ସୌମ୍ୟାଶ୍ରୀଙ୍କ ପରିବାରକୁ ସହାୟତା ଘୋଷଣା

ବାଲେଶ୍ବର: ସୌମ୍ୟାଶ୍ରୀଙ୍କ ପରିବାରକୁ ସହାୟତା ଘୋଷଣା । ମୃତ ଛାତ୍ରୀ ସୌମ୍ୟାଶ୍ରୀଙ୍କ ପରିବାରକୁ ୨୦ ଲକ୍ଷ ଟଙ୍କାର ସହାୟତା । ୨୦ ଲକ୍ଷ ଟଙ୍କାର ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ସହାୟତା ନେଇ ସୂଚନା ଦେଲେ ବାଲେଶ୍ବର ସାଂସଦ ପ୍ରତାପ ଷଡଙ୍ଗୀ । ମୃତ ସୌମ୍ୟାଶ୍ରୀଙ୍କ ଗାଁରୁ ଗଣମାଧ୍ୟମରେ ପ୍ରତିକ୍ରିୟା ଦେବା ବେଳେ ସହାୟତା କଥା ସ୍ପଷ୍ଟ କଲେ ସାଂସଦ ।

ଫକୀର ମୋହନ ସ୍ୱୟଂଶାସିତ ମହାବିଦ୍ୟାଳୟର ଛାତ୍ରୀ ସୌମ୍ୟାଶ୍ରୀଙ୍କର ଅନ୍ତିମ ସଂସ୍କାର ନିଜ ଜନ୍ମମାଟି ପଳାସିଆରେ ସଂପନ୍ନ ହୋଇଛି। ପଞ୍ଚଭୂତରେ ଲୀନ ହୋଇଛନ୍ତି ସୌମ୍ୟାଶ୍ରୀ ବିଶି। ଅଶ୍ରୁଳ ବିଦାୟ ଦେଲେ ହଜାର ହଜାର ଲୋକ। ବାଲେଶ୍ବର ସାଂସଦ ପ୍ରତାପ ଷଡ଼ଙ୍ଗୀ ଭୋଗରାଇ ବିଧାୟକ ଗୌତମବୁଦ୍ଧ ଦାସ ଓ ବାଲେଶ୍ବର ସଦର ବିଧାୟକ ମାନସ ଦତ୍ତ ପ୍ରମୁଖ ଶେଷକୃତ୍ୟରେ ସାମିଲ ହୋଇଥିଲେ। ପାର୍ଥିବ ଶରୀର ପହଞ୍ଚିବା ପରେ ଗାଁରେ ସଂକୀର୍ତ୍ତନ କରାଯାଇଥିଲା।

Leave a Reply

Your email address will not be published. Required fields are marked *