ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ପାଇଁ ୨ୟ ସମନ୍ୱୟ ବୈଠକ

ପୁରୀ : ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ପାଇଁ ୨ୟ ସମନ୍ୱୟ ବୈଠକ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ଅଧ୍ୟକ୍ଷତାରେ ସୋମବାର ଅନୁଷ୍ଠିତ ହୋଇଛି । ମନ୍ତ୍ରୀ କହିଛନ୍ତି, ପ୍ରାୟ ୮୦ %  ପ୍ରସ୍ତୁତି କାର୍ଯ୍ୟ ଶେଷ ହୋଇ ସାରିଛି।
ଗୁଣ୍ଡିଚାର ଯଥେଷ୍ଟ ପୂର୍ବରୁ ଅବଶିଷ୍ଟ ୨୦% ପ୍ରସ୍ତୁତି ସରିବ। ସମସ୍ତ ବିଭାଗ ମଧ୍ୟରେ ଉତ୍ତମ ସମନ୍ୱୟରେ କାର୍ଯ୍ୟ ଚାଲିଛି । ମହାପ୍ରଭୁ ନିଜେ ସବୁ କିଛି କରାନ୍ତି, ସବୁକିଛି ସୁରୁଖୁରୁରେ ହେବ।

୩ ଶହ ଡାକ୍ତର ଚିକିତ୍ସା ସେବା ବୁଝିବେ। ୧୫ଟି ଆଇସିୟୁ ବେଡ୍‌ର ବ୍ୟବସ୍ଥା ମଧ୍ୟ କରାଯାଇଛି। ତେଣୁ କୋଭିଡ୍‌ ପାଇଁ କେହି ବ୍ୟସ୍ତ ହେବାର କିଛି କାରଣ ନାହିଁ ବୋଲି ମନ୍ତ୍ରୀ କହିଛନ୍ତି। ଚଳିତ ବର୍ଷ ରଥଯାତ୍ରାରେ ପୁରୀକୁ ୩୬୫ଟି ସ୍ୱତନ୍ତ୍ର ଟ୍ରେନ୍‌ ଚଳାଚଳ କରିବ।

Leave a Reply

Your email address will not be published. Required fields are marked *