ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଭୁବନେଶ୍ବରର ୟୁନିଟ୍-୩ସ୍ଥିତ ଇଡ୍କୋ ପ୍ରଦର୍ଶନୀ ପଡିଆରେ ଆୟୋଜିତ ଭାରତୀୟ ନ୍ୟାୟ ସଂହିତା ପ୍ରଦର୍ଶନୀ ବୁଲି ଦେଖିବା ସହିତ ଏହି ପ୍ରଦର୍ଶନୀକୁ ଆଉ ଦୁଇ ଦିନ ବଢାଇବା ପାଇଁ ଘୋଷଣା କରିଛନ୍ତି।
ଗଣମାଧ୍ୟମକୁ ବିବୃତି ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଦେଶର ନାଗରିକଙ୍କୁ ସୁରକ୍ଷା ଓ ନ୍ୟାୟ ପ୍ରଦାନ କରିବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଜୀଙ୍କର ଯେଉଁ ସଂକଳ୍ପ ରହିଛି, ତାହାର ଶ୍ରେଷ୍ଠ ପ୍ରମାଣ ହେଉଛି ଏହି ଭାରତୀୟ ନ୍ୟାୟ ସଂହିତା। ଏହି ପ୍ରଦର୍ଶନୀ ସାଧାରଣ ଲୋକଙ୍କୁ ଏହି ନୂଆ ଆଇନର କାର୍ଯ୍ୟକାରୀତା ଓ ଏହାର ପ୍ରଭାବ ସମ୍ପର୍କରେ ସଚେତନ କରିବାରେ ଏକ ଉତ୍ତମ ପଦକ୍ଷେପ । ଏହି ନୂଆ ଆଇନ ଲାଗୁ ହେଲା ପରେ ଭାରତ ବର୍ଷର ଅପରାଧ ନିୟନ୍ତ୍ରଣ ଢାଞ୍ଚାରେ ଉପନିବେଶବାଦୀ ଯୁଗର ଅବସାନ ଘଟିଛି ଏବଂ ସ୍ୱାଧୀନ ଭାରତର ଆଭିମୂଖ୍ୟକୁ ନେଇ ବ୍ୟବସ୍ଥାରେ ପରିବର୍ତ୍ତନ ଆସିଛି। ନୂଆ ଆଇନ ଲାଗୁ ହେଲା ପରେ ଭାରତ ବର୍ଷର ଅପରାଧ ନିୟନ୍ତ୍ରଣ ଢାଞ୍ଚାରେ ଉପନିବେଶବାଦୀ ଯୁଗର ଅବସାନ ଘଟିଛି ଏବଂ ସ୍ୱାଧୀନ ଭାରତର ଆଭିମୂଖ୍ୟକୁ ନେଇ ବ୍ୟବସ୍ଥାରେ ପରିବର୍ତ୍ତନ ଆସିଛି।