ପୁରୀ ରଥଯାତ୍ରା ସମୟରେ ପହଣ୍ଡି ଅଘଟଣ ରୋକିବାକୁ ଛତିଶା ନିଯୋଗ ବୈଠକରେ ବଡ଼ ନିଷ୍ପତ୍ତି

 ଆଜି ପୁରୀ ରଥଯାତ୍ରାବେଳେ ପହଣ୍ଡି ଅଘଟଣ ରୋକିବା ନେଇ ଛତିଶା ନିଯୋଗ ବୈଠକରେ ବଡ଼ ନିଷ୍ପତ୍ତି ନିଆଯାଇଛି। ଛତିଶ ନିଯୋଗ ବୈଠକରେ ଗତବର୍ଷ ଭଳି ପହଣ୍ଡି ଅଘଟଣ ଯେଭଳି ନ ହୁଏ ସେଥିପ୍ରତି ଗୁରୁତ୍ୱ ଦିଆଯାଇଛି।

ରଥଯାତ୍ରାବେଳେ ପହଣ୍ଡି ବିଜେ ବେଳେ ନିର୍ଦ୍ଦିଷ୍ଟ ସେବାୟତ ଓ ଅଧିକାରୀ ରହିବେ। ବାଡ଼ଗ୍ରାହୀ, ଭୋଇ ସେବକ, ବରିଷ୍ଠ ତତ୍ତ୍ୱାବଧାରକ ଉପସ୍ଥିତ ରହିବେ ବୋଲି ନିଷ୍ପତ୍ତି ନିଆଯାଇଛି। ଛତିଶା ନିଯୋଗ ବୈଠକରେ ଶ୍ରୀଜୀଉଙ୍କ ସ୍ନାନଯାତ୍ରାଠାରୁ ନିଳଦ୍ରୀ ବିଜେ ପର୍ଯ୍ୟନ୍ତ ନୀତିକାନ୍ତି ଶୃଙ୍ଖଳିତ ଭାବେ ସମାପନ କରିବାକୁୁ ଗୁରୁତ୍ୱ ଦିଆଯାଇଛି ବୋଲି ଶ୍ରୀ ପାଢ଼ୀ ପ୍ରକାଶ କରିଛନ୍ତି।

Leave a Reply

Your email address will not be published. Required fields are marked *