ସୌମ୍ୟାଶ୍ରୀଙ୍କ ମୃତ୍ୟୁକୁ ନେଇ ମୁଖ୍ୟମନ୍ତ୍ରୀ ଶୋକ ବ୍ୟକ୍ତ

 ଦୀର୍ଘ ୩ ଦିନ ଧରି ଲଢେଇ କରି ଶେଷରେ ଜୀବନ ହାରିଲେ FM କଲେଜ୍ ସାମ୍ନାରା ଆତ୍ମାହୁତି ଉଦ୍ୟମ କରିଥିବା ସୌମ୍ୟାଶ୍ରୀ ବିଶି । ଗତକାଲି ବିଳମ୍ବିତ ରାତିରେ ସେ ଆଖି ବୁଜିଥିବା ବେଳେ ଆଜି ତାଙ୍କ ପୈତୃକ ଗାଁ ଭୋଗରାଇ ପଳାଶିଆ ଗାଁରେ ତାଙ୍କର ଶେଷକୃତ୍ୟ ସମ୍ପନ୍ନ ହୋଇଛି । ତେବେ ଏହି ଦୁଃଖଦ ଘଟଣାକୁ ନେଇ ସମସ୍ତେ ଶୋକ ବ୍ୟକ୍ତ କରିଥିବା ବେଳେ ମୁଖ୍ୟମନ୍ତ୍ରୀ ବଡ଼ ଘୋଷଣା କରିଛନ୍ତି । ଶୋକସନ୍ତପ୍ତ ପରିବାକୁ ସମବେଦନା ଜଣାଇବା ସହ ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।

ପୀଡ଼ିତାଙ୍କ ମୃତ୍ୟୁ ଖବର ଜଣାପଡ଼ିବା ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ‘X’ ଆକାଉଣ୍ଟରେ ଗଭୀର ଶୋକ ପ୍ରକାଶ କରିଛନ୍ତି। ମୁଖ୍ୟମନ୍ତ୍ରୀ ନିଜ ପୋଷ୍ଟରେ ଉଲ୍ଲେଖ କରିଛନ୍ତି ଯେ, ‘ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟର ପୀଡ଼ିତା ଛାତ୍ରୀଙ୍କ ଦେହାନ୍ତ ଖବର ଶୁଣି ମୁଁ ଅତ୍ୟନ୍ତ ମର୍ମାହତ। ସରକାରଙ୍କ ସମସ୍ତ ଦାୟିତ୍ୱ ନିର୍ବାହ ତଥା ବିଶେଷଜ୍ଞ ଡାକ୍ତରୀ ଦଳଙ୍କ ଅକ୍ଲାନ୍ତ ପରିଶ୍ରମ ସତ୍ତ୍ୱେ ପୀଡ଼ିତାଙ୍କ ଜୀବନ ରକ୍ଷା ହୋଇପାରିଲା ନାହିଁ। ତାଙ୍କ ଅମର ଆତ୍ମାର ସଦ୍‌ଗତି କାମନା କରିବା ସହ ପରିବାରବର୍ଗଙ୍କୁ ଏହି ଅପୂରଣୀୟ କ୍ଷତି ସହ୍ୟ କରିବା ପାଇଁ ଶକ୍ତି ପ୍ରଦାନ କରିବା ନିମନ୍ତେ ମୁଁ ମହାପ୍ରଭୁ ଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା କରୁଛି। ମୁଁ ଦିବଂଗତ ଛାତ୍ରୀଙ୍କ ପରିବାରକୁ ଆଶ୍ୱାସନା ଦେଉଛି ଯେ, ସମ୍ପୃକ୍ତ ମାମଲାରେ ସମସ୍ତ ଦୋଷୀଙ୍କୁ ଆଇନ ଅନୁଯାୟୀ କଠୋରରୁ ଅତି କଠୋର ଦଣ୍ଡ ବିଧାନ କରାଯିବ। ଏଥିପାଇଁ ବ୍ୟକ୍ତିଗତ ଭାବେ ମୁଁ ଅଧିକାରୀଙ୍କୁ ନିର୍ଦ୍ଦେଶ ପ୍ରଦାନ କରିଛି। ପରିବାର ସହିତ ସରକାର ଦୃଢ଼ ଭାବରେ ଛିଡ଼ା ହୋଇଛନ୍ତି।’

Leave a Reply

Your email address will not be published. Required fields are marked *