Deprecated: Function get_magic_quotes_gpc() is deprecated in /home/thxlzghk/news.vskodisha.com/wp-content/plugins/admin-menu-editor-pro-bk/includes/menu-editor-core.php on line 3424
ବିଦ୍ୟାଳୟସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା - ବିଶ୍ୱ ସମ୍ବାଦ କେନ୍ଦ୍ର ଓଡିଶା

ବିଦ୍ୟାଳୟସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା

ଛତ୍ରପୁର: ସ୍ଥାନୀୟ ଶ୍ରୀରାମନଗର ସ୍ଥିତ ସରସ୍ୱତୀ ଶିଶୁବିଦ୍ୟାମନ୍ଦିର ପରିସରରେ ବିଦ୍ୟାଳୟସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଥିଲା । ଉକ୍ତ କାର୍ଯ୍ୟକ୍ରମର ଉଦ୍‌ଘାଟନୀ ଉତ୍ସବରେ ମୁଖ୍ୟ ଅତିଥି ରୂପେ ଛତ୍ରପୁର ବିଜ୍ଞାନ ମହାବିଦ୍ୟାଳୟର ଅଧ୍ୟକ୍ଷ ଡ. ଅଜୟ କୁମାର ତ୍ରିପାଠୀ ଯୋଗଦେଇ ଶିଶୁମାନଙ୍କ ବୈଜ୍ଞାନିକ ମନୋବୃତ୍ତିର ବିକାଶ ଦ୍ୱାରା ଦେଶର ବିକାଶ ସମ୍ଭବ ହୋଇପାରିବ । ସେହିପରି ବିଦ୍ୟାଳୟର ପୂର୍ବ ଛାତ୍ରୀ ବୈଜ୍ଞାନିକ ଅନୁସନ୍ଧାନୀ ଦେବୀସ୍ମିତା ପଣ୍ଡାଙ୍କୁ ସମ୍ମାନିତ କରାଯାଇଥିଲା । ପ୍ରଧାନାଚାର୍ଯ୍ୟ ଶ୍ରୀଯୁକ୍ତ ରବୀନ୍ଦ୍ର ନାଥ ଦାଶ ଉପସ୍ଥିତ ଅତିଥିମାନଙ୍କ ପରିଚୟ ପ୍ରଦାନ ସହିତ ସ୍ୱାଗତ ଭାଷଣ ପ୍ରଦାନ କରିଥିଲେ । ବିଦ୍ୟାଳୟର ସମ୍ପାଦକ ତଥା ହାଇକୋର୍ଟ ଆଡ଼ଭୋକେଟ ପଦ୍ମଚରଣ ସାହୁ ମଞ୍ଚାସୀନ ଅତିଥିବୃନ୍ଦଙ୍କୁ ଉପଢ଼ୌକନ ପ୍ରଦାନ କରିଥିଲେ । ଅନୁଷ୍ଠାନର ଅଧ୍ୟକ୍ଷ ଉପେନ୍ଦ୍ର ମହାନ୍ତି ଅଧ୍ୟକ୍ଷତା କରିଥିଲେ । ଉପସଭାପତି ଗୀତାପାଢୀ ଧନ୍ୟବାଦ ଅର୍ପଣ କରିଥିଲେ । ଉକ୍ତ କାର୍ଯ୍ୟକ୍ରମରେ ମୋଟ ୪୨୭ଜଣ ଶିଶୁ ଭାଗ ନେଇଥିଲେ । ସମାରୋପ ଉତ୍ସବ ରେ ମୁଖ୍‌ଯ ଅତିଥି ରୂପେ ବିଦ୍ୟୁତ ବିଭାଗ ଏସଡ଼ିଓ ଇଂ ରାଜ କିଶୋର ବଲ୍ଲଭଯୋଗ ଦେଇ ଶିଶୁମାନଙ୍କୁ ମାର୍ଗଦର୍ଶନ କରିଥିଲେ । ଉକ୍ତ ବିଜ୍ଞାନ ମେଳାର ବିଚାରକ ରୂପେ ଜଗନ୍ନାଥ ପଣ୍ଡା, ଗଣେଶ ପଟ୍ଟନାୟକ, ରଜନୀକାନ୍ତ ପଟ୍ଟନାୟକ, ସୂର୍ଯ୍ୟନାରାୟଣ ଦାଶ, ଭାରତୀ ଆଚାରୀ, ସୁସ୍ମିତା ଚୌଧୁରୀ, ସଂକୁଳ ପ୍ରମୁଖ ଜେ କୁର୍ମା ରାଓ ଉପସ୍ଥିତ ଥିଲେ ।

Leave a Reply