ଭୁବନେଶ୍ୱର: ରାଜ୍ୟର ବରିଷ୍ଠ ନାଗରିକଙ୍କୁ ତୀର୍ଥଯାତ୍ରାର ସୁଯୋଗ ଦେବା ପାଇଁ ରାଜ୍ୟ ପର୍ଯ୍ୟଟନ ବିଭାଗ ୨୦୨୫-୨୬ ଆର୍ଥିକ ବର୍ଷ ପାଇଁ ‘ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା’ ଆରମ୍ଭ କରିବାକୁ ଯାଉଛନ୍ତି। ଜୁଲାଇ ୧୭ରୁ ଅଗଷ୍ଟ ୧୫ ପର୍ଯ୍ୟନ୍ତ ହିତାଧିକାରୀମାନେ ଉଭୟ ଅନ୍ଲାଇନ ଓ ଅଫ୍ଲାଇନ ମାଧ୍ୟମରେ ପଞ୍ଜୀକରଣ କରିପାରିବେ।ପାନ୍ଥନିବାସରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଏହି ଯୋଜନାର ଲାଭ ନେବା ପାଇଁ ଯୋଗ୍ୟ ହିତାଧିକାରୀଙ୍କୁ ଆହ୍ୱାନ ଦେଇଛନ୍ତି। ସାମ୍ବାଦିକ ସମ୍ମିଳନୀରେ ପର୍ଯ୍ୟଟନ ବିଭାଗର ସଚିବ ବଲୱନ୍ତ ସିଂ ଓ ଆଇଆର୍ସିଟିସିର ଯୁଗ୍ମ ସାଧାରଣ ପରିଚାଳକ କ୍ରାନ୍ତି ସବରକର ମଧ୍ୟ ଉପସ୍ଥିତ ଥିଲେ।