ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ୭୭ ତମ ସ୍ୱାଧୀନତା ଦିବସ ପାଳିତ

କଟକ: ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ନୂଆବଜାର, କଟକ ପରିସରରେ ୭୭ ତମ ସ୍ୱାଧୀନତା ଦିବସ ପାଳିତ ହୋଇଯାଇଛି । ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ ବିଦ୍ୟାଳୟର ସଭାପତି ବିଶିଷ୍ଟ ସମାଜସେବୀ ତଥା ଜୟ ଭାରତ ସ୍ପାଇସେଶ୍‌ର ପରିଚାଳନା ନିର୍ଦ୍ଦେଶିକା ନନ୍ଦିତା ପଣ୍ଡା ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିବା ସହ ଶିଶୁ ମାନଙ୍କୁ ସ୍ୱାଧୀନତା ଦିବସର ମହତ୍ତ୍ୱ ସମ୍ପର୍କରେ ବକ୍ତବ୍ୟ ପ୍ରଦାନ କରିଥିଲେ । ବିଦ୍ୟାଳୟର ଉପ ସଭାପତି ଶ୍ରୀଯୁକ୍ତ ପ୍ରଦୀପ୍ତ କୁମାର ଜେନା,ସମ୍ପାଦକ ଲଳିତେନ୍ଦୁ କାନୁନଗୋ, କୋଷାଧ୍ୟକ୍ଷ ପ୍ରଫୁଲ୍ଲ କୁମାର ପାଢ଼ୀ, ସଦସ୍ୟା ଲକ୍ଷ୍ମୀପ୍ରିୟା ଦାସ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରି ଏହାକୁ ଗୌରବ ମଣ୍ଡିତ କରିଥିଲେ । ପ୍ରଧାନ ଆଚାର୍ଯ୍ୟ ମନୋଜ ରଞ୍ଜନ ସେଠୀ ଅତିଥି ମାନଙ୍କ ପରିଚୟ ପ୍ରଦାନ କରିବା ସହ ସ୍ୱାଗତ ଭାଷଣ ପ୍ରଦାନ କରିଥିଲେ । ଏହି ଅବସରରେ ବିଦ୍ୟାଳୟର ପ୍ରାଚୀର ପତ୍ର \”ସ୍ୱୟଂସିଦ୍ଧା’ ଅତିଥି ମାନଙ୍କ ଦ୍ୱାରା ଉନ୍ମୋଚିତ ହୋଇଥିଲା । ସହ ପ୍ରଧାନ ଆଚାର୍ଯ୍ୟ ପ୍ରଭାକର ବେହେରା ଧନ୍ୟବାଦ ଅର୍ପଣ କରିଥିଲେ । ସମସ୍ତ ଗୁରୁଜୀ ଗୁରୁମା ମାନଙ୍କ ସହଯୋଗରେ ଏହି କାର୍ଯ୍ୟକ୍ରମ ସାଫଲ୍ୟ ମଣ୍ଡିତ ହୋଇଥିଲା ।

Leave a Reply

Your email address will not be published. Required fields are marked *