ସର୍ଚ୍ଚ ଅପରେସନରେ ଯବାନଙ୍କ ଗୁଳିରେ ୭ ମାଓବାଦୀ ନିହତ 

ଛତିଶଗଡ଼ ବିଜାପୁର ଜିଲାର ନ୍ୟାସନାଲ ପାର୍କ ଜଙ୍ଗଲରେ ୩ ଦିନ ଧରି ଚାଲିଥିବା ବଡ଼ ଧରଣର ସର୍ଚ୍ଚ ଅପରେସନରେ ଯବାନଙ୍କ ଗୁଳିରେ ୭ ମାଓବାଦୀ ନିହତ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୨ ଜଣ ବରିଷ୍ଠ ମାଓବାଦୀ ନେତା ରହିଛନ୍ତି। ସେମାନେ ହେଲେ ମାଓବାଦୀଙ୍କ କେନ୍ଦ୍ରୀୟ କମିଟି ସଦସ୍ୟ ନରସିହ୍ମା ଚାଲମ ଓରଫ ସୁଧାକର ଏବଂ ମଇଲାରପୁ ଆଦେଲୁ ଓରଫ ଭାସ୍କର। ତେଲଙ୍ଗାନା ଏବଂ ଛତିଶଗଡ଼ ସରକାରଙ୍କ ପକ୍ଷରୁ ସୁଧାକର ନାମରେ ୪୦ ଲକ୍ଷର ପୁରସ୍କାର ରହିଥିବାବେଳେ ଭାସ୍କର ମୁଣ୍ଡରେ ୪୫ ଲକ୍ଷ ଟଙ୍କାର ପୁରସ୍କାର ଘୋଷଣା କରାଯାଇଥିଲା।

Leave a Reply

Your email address will not be published. Required fields are marked *