ଭୁବନେଶ୍ୱର: ବିଭିନ୍ନ କ୍ଷେତ୍ରକୁ ବିଚାର କରି ଗୋ ହତ୍ୟା ରୋକିବାକୁ ପଦକ୍ଷେପ ନିଆଯାଉଛି । ଏନେଇ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ଅଧ୍ୟକ୍ଷତାରେ କମିଟି ଗଠନ ହୋଇଛି ବୋଲି କହିଛନ୍ତି ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ । ଗୋହତ୍ୟା ଓ ଗୋଚାଲାଣ ରୋକା ଯାଇ ଗୋ ବଂଶ ବୃଦ୍ଧି ହେବ । ଯେଉଁମାନେ ଗୋ ଚାଲାଣ କରୁଛନ୍ତି, ସେମାନଙ୍କ ଉପରେ କଠୋର କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ମନ୍ତ୍ରୀ କହିଛନ୍ତି ।