ଦଶମୀ ତିଥିରେ ନୀଳାଦ୍ରି ବାହୁଡିବେ ମହାପ୍ରଭୁ

ଆସନ୍ତାକାଲି ଦଶମୀ ତିଥିରେ ନୀଳାଦ୍ରି ବାହୁଡିବେ ବିଶ୍ଵ ନିଅନ୍ତା। ଆଡ଼ପ ମଣ୍ଡପରେ ବର୍ଷର ଶେଷ ଦର୍ଶନ ଦେବେ ମହାପ୍ରଭୁ। ମହାପ୍ରଭୁଙ୍କ ପବିତ୍ର ବାହୁଡା ଯାତ୍ରାର ପୂର୍ବ ପ୍ରସ୍ତୁତି ତଥା ନୀତି ବହୁଳତା ଦୃଷ୍ଟିରୁ “ସନ୍ଧ୍ୟା ଦର୍ଶନ” ସନ୍ଧ୍ୟା ୬ ଘଟିକା ଠାରୁ ଶ୍ରୀଗୁଣ୍ଡିଚା ମନ୍ଦିର ସିଂହଦ୍ୱାରରେ ସର୍ବସାଧାରଣ ପ୍ରବେଶ ବନ୍ଦ ରହିବ। ନିର୍ଦ୍ଧାରିତ ସମୟରେ ଶ୍ରୀଗୁଣ୍ଡିଚା ମନ୍ଦିର ଶୋଧ ଅନୁଷ୍ଠିତ ହେବା ପରେ ଶ୍ରୀଜୀଉଙ୍କର ଅନେକ ଗୁରୁତ୍ୱପୂର୍ଣ୍ଣ ନୀତି ସମ୍ପାଦନ କରାଯିବ।

ଭକ୍ତ ଓ ଶ୍ରଦ୍ଧାଳୁ ମାନେ ବାହୁଡ଼ା ଯାତ୍ରା ଦିନ ରଥାରୂଢ ଶ୍ରୀବିଗ୍ରହମାନଙ୍କୁ ଦର୍ଶନ ସୌଭାଗ୍ୟ ଲାଭ କରିପାରିବେ l ତେଣୁ ସନ୍ଧ୍ୟା ଦର୍ଶନ ସମ୍ପର୍କିତ ଏହି ବ୍ୟବସ୍ଥାକୁ, ମହାପ୍ରଭୁଙ୍କ ନୀତି ସମ୍ପାଦନରେ ନିଜର ସେବା ସମର୍ପଣ ମନେ କରି ସମସ୍ତ ଭକ୍ତ ଓ ଶ୍ରଦ୍ଧାଳୁ ସହଯୋଗ କରିବେ । ବାହୁଡ଼ା ପାଇଁ ଦକ୍ଷିଣ ମୋଡ଼ ହୋଇ ଶରଧାବାଲିରେ ଦଣ୍ଡାୟମାନ ହୋଇଛି ତିନି ରଥ।

Leave a Reply

Your email address will not be published. Required fields are marked *