Deprecated: Function get_magic_quotes_gpc() is deprecated in /home/thxlzghk/news.vskodisha.com/wp-content/plugins/admin-menu-editor-pro-bk/includes/menu-editor-core.php on line 3424
ମଧ୍ୟପ୍ରଦେଶ ସରକାରଙ୍କ ବଡ଼ ଘୋଷଣା ଚାକିରିରେ ମହିଳାଙ୍କୁ ମିଳିବ ୩୫% ସଂରକ୍ଷଣ - ବିଶ୍ୱ ସମ୍ବାଦ କେନ୍ଦ୍ର ଓଡିଶା

ମଧ୍ୟପ୍ରଦେଶ ସରକାରଙ୍କ ବଡ଼ ଘୋଷଣା ଚାକିରିରେ ମହିଳାଙ୍କୁ ମିଳିବ ୩୫% ସଂରକ୍ଷଣ

ନୂଆଦିଲ୍ଲୀ: ଆଗକୁ ବିଧାନସଭା ନିର୍ବାଚନ ଥିବା ବେଳେ ମଧ୍ୟପ୍ରଦେଶ ସରକାର ଖେଳିଛନ୍ତି ମହିଳା କାର୍ଡ । ଏଣିକି ମଧ୍ୟପ୍ରଦେଶରେ ସମସ୍ତ ସରକାରୀ ଚାକିରିରେ ୩୫% ସଂରକ୍ଷଣ ଦେବାକୁ ଘୋଷଣା କରିଛନ୍ତି ରାଜ୍ୟ ସରକାର । ଏନେଇ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ ଘୋଷଣା କରିଥିବା ବେଳେ ରାଜ୍ୟ ସରକାରଙ୍କ ତରଫରୁ ବିଜ୍ଞପ୍ତି ପ୍ରକାଶ ପାଇଛି । କେବଳ ବନ ବିଭାଗକୁ ଛାଡ଼ିଦେଲେ ରାଜ୍ୟର ସମସ୍ତ ସରକାରୀ ବିଭାଗରେ ହେଉଥିବା ପ୍ରତ୍ୟକ୍ଷ ନିଯୁକ୍ତି କ୍ଷେତ୍ରରେ ଏହି ନିୟମ ଲାଗୁ ହେବ ବୋଲି ସ୍ପଷ୍ଟ ସୂଚନା ମିଳିଛି । ଆଗକୁ ବିଧାନସଭା ନିର୍ବାଚନ ଆସୁଥିବା ବେଳେ ବିଜେପି ନାରୀକେନ୍ଦ୍ରୀୟ ସ୍କିମ୍ କରି ନିର୍ବାଚନୀ ବୈତରଣୀ ପାର ହେବାକୁ ଯୋଜନା କରିଥିବା ଆଲୋଚନା ହେଉଛି । ଉଭୟ ଲୋକସଭା ଓ ରାଜ୍ୟ ବିଧାନସଭାରେ ମହିଳାମାନଙ୍କୁ ୩୩% ସଂରକ୍ଷଣ ଦେବାକୁ ବିଲ୍ ପାରିତ ହୋଇ ସାରିଥିବା ବେଳେ ଏହି କ୍ଷେତ୍ରରେ ମଧ୍ୟପ୍ରଦେଶ ସରକାର ଦୁଇ ପାଦ ଆଗରେ ଅଛନ୍ତି । ମଧ୍ୟପ୍ରଦେଶ ଦେଶର ପ୍ରଥମ ରାଜ୍ୟ ଯିଏକି, ପଞ୍ଚାୟତ ଓ ମ୍ୟୁନିସିପାଲିଟି ନିର୍ବାଚନରେ ମହିଳାଙ୍କ ପାଇଁ ୫୦% ଆସନ ସଂରକ୍ଷଣ ବ୍ୟବସ୍ଥା କରିଛି । ଏହାବାଦ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନଙ୍କ ନେତୃତ୍ୱରେ କ୍ଷମତାରେ ଥିବା ବିଜେପି ସରକାର ମଧ୍ୟପ୍ରଦେଶରେ ‘ମୁଖ୍ୟମନ୍ତ୍ରୀ କନ୍ୟାଦାନ ଯୋଜନା’ ବି ଲଞ୍ଚ କରି ସାରିଛନ୍ତି । ଏହାପରେ ମଧ୍ୟପ୍ରଦେଶ ସରକାର ‘ଲାଡଲି ବେହନା ଯୋଜନା’ ଲଞ୍ଚ କରିଛନ୍ତି । ଏହି ଯୋଜନାରେ ରାଜ୍ୟର ୧୩.୨ ମିଲିୟନ ମହିଳା ଉପକୃତ ହେଉଥିବା ବେଳେ ସେମାନଙ୍କୁ ମାସିକ ୧୨୫୦ ଟଙ୍କାର ଆର୍ôଥକ ସହାୟତା ଯୋଗାଇ ଦିଅଯାଉଛି ।

Leave a Reply