ରାହୁଲଙ୍କ ଆଚରଣ ଗଣତନ୍ତ୍ରରେ ଗ୍ରହଣୀୟ ନୁହେଁ: ବୈଜୟନ୍ତ ପଣ୍ଡା

ନୂଆଦିଲ୍ଳୀ: କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ଡକ୍ଟର ବିଆର୍‌ ଆ‌ମ୍ବେଦକରଙ୍କ ସଂପର୍କିତ ବୟାନକୁ ନେଇ ଗୁରୁବାର ଦିନ ସଂସଦରେ ଉତ୍ତେଜନା ଦେଖାଦେଇଥିଲା। ଏହାରି ମଧ୍ୟରେ ବିଜେପି ସାଂସଦ ଦାବି କରିଛନ୍ତି ଯେ ଲୋକସଭାରେ ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀ ଜଣେ ସାଂସଦଙ୍କୁ ଠେଲିଦେଇଥିଲେ। ଫଳରେ ଉକ୍ତ ସାଂସଦ ଜଣକ ବାଲେଶ୍ବରର ବିଜେପି ସାଂସଦ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀଙ୍କ ଦେହରେ ପିଟି ହୋଇଯିବାରୁ ତଳେ ପଡ଼ି ନନାଙ୍କ ମୁଣ୍ଡ ଫାଟି ରକ୍ତ ବାହାରିଛି।ପ୍ରତାପଙ୍କ ମୁଣ୍ଡରେ ଆଘାତ ଲାଗିଥିବା ବେଳେ ତାଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି । ବର୍ତ୍ତମାନ ତାଙ୍କର ଚିକିତ୍ସା ଚାଲିଛି । ଯାହାକୁ ନେଇ ବିଭିନ୍ନ ମହଲରେ ପ୍ରତିକ୍ରିୟା ପ୍ରକାଶ ପାଇଛି।

ସାଂସଦ ପ୍ରତାପ ଷଡ଼ଙ୍ଗୀଙ୍କ ଆହତ ଘଟଣାକୁ ନେଇ ବିଜେପିର କେନ୍ଦ୍ରାପଡ଼ା ସାଂସଦ ବୈଜୟନ୍ତ ପଣ୍ଡା ସୋସିଆଲ ମଡିଆ ଏକ୍ସରେ କହିଛନ୍ତି ରାହୁଲ ଗାନ୍ଧୀଙ୍କ ଦାୟିତ୍ବହୀନ ତଥା ଅହଂକାରୀ ଆଚରଣକୁ ମୁଁ ଦୃଢ଼ ନିନ୍ଦା କରୁଛି। ବିରୋଧୀଦଳର ନେତାଙ୍କ ଏପରି ଆଚରଣ ଆଶ୍ଚର୍ଯ୍ୟଜନକ ଏବଂ ଗଣତନ୍ତ୍ରରେ ଗ୍ରହଣୀୟ ନୁହେଁ ।

Leave a Reply

Your email address will not be published. Required fields are marked *