Deprecated: Function get_magic_quotes_gpc() is deprecated in /home/thxlzghk/news.vskodisha.com/wp-content/plugins/admin-menu-editor-pro-bk/includes/menu-editor-core.php on line 3424
ନୀଳାଦ୍ରିବିହାର ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରର ବାର୍ଷିକ କ୍ରୀଡ଼ା - ବିଶ୍ୱ ସମ୍ବାଦ କେନ୍ଦ୍ର ଓଡିଶା

ନୀଳାଦ୍ରିବିହାର ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରର ବାର୍ଷିକ କ୍ରୀଡ଼ା

ନନ୍ଦନକାନନ: ସ୍ଥାନୀୟ ନୀଳାଦ୍ରିବିହାର ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରର ଊନତ୍ରିଂଶତମ ତ୍ରିଦିବସୀୟ ବାର୍ଷିକ କ୍ରୀଡ଼ା ବିଦ୍ୟାଳୟ ପରିଚାଳନା ସମିତିର ସଭାପତି ଦେବାଶିଷ ପରିଡ଼ାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ଉଦ୍‌ଯାପନୀ ଉତ୍ସବରେ ଭୁବନେଶ୍ୱରସ୍ଥିତ ସରକାରୀ ଶାରୀରିକ ଶିକ୍ଷା ମହାବିଦ୍ୟାଳୟର ଅବସରପ୍ରାପ୍ତ ଅଧ୍ୟକ୍ଷ ଡ. ଦେବେନ୍ଦ୍ରନାଥ ବେହେରା ମୁଖ୍ୟ ଅତିଥିଭାବେ ଯୋଗଦେଇଥିଲେ । ଏହି ଅବସରରେ ସ୍ୱର୍ଣ୍ଣପଦକ ପ୍ରାପ୍ତ ଆନ୍ତର୍ଜାତିକ ମହିଳା କବାଡ଼ି ଖେଳାଳି ରଶ୍ମିତା ସାହୁ ସମ୍ମାନିତ ଅତିଥିଭାବେ ଯୋଗଦେଇଥିଲେ । ସୁସ୍ଥଜୀବନ ପାଇଁ କ୍ରୀଡ଼ା ଓ ଶାରୀରିକ ଶିକ୍ଷା ଏକାନ୍ତ ଜରୁରୀ ବୋଲି ସେ କହିଥିଲେ । ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ଦ୍ୱାରା ବିଭିନ୍ନ ପ୍ରକାର ଶାରୀରିକ କ୍ରୀଡ଼ା ପ୍ରଦର୍ଶନ କରାଯାଇଥିଲା । କୃତୀ ପ୍ରତିଯୋଗୀଙ୍କୁ ପୁରସ୍କୃତ କରାଯାଇଥିଲା । ବିଦ୍ୟାଳୟର ବରିଷ୍ଠ ଆଚାର୍ଯ୍ୟ ସୁରେଶ ଚନ୍ଦ୍ର ବେହେରା ଅତିଥି ପରିଚୟ ପ୍ରଦାନ କରିଥିବା ବେଳେ କ୍ରୀଡ଼ା ସଂଯୋଜକ ନନ୍ଦ କିଶୋର ସାହୁ ବାର୍ଷିକ କ୍ରୀଡ଼ା ବିବରଣୀ ପଠନ କରିଥିଲେ ।ପ୍ରଧାନ ଆଚାର୍ଯ୍ୟ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ । ଏହି ବାର୍ଷିକ କ୍ରୀଡ଼ାରେ ପ୍ରାୟ ୮୦୦ ପ୍ରତିଭାଗୀ ଅଂଶଗ୍ରହଣ କରିଥିଲେ ।

Leave a Reply