Deprecated: Function get_magic_quotes_gpc() is deprecated in /home/thxlzghk/news.vskodisha.com/wp-content/plugins/admin-menu-editor-pro-bk/includes/menu-editor-core.php on line 3424
ରଥଯାତ୍ରା ସମୟରେ ରତ୍ନଭଣ୍ଡାର ଖୋଲିବାକୁ ନିଷ୍ପତ୍ତି ହୋଇଛି - ବିଶ୍ୱ ସମ୍ବାଦ କେନ୍ଦ୍ର ଓଡିଶା

ରଥଯାତ୍ରା ସମୟରେ ରତ୍ନଭଣ୍ଡାର ଖୋଲିବାକୁ ନିଷ୍ପତ୍ତି ହୋଇଛି

ଭୁବନେଶ୍ୱର: ଆସନ୍ତା ୨୦୨୪ ରଥଯାତ୍ରା ସମୟରେ ଶ୍ରୀମନ୍ଦିରସ୍ଥ ବାହାର ଓ ଭିତର ରତ୍ନଭଣ୍ଡାର ଖୋଲାଯାଇ ସେଠାରେ ଗଚ୍ଛିତ ଥିବା ମୂଲ୍ୟବାନ ସମ୍ପତ୍ତିର ଗଣତି ଓ ମଣତି କରାଯିବ । ଏନେଇ ଗତ ଅଗଷ୍ଟ ୪ତାରିଖରେ ଗଜପତି ମହାରାଜାଙ୍କ ଅଧ୍ୟକ୍ଷତାରେ ବସିଥିବା ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକରେ ସର୍ବସମ୍ମତି କ୍ରମେ ନିଷ୍ପତ୍ତି ହୋଇ ରାଜ୍ୟ ସରକାରଙ୍କୁ ପ୍ରସ୍ତାବ ଦିଆଯାଇଛି । ଏପରିକି ରତ୍ନଭଣ୍ଡାର ଖୋଲାଯିବା ପ୍ରସଙ୍ଗରେ ସମୀର ମହାନ୍ତିଙ୍କ ଦ୍ୱାରା ହାଇକୋର୍ଟରେ ଆଗତ ହୋଇଥିବା ଜନସ୍ୱାର୍ଥ ମାମଲାର ଶୁଣାଣି ସମୟରେ ହାଇକୋର୍ଟ ପରିଚାଳନା କମିଟିର ସମସ୍ତ ନିଷ୍ପତ୍ତି ଠିକ୍ ବୋଲି ଦର୍ଶାଇଥିବା ଗଜପତି ମହାରାଜା ଦିବ୍ୟସିଂହ ଦେବ ଏକ ପ୍ରେସ୍ ବିଜ୍ଞପ୍ତି ଜରିଆରେ ଜଣାଇଛନ୍ତି । ବିଜେପି ନେତା ସମୀର ମହାନ୍ତିଙ୍କ ନେତୃତ୍ୱରେ ଯାଇଥିବାପ୍ରତିନିଧି ଦଳ ଗଜପତିଙ୍କୁ ଭେଟିବା ପରେ ଗଜପତି କହିଛନ୍ତି ଯେ, ଗତ ଅଗଷ୍ଟରେ ବସିଥିବା ପରିଚାଳନା କମିଟି ବୈଠକରେ ନିଷ୍ପତ୍ତି ହୋଇଛି ରତ୍ନଭଣ୍ଡାର ଖୋଲିବା ରଥଯାତ୍ରା ହିଁ ପ୍ରକୃଷ୍ଟ ସମୟ । କାରଣ ଏହାପରେ କିଛି ମାସ ମଧ୍ୟରେ ସେଭଳି କେ?ଣସି ବିଶେଷ ପର୍ବପର୍ବାଣୀ ନଥାଏ ତଥା ଯାତ୍ରୀ ଏବଂ ଦର୍ଶନାର୍ଥୀଙ୍କ ସଂଖ୍ୟା ମଧ୍ୟ ଅପେକ୍ଷାକୃତ କମ୍ ଥାଏ । ବର୍ତ୍ତମାନ ସମୟରେ କିମ୍ବା ଆଗାମୀ କିଛି ମାସ ମଧ୍ୟରେ ରତ୍ନଭଣ୍ଡାର ଖୋଲିବା ଉଚିତ୍ ହେବ ନାହିଁ । କାରଣ ରଥଯାତ୍ରା ପୂର୍ବରୁ ରତ୍ନଭଣ୍ଡାରରେ ଗଚ୍ଛିତ ମୂଲ୍ୟବାନ ସମ୍ପତ୍ତି ମଣତି ଏବଂ ଗଣତି ସହିତ ରତ୍ନଭଣ୍ଡାରର ମରାମତି କାର୍ଯ୍ୟ କରାଗଲେ ଏହି ସମୟରେ ଶ୍ରୀମନ୍ଦିରରେ ଅନେକ ମୁଖ୍ୟ ପର୍ବପର୍ବାଣୀ ଅନୁଷ୍ଠିତ ହେଉଥିବାରୁ ଏହା ମହାପ୍ରଭୁଙ୍କ ନୀତିକ୍ରାନ୍ତି ଓ ସେବା ପୂଜାକୁ ପ୍ରଭାବିତ କରିପାରେ । ହାଇକୋର୍ଟ କିମ୍ବା ସୁପ୍ରିମକୋର୍ଟର ଜଣେ ଅବସରପ୍ରାପ୍ତ ବିଚାରପତିଙ୍କ ଅଧ୍ୟକ୍ଷତାରେ ଗଠିତ ଏକ ସ୍ୱତନ୍ତ୍ର କମିଟିର ତତ୍ତ୍ୱାବଧାନରେ ରତ୍ନଭଣ୍ଡାରରେ ଗଚ୍ଛିତ ମୂଲ୍ୟବାନ ସମ୍ପତ୍ତିର ମଣତି, ଗଣତି ଏବଂ ତାଲିକା ପ୍ରସ୍ତୁତି କରିବା ପାଇଁ ରାଜ୍ୟ ସରକାରଙ୍କୁ ପ୍ରସ୍ତାବ ଦିଆଯାଇଛି । ଶ୍ରୀମନ୍ଦିର ଅଧିନିୟମ ୧୯୬୦ର ଧାରା ୬ ଅନୁଯାୟୀ ରତ୍ନଭଣ୍ଡାର ଖୋଲାଯିବା ସମ୍ପର୍କରେ ରାଜ୍ୟ ସରକାର ଉପଯୁକ୍ତ ନିର୍ଦ୍ଦେଶନାମା ଜାରି କରିବାକୁ ଅନୁରୋଧ କରାଯାଇଛ

Leave a Reply