Deprecated: Function get_magic_quotes_gpc() is deprecated in /home/thxlzghk/news.vskodisha.com/wp-content/plugins/admin-menu-editor-pro-bk/includes/menu-editor-core.php on line 3424
ସବୁ ବ୍ଲକରେ ଶୀତଳ ଭଣ୍ଡାର ପ୍ରତିଷ୍ଠା ହେବ: ଯୋଗାଣ ମନ୍ତ୍ରୀ - ବିଶ୍ୱ ସମ୍ବାଦ କେନ୍ଦ୍ର ଓଡିଶା

ସବୁ ବ୍ଲକରେ ଶୀତଳ ଭଣ୍ଡାର ପ୍ରତିଷ୍ଠା ହେବ: ଯୋଗାଣ ମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟର ସବୁ ବ୍ଲକରେ ଶୀତଳ ଭଣ୍ଡାର ପ୍ରତିଷ୍ଠା ହେବ ବୋଲି ସୂଚନା ଦେଇଛନ୍ତି ରାଜ୍ୟ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର । ମନ୍ତ୍ରୀ କହିଛନ୍ତି, ବିଜେପିର ସଂକଳ୍ପପତ୍ର ଅନୁଯାୟୀ ପ୍ରତି ବ୍ଲକରେ ଶୀତଳ ଭଣ୍ଡାର ଖୋଲାଯିବ । ମୁଖ୍ୟମନ୍ତ୍ରୀ ବି ଏହାଉପରେ ଗୁରୁତ୍ୱ ଦେଉଛନ୍ତି । କ୍ୟାବିନେଟ ବୈଠକରେ ଏ ନେଇ ଖୁବଶୀଘ୍ର ଆଲୋଚନା କରାଯିବ । ଏହାଛଡ଼ା ରାଜ୍ୟରେ ଆଳୁ ପିଆଜ ଦରବୃଦ୍ଧିର ସମୀକ୍ଷା କରିଛନ୍ତି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ । ନାସିକରୁ ପିଆଜ କୁଇଣ୍ଟାଲ ପିଛା ୨୯୩୫ ଟଙ୍କାରେ କିଣା ଯାଉଛି । ପରିବହନ ଖର୍ଚ୍ଚ ସହିତ ଖୁଚୁରା ମାର୍କେଟ କିଲୋ ପିଛା ଦର ୪୦ ଟଙ୍କା ରହିଛି । ସେ ଆହୁରି କହିଛନ୍ତି, ବ୍ୟବସାୟୀଙ୍କ ଅନାବଶ୍ୟକ ହୋର୍ଡିଂ ଉପରେ ବିଭାଗ ନଜର ରଖିଛି । ସବୁ ଜିଲ୍ଲା ଯୋଗାଣ ଅଧିକାରୀଙ୍କୁ ବ୍ୟବସାୟୀଙ୍କ ସହ କଥା ହୋଇ ଷ୍ଟକ ଉପରେ ନଜର ରଖିବାକୁ କୁହାଯାଇଛି । ସରକାରଙ୍କ ନୀତି ନିୟମରେ ଖିଲାପି କଲେ କାର୍ଯ୍ୟାନୁଷ୍ଠାନ ନେବାକୁ ନିର୍ଦ୍ଦେଶ ଦିଆଯାଇଛି । ଆଳୁ ବି ନାସିକରୁ ଆସୁଥିବାରୁ ଦର ଉଚ୍ଚା ରହିଛି । କଳବଜାରୀ କରୁଥିବା ଲୋକଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ପାଇଁ ବି କୁହାଯାଇଛି ।

Leave a Reply