Deprecated: Function get_magic_quotes_gpc() is deprecated in /home/thxlzghk/news.vskodisha.com/wp-content/plugins/admin-menu-editor-pro-bk/includes/menu-editor-core.php on line 3424
ଶ୍ରୀରାମ ନଗରସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ରାଷ୍ଟ୍ରୀୟ ନବବର୍ଷ ପାଳିତ - ବିଶ୍ୱ ସମ୍ବାଦ କେନ୍ଦ୍ର ଓଡିଶା

ଶ୍ରୀରାମ ନଗରସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ରାଷ୍ଟ୍ରୀୟ ନବବର୍ଷ ପାଳିତ

ଛତ୍ରପୁର: ସ୍ଥାନୀୟ ଶ୍ରୀରାମ ନଗରସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସରରେ ରାଷ୍ଟ୍ରୀୟ ନବବର୍ଷ ମହାସମାରୋହରେ ପାଳିତ ହୋଇଛି । ସଂପାଦକ ପଦ୍ମ ଚରଣ ସାହୁଙ୍କ ଅଧ୍ୟକ୍ଷତା ଆୟୋଜିତ ଉତ୍ସବରେ ପ୍ରଧାନାଚାର୍ଯ୍ୟ ରବୀନ୍ଦ୍ର ନାଥ ଦାଶ ଅତିଥି ପରିଚୟ ସହ ସ୍ୱାଗତ ଭାଷଣ ଦେଇଥିଲେ । ମୁଖ୍ୟ ଅତିଥି ରୂପେ ରାଷ୍ଟ୍ରୀୟ ସ୍ୱୟଂ ସେବକ ସଂଘର ପ୍ରାନ୍ତ ସେବା ପ୍ରମୁଖ ଶାନ୍ତନୁ କୁମାର ମାଝୀ ଯୋଗଦେଇ ରାଷ୍ଟ୍ରୀୟ ନବବର୍ଷର ମହତ୍ୱ ବିଷୟରେ ଶିଶୁଙ୍କୁ ମାର୍ଗଦର୍ଶନ କରିଥିଲେ । ସଂପାଦକ ଶ୍ରୀ ସାହୁ ନବବର୍ଷର ଅଭିନନ୍ଦନିକା ସମସ୍ତଙ୍କୁ ପ୍ରଦାନ କରିଥିଲେ । ନବବର୍ଷ ଅବସରରେ ବିଦ୍ୟାଳୟରେ ଖେଚୁଡ଼ି ପ୍ରସାଦ ପ୍ରସ୍ତୁତ କରି ଶିଶୁ ଓ ଅଭିଭାବକଙ୍କୁ ପ୍ରଦାନ କରାଯାଇଥିଲା । ଶେଷରେ ପଣ୍ଡିତ ମନୋରଞ୍ଜନ ଦାଶ ଧନ୍ୟବାଦ ଅର୍ପଣ କରିଥିଲେ ।

See insights and ads

Boost post

Like

Comment

Share

Leave a Reply