Deprecated: Function get_magic_quotes_gpc() is deprecated in /home/thxlzghk/news.vskodisha.com/wp-content/plugins/admin-menu-editor-pro-bk/includes/menu-editor-core.php on line 3424
ମହାପ୍ରଭୁଙ୍କ ରତ୍ନଭଣ୍ଡାରର ହେବ ଲେଜର ସ୍କାନିଂ - ବିଶ୍ୱ ସମ୍ବାଦ କେନ୍ଦ୍ର ଓଡିଶା

ମହାପ୍ରଭୁଙ୍କ ରତ୍ନଭଣ୍ଡାରର ହେବ ଲେଜର ସ୍କାନିଂ

ପୁରୀ: ବିଶ୍ୱ ପ୍ରସିଦ୍ଧ ଶ୍ରୀମନ୍ଦିରର ରତ୍ନଭଣ୍ଡାରର ଲେଜର ସ୍କାନିଂ ହେବ । ଏନେଇ ଏଏସଆଇକୁ ଅନୁମତି ଦିଆଯାଇଛି । ପରିଚାଳନା ବୈଠକ ଶେଷ ହେବା ପରେ ସାମ୍ବାଦିକ ସମ୍ମିଳନୀରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ରଞ୍ଜନ କୁମାର ଦାସ ଏନେଇ ସୂଚନା ଦେଇଛନ୍ତି । ପରିଚାଳନା ବୈଠକ ପରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କହିଛନ୍ତି, ଲେଜର ସ୍କାନିଂ ପାଇଁ ଏଏସଆଇ ଅନୁମତି ମାଗିଥିଲା । ଏଏସ୍‌ଆଇର ପ୍ରସ୍ତାବକୁ ବିଭିନ୍ନ ଦିଗରୁ ତର୍ଜମା କରାଗଲା ପରେ ଶ୍ରୀମନ୍ଦିରର ଲେଜର ସ୍କାନିଂ ପାଇଁ ଅନୁମତି ଦିଆଯାଇଛି । ଏବେ କାର୍ତ୍ତିକ ବ୍ରତ ଚାଲୁଥିବାରୁ ଶ୍ରୀମନ୍ଦିରରେ ଭକ୍ତଙ୍କର ଭିଡ଼ ରହୁଛି । ତେଣୁ ଭିଡ଼କୁ ଦୃଷ୍ଟିରେ ରଖି ଲେଜର ସ୍କାନିଂ ପାଇଁ ଏଏସଆଇ ନିଷ୍ପତ୍ତି ନେବ । ଆସନ୍ତା ୨୮ ତାରିଖ ଅର୍ଥାତ୍ କାର୍ତ୍ତିକ ପୂର୍ଣ୍ଣମୀ ପରଦିନ ଶ୍ରୀମନ୍ଦିର ବାହାର ରତ୍ନଭଣ୍ଡାରର ଲେଜର ସ୍କାନିଂ କରାଯିବ । ରତ୍ନଭଣ୍ଡାର ବାହାର ପଟ କାନ୍ଥର ପ୍ରଥମେ ଲେଜର ସ୍କାନିଂ କରାଯିବା ପରେ କେଉଁ ସ୍ଥାନରେ ଫାଟ ରହିଛି ଏବଂ କ’ଣ ସମସ୍ୟା ରହିଛି ତାହା ଜଣାପଡ଼ିବ । ଆବଶ୍ୟକ ପଡ଼ିଲେ ଭିତର ରତ୍ନଭଣ୍ଡାର ଓ ଅନ୍ୟାନ୍ୟ ପାର୍ଶ୍ୱ ଦେବଦେବୀଙ୍କ ମନ୍ଦିରର ମଧ୍ୟ ଲେଜର ସ୍କାନିଂ କରାଯିବ । ସେହିଭଳି ନିର୍ଦ୍ଧାରିତ ସମୟରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପରିଚାଳନା ବୈଠକ ପରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କହିଛନ୍ତି, ଲେଜର ସ୍କାନିଂ ପାଇଁ ଏଏସଆଇ ଅନୁମତି ମାଗିଥିଲା । ଏଏସ୍‌ଆଇର ପ୍ରସ୍ତାବକୁ ବିଭିନ୍ନ ଦିଗରୁ ତର୍ଜମା କରାଗଲା ପରେ ଶ୍ରୀମନ୍ଦିରର ଲେଜର ସ୍କାନିଂ ପାଇଁ ଅନୁମତି ଦିଆଯାଇଛି । କାମ ସରିବ ବୋଲି ସେ କହିଛନ୍ତି । ତେବେ ଏହି ଲେଜର ସ୍କାନିଂ ଏଏସାଆଇ ପାଖରେ ପହଞ୍ଚିଥିବା କହିଛନ୍ତି ଭାରତୀୟ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ ସଂସ୍ଥା ତଥା ଏଏସାଆଇ ସୁପରିଟେଣ୍ଡ । ଆଜି ନିଳାଦ୍ରୀ ଭକ୍ତ ନିବାସ ଠାରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ରଞ୍ଜନ କୁମାର ଦାସଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିବା ଏହି ଗୁରୁତ୍ୱପୂର୍ଣ୍ଣ ବୈଠକରେ ଟେକ୍ନିକାଲ କମିଟି, ଏଏସାଆଇ ସୁପରିଟେଣ୍ଡ ଓ ପରିଚାଳନା କମିଟି ସଦସ୍ୟ ଉପସ୍ଥିତ ଥିଲେ ।

Leave a Reply