Deprecated: Function get_magic_quotes_gpc() is deprecated in /home/thxlzghk/news.vskodisha.com/wp-content/plugins/admin-menu-editor-pro-bk/includes/menu-editor-core.php on line 3424
ଅଙ୍ଗନବାଡ଼ିର ବିକାଶ ହେଲେ ଉଭୟ ମା’ ଓ ଶିଶୁଙ୍କର ବିକାଶ ହେବ : ପ୍ରଭାତୀ - ବିଶ୍ୱ ସମ୍ବାଦ କେନ୍ଦ୍ର ଓଡିଶା

ଅଙ୍ଗନବାଡ଼ିର ବିକାଶ ହେଲେ ଉଭୟ ମା’ ଓ ଶିଶୁଙ୍କର ବିକାଶ ହେବ : ପ୍ରଭାତୀ

ଭୁବନେଶ୍ୱର: ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ମହିଳା ଶିଶୁ ବିଭାଗର ପରିଦର୍ଶନ କରି ବିଭାଗୀୟ କାର୍ଯ୍ୟର ସମୀକ୍ଷା କରିଛନ୍ତି । ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପରିଡାଙ୍କ ଅଧ୍ୟକ୍ଷତାରେ ଗତକାଲି ସନ୍ଧ୍ୟାରେ ଲୋକସେବା ଭବନସ୍ଥିତ ମହିଳା ଓ ଶିଶୁ ବିକାଶ ବିଭାଗର ସମ୍ମିଳନୀ କକ୍ଷରେ ଏହି ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଥିଲା । ଏହି ବୈଠକରେ ମହିଳା ଓ ଶିଶୁ ବିକାଶ ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀମତୀ ଶୁଭା ଶର୍ମା ବିଭାଗୀୟ କାର୍ଯ୍ୟର ସଫଳତା, ଯୋଜନା ଓ ଆହ୍ୱାନ ସମ୍ପର୍କରେ ଉପସ୍ଥାପନ କରିଥିଲେ ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପରିଡା ବିଭିନ୍ନ ଯୋଜନାର କାର୍ଯ୍ୟକାରିତା ଓ ତୃଣମୂଳ ସ୍ତରର ସମସ୍ୟାକୁ ପୁଙ୍ଖାନୁପୁଙ୍ଖ ଭାବେ ବୁଝିବା ସହିତ ବିଭିନ୍ନ ବିଭାଗର ସହଭାଗିତାରେ ସମସ୍ୟାର ସମାଧାନ କରି କିପରି କାର୍ଯ୍ୟକୁ ତ୍ୱରାନ୍ୱିତ କରାଯାଇପାରିବ, ସେ ସମ୍ପର୍କରେ ବିଭାଗୀୟ ଅଧିକାରୀଙ୍କ ସହ ବିସ୍ତୃତ ଆଲୋଚନା କରିଥିଲେ । ରାଜ୍ୟର ସମସ୍ତ ଅଙ୍ଗନବାଡି କେନ୍ଦ୍ରର ଭିତ୍ତିଭୂମି ବିକାଶକୁ ଗୁରୁତ୍ୱ ଦେଇ ଅଙ୍ଗନବାଡି ସଦସ୍ୟଙ୍କୁ ରେଗୁଲାର ତାଲିମ ଓ ବୀମା ସୁବିଧା ଯୋଗେଇଦେବାକୁ ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି । ଅଙ୍ଗନବାଡିରେ ଦିଆଯାଉଥିବା ଛତୁଆ ଓ ଅନ୍ୟାନ୍ୟ ଖାଦ୍ୟ ପ୍ରସ୍ତୁତିକୁ ନିୟମିତ ଯାଂଚ କରିବା ସହ ସ୍ୱଚ୍ଛତାକୁ ଗୁରୁତ୍ୱ ଦେବା ପାଇଁ ନିର୍ଦ୍ଦେଶ ମଧ୍ୟ ଦେଇଛନ୍ତି । ଏଥି ସହ ଅଙ୍ଗନବାଡି କେନ୍ଦ୍ର ଦ୍ୱାରା ‘ଯୋଗ’କୁ ମା’ମାନଙ୍କ ପାଖରେ ପହଞ୍ଚାଇବା ପାଇଁ ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି । ଆହୁରି ପୁଣି ମହିଳା ହେଲଞ୍ଜଲାଇନର କାର୍ଯ୍ୟକାରିତାକୁ ଯାଞ୍ଚ କରିବା ପାଇଁ ବୈଠକରେ ବସି ମହିଳା ହେଲପଲାଇନ ନମ୍ବରକୁ ଟେଷ୍ଟ କଲ ମଧ୍ୟ କରିଥିଲେ । ସୁଭଦ୍ରା ଯୋଜନାରେ ମାର୍ଗଦର୍ଶିକ ପ୍ରସ୍ତୁତ କରି ୧୦୦ ଦିନରେ ଏହାକୁ କାର୍ଯ୍ୟକାରୀ କରିବାକୁ ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି । ମହିଳାଙ୍କ ପ୍ରତି ଅପରାଧକୁ ଅଗ୍ରାଧିକାର ଦେଇ ଶ୍ରୀମତୀ ପରିଡା ମହିଳା ଓ ଶିଶୁ ବିଭାଗ ଅନ୍ତର୍ଗତ ଓଡ଼ିଶା ରାଜ୍ୟ ମହିଳା ଆୟୋଗକୁ ଅପୋଷ ସମାଧାନ ଓ କ୍ୟାମ୍ପ କୋର୍ଟ ଦ୍ୱାରା ନିର୍ଦ୍ଦିଷ୍ଟ ସମୟ ସୀମା ମଧ୍ୟରେ ପେଣ୍ଡିଂ କେସ ସମାଧାନ କରିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି । ରାଜ୍ୟରେ ବିଶାଖା ଗାଇଡଲାଇନ କାର୍ଯ୍ୟକାରୀ କରିବା ବିଷୟରେ ତର୍ଜମା କରିବାକୁ ମନ୍ତ୍ରୀ ଶ୍ରୀମତୀ ପରିଡ଼ା ବିଭାଗକୁ ପ୍ରସ୍ତାବ ଦେଇଛନ୍ତି । ଏହି ସମୀକ୍ଷା ବୈଠକରେ ମହିଳା ଓ ଶିଶୁ ବିକାଶ ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀମତୀ ଶୁଭା ଶର୍ମା ଓ ବିଭାଗୀୟ ନିର୍ଦ୍ଦେଶକ ମୋନିଶା ବାନାର୍ଜୀଙ୍କ ସହ ଅନ୍ୟାନ୍ୟ ବିଭାଗୀୟ ବରିଷ୍ଠ ଅଧିକାରୀ ଉପସ୍ଥିତ ଥିଲେ ।

Leave a Reply