Deprecated: Function get_magic_quotes_gpc() is deprecated in /home/thxlzghk/news.vskodisha.com/wp-content/plugins/admin-menu-editor-pro-bk/includes/menu-editor-core.php on line 3424
ଉରି ସେକ୍ଟରରେ ଆତଙ୍କବାଦୀଙ୍କ ଅନୁପ୍ରବେଶ ଷଡଯନ୍ତ୍ରକୁ ସୁରକ୍ଷା ବାହିନୀ ପଣ୍ଡ କରିଛନ୍ତି - ବିଶ୍ୱ ସମ୍ବାଦ କେନ୍ଦ୍ର ଓଡିଶା

ଉରି ସେକ୍ଟରରେ ଆତଙ୍କବାଦୀଙ୍କ ଅନୁପ୍ରବେଶ ଷଡଯନ୍ତ୍ରକୁ ସୁରକ୍ଷା ବାହିନୀ ପଣ୍ଡ କରିଛନ୍ତି

ଶ୍ରୀନଗର: ଉତ୍ତର କଶ୍ମୀରର ବାରମୁଳା ଜିଲ୍ଲାର ଉରି ସେକ୍ଟରରେ ଆତଙ୍କବାଦୀଙ୍କ ଅନୁପ୍ରବେଶ ଷଡଯନ୍ତ୍ରକୁ ସୁରକ୍ଷା ବାହିନୀ ପଣ୍ଡ କରିଛନ୍ତି । ସୂଚନାନୁସାରେ, ଆତଙ୍କବାଦୀ ଗୋଷ୍ଠୀର କାର୍ଯ୍ୟକଳାପ ବିଷୟରେ ଲାଇନ୍‌ ଅଫ୍ କଣ୍ଟ୍ରୋଲରେ ଇନପୁଟ୍ ରହିଥିଲା, ଯାହା ଉପରେ ଆଧାର କରି ସେନା
ଏଲଓସି ନିକଟରେ ଅନେକ ସ୍ଥାନରେ ଅବରୋଧ କରିଥିଲେ । ସୀମାରେ ସନ୍ଦେହଜନକ କାର୍ଯ୍ୟକଳାପ ଦେଖି ସୁରକ୍ଷାବାହିନୀଙ୍କ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଥିଲା । ମାତ୍ର ଆତଙ୍କବାଦୀମାନେ ସୁରକ୍ଷାକର୍ମୀଙ୍କ ଉପରକୁ ପ୍ରଥମେ ଗୁଳିଚାଳନା କରିଥିଲେ । ଏହାର ଜବାବରେ ସୁରକ୍ଷା ବାହିନୀଙ୍କ ପକ୍ଷରୁ ପାଲଟା ଗୁଳି ଚାଳନା କରାଯାଇଥିଲା । ସୁରକ୍ଷାକର୍ମୀଙ୍କ ପକ୍ଷରୁ ପାଲଟା ଗୁଳି ଚାଳନା ହେବା ମାତ୍ରେ ଆତଙ୍କବାଦୀମାନେ ପଛଘୁଞ୍ଚା ଦେଇଥିଲେ । ଅଧିକାରୀ କହିଛନ୍ତି ଯେ ଗୋହଲାନ ଅଞ୍ଚଳରେ ଅନୁପ୍ରବେଶ ଉଦ୍ୟମ ବିଫଳ ହୋଇଛି । ସୁରକ୍ଷା ବାହିନୀ ଏହି ଅଞ୍ଚଳରେ ସର୍ଚ୍ଚ ଅପରେସନ କରୁଛନ୍ତି । ଉରି ନିକଟରେ ଜଣେ ଆତଙ୍କବାଦୀଙ୍କୁ ଏନକାଉଣ୍ଟର କରାଯାଇଥିବା ନେଇ ସେନା ପକ୍ଷରୁ କୁହାଯାଇଛି । ବର୍ତ୍ତମାନ ସୁଦ୍ଧା ଆତଙ୍କବାଦୀଙ୍କ ସମ୍ପର୍କରେ କୌଣସି ସୂଚନା ଉପଲବ୍ଧ ହୋଇ ପାରିନାହିଁ । ସୁରକ୍ଷା ବାହିନୀ ଆତଙ୍କବାଦୀଙ୍କୁ ଚିହ୍ନଟ କରିବା କାର୍ଯ୍ୟ ଜାରି ରଖିଛନ୍ତି ।

Leave a Reply