେ୍ର୍ଦଶକ ସୁନୀଲ କୁମାର ବଂଶଲ, ରାଜ୍ୟପାଳଙ୍କ ପ୍ରମୁଖ ଶାସନ ସଚିବ ଶାଶ୍ୱତ ମିଶ୍ର, ଭୁବନେଶ୍ୱର-କଟକ-ପୋଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ, ସ୍ୱାସ୍ଥ୍ୟ ବିଭାଗ କମିଶନର ତଥା ଶାସନ ସଚିବ ଶ୍ରୀମତୀ ଶାଳିନୀ ପଣ୍ଡିତଙ୍କ ସମେତ ରାଜ୍ୟ ପ୍ରଶାସନର ସଂପୃକ୍ତ ବିଭିନ୍ନ ବିଭାଗର ବରିଷ୍ଠ ପଦାଧିକାରୀ ଉପସ୍ଥିତ ଥିଲେ ।

Leave a Reply