Deprecated: Function get_magic_quotes_gpc() is deprecated in /home/thxlzghk/news.vskodisha.com/wp-content/plugins/admin-menu-editor-pro-bk/includes/menu-editor-core.php on line 3424
ଗୋ-ସମ୍ପଦ ହରାଇଥିବା ମାଲିକଙ୍କୁ ସହାୟତା ଦେବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ - ବିଶ୍ୱ ସମ୍ବାଦ କେନ୍ଦ୍ର ଓଡିଶା

ଗୋ-ସମ୍ପଦ ହରାଇଥିବା ମାଲିକଙ୍କୁ ସହାୟତା ଦେବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ


ଭୁବନେଶ୍ୱର : କେନ୍ଦ୍ରାପଡ଼ା ଜିଲ୍ଲାର ପଟ୍ଟାମୁଣ୍ଡାଇ ତହସିଲ ଅନ୍ତର୍ଗତ ତୁଳସୀଡିଆ ଗାଁ ରେ ଛିଣ୍ଡି ପଡ଼ିଥିବା ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ୬ଟି ଗୃହପାଳିତ ପ୍ରାଣୀଙ୍କ ମୃତ୍ୟୁ ଘଟିଛି । ଏଥିରେ ୩ଟି ଗାଈ, ୨ଟି ବାଛୁରୀ ଓ ଗୋଟିଏ ବଳଦର ମୃତ୍ୟୁ ହୋଇଛି । ଏହି ଘଟଣାରେ ଗୋ ସମ୍ପଦର ମାଲିକ ମାନଙ୍କୁ କ୍ଷତିପୂରଣ ସହାୟତା ଦେବାକୁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ଜିଲ୍ଲାପାଳ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଅନୁଯାୟୀ ଟି.ପି.ସି.ଓ.ଡି.ଏଲ କୁ ସହାୟତା ଦେବାକୁ ଆଦେଶ ଦେଇଛନ୍ତି । ଓ. ଇ.ଆ.ର୍ସି ର ନିୟମ ଅନୁଯାୟୀ ଏହି ପ୍ରାଣୀ ମାନଙ୍କ ମାଲିକ ମାନଙ୍କୁ କ୍ଷତିପୂରଣ ମିଳିବା ଆବଶ୍ୟକ । ଏହି ନିୟମ ଅନୁଯାୟୀ, ଗାଈ ମାଲିକଙ୍କୁ ୩୦ ହଜାର, ବଳଦ ମାଲିକଙ୍କୁ ୨୫ ହଜାର ଓ ବାଛୁରୀ ମାଲିକଙ୍କୁ ୧୬ ହଜାର ଟଙ୍କା ସହାୟତା ମିଳିବା ଆବଶ୍ୟକ । ଏହି ୬ ଟି ପ୍ରାଣୀଙ୍କ ୬ ଜଣ ମାଲିକ ସମୁଦାୟ ୧,୪୭,୦୦୦ ଟଙ୍କା ସହାୟତା ପାଇବେ ।

Leave a Reply