Deprecated: Function get_magic_quotes_gpc() is deprecated in /home/thxlzghk/news.vskodisha.com/wp-content/plugins/admin-menu-editor-pro-bk/includes/menu-editor-core.php on line 3424
ନୟାଗଡ଼ରେ ବିଭିନ୍ନ ସ୍ଥାନରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ - ବିଶ୍ୱ ସମ୍ବାଦ କେନ୍ଦ୍ର ଓଡିଶା

ନୟାଗଡ଼ରେ ବିଭିନ୍ନ ସ୍ଥାନରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ନୟାଗଡ: ଇଟାମାଟି ଶିକ୍ଷା ଓ ବୈଷୟିକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ୧୦ମ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି । କଲେଜ ଅଧ୍ୟକ୍ଷ ଅଭିମନ୍ୟୁ ସାହୁଙ୍କ ତତ୍ତ୍ୱାବଧାନରେ ଅନୁଷ୍ଠିତ ଏହି ଯୋଗ ଶିବିରରେ ଶତାଧିକ ଛାତ୍ରଛାତ୍ରୀ, ଅଧ୍ୟାପକ, ଅଧ୍ୟାପିକା, କର୍ମଚାରୀ ଓ ଅଭିଭାବକ ଯୋଗ ଦେଇଥିଲେ । ଅବସରପ୍ରାପ୍ତ ଖେଳ ଶିକ୍ଷକ ଓ ଯୋଗ ପ୍ରଶିକ୍ଷକ ଭଜ କିଶୋର ଯତି ସମସ୍ତଙ୍କୁ ଯୋଗ, ଆସନ ଓ ପ୍ରାଣାୟମର ପ୍ରଶିକ୍ଷଣ ଦେଇଥିଲେ । ଅଧ୍ୟାପକ ପ୍ରଶାନ୍ତ କୁମାର ରଥ ଓ ଅଭୟ କୁମାର ଲେଙ୍କା ଜୀବନ ଓ ଯୋଗ ସମ୍ପର୍କରେ ଆଲୋକପାତ କରିଥିଲେ । ଅନୁଷ୍ଠାନର କ୍ରୀଡ଼ା ଶିକ୍ଷକ ଅମୀୟ ମୋହନ ସାହୁ ଓ ରମାକାନ୍ତ ତ୍ରିପାଠୀ ସମସ୍ତ କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ । ଏହି ଅବସରରେ ପୂର୍ବରୁ ଆୟୋଜିତ ବିଭିନ୍ନ ପ୍ରତିଯୋଗିତାର କୃତି ପ୍ରତିଯୋଗୀମାନଙ୍କୁ ପୁରସ୍କୃତ କରାଯାଇଥିଲା । ସେହିପରି ସିନ୍ଦୁରିଆ ସରକାରୀ ଉଚ୍ଚ ବିଦ୍ୟାଳୟରେ ବିଶ୍ୱ ଯୋଗ ଦିବସ ପାଳିତ ହୋଇଯାଇଛି । ଉଚ୍ଚ ବିଦ୍ୟାଳୟର ସମସ୍ତ ଛାତ୍ରଛାତ୍ରୀ ତଥା ଗୁରୁଜୀ ଗୁରୂମା ମାନେ ଆଜିର ଯୋଗ ଦିବସକୁ ପାଳନ କରିଥିଲେ । ସେହିପରି ନୟାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇ ଯାଇଅଛି । ଉକ୍ତ କାର୍ଯ୍ୟକ୍ରମରେ ବିଦ୍ୟାଳୟର ୯୦୦ ରୁ ଊର୍ଦ୍ଧ୍ୱ ଛାତ୍ରଛାତ୍ରୀ, ଆଚାର୍ଯ୍ୟ ଆଚାର୍ଯ୍ୟା, ଅଭିଭାବକମାନେ ଯୋଗ ଦେଇଥିଲେ । ପ୍ରଧାନ ଆଚାର୍ଯ୍ୟ ଅମ୍ବିକା ପ୍ରସାଦ ପଟ୍ଟନାୟକ ଯୋଗ ଶରୀର ଏବଂ ମାନସିକ ସ୍ଥିରତା ନିତ୍ୟାନ୍ତ ଆବଶ୍ୟକ ବୋଲି ଶିଶୁମାନଙ୍କୁ ଅଭିଭାବକମାନଙ୍କୁ ମାର୍ଗଦର୍ଶନ ଦେଇଥିଲେ ।

Leave a Reply