Deprecated: Function get_magic_quotes_gpc() is deprecated in /home/thxlzghk/news.vskodisha.com/wp-content/plugins/admin-menu-editor-pro-bk/includes/menu-editor-core.php on line 3424
ଅଯୋଧ୍ୟା ଯିବାକୁ କୋହଲିଙ୍କୁ ମିଳିଲା ନିମନ୍ତ୍ରଣ - ବିଶ୍ୱ ସମ୍ବାଦ କେନ୍ଦ୍ର ଓଡିଶା

ଅଯୋଧ୍ୟା ଯିବାକୁ କୋହଲିଙ୍କୁ ମିଳିଲା ନିମନ୍ତ୍ରଣ

ନୂଆଦିଲ୍ଲୀ : ଅଯୋଧ୍ୟାରେ ପ୍ରସ୍ତାବିତ ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା କାର୍ଯ୍ୟକ୍ରମ ପାଇଁ ଭାରତୀୟ କ୍ରିକେଟର ବିରାଟ କୋହଲିଙ୍କୁ ନିମନ୍ତ୍ରଣ ମିଳିଛି । ଏହାପୂର୍ବରୁ ସୋମବାର ପୂର୍ବତନ ଭାରତୀୟ ଅଧିନାୟକ ମହେନ୍ଦ୍ର ସିଂ ଧୋନିଙ୍କୁ ଏହି କାର୍ଯ୍ୟକ୍ରମ ପାଇଁ ନିମନ୍ତ୍ରଣ ମିଳିଥିଲା । ଏହାକୁ ନେଇ ସୋସିଆଲ ମିଡିଆରେ ଏକ ଫଟୋ ଅଧିକ ଭାଇରାଲ ହେବାରେ ଲାଗିଛି । ଏହି ଭାଇରାଲ ଫଟୋରେ ବିରାଟ କୋହଲି ଏବଂ ଅନୁଷ୍କା ଶର୍ମା ପ୍ରାଣ ପ୍ରତିଷ୍ଠା କାର୍ଯ୍ୟକ୍ରମ ପାଇଁ ନିମନ୍ତ୍ରଣ ପତ୍ର ସହିତ ନଜର ଆସିଛନ୍ତି । ସୂଚନାଯୋଗ୍ୟ,୨୨ ଜାନୁଆରୀରେ ଅଯୋଧ୍ୟାରେ ପ୍ରାଣ ପ୍ରତିଷ୍ଠା କାର୍ଯ୍ୟକ୍ରମ ଆୟୋଜିତ ହେବ । ଯେଉଁଥିରେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମୁଖ୍ୟ ଅତିଥି ଭାବେ ଯୋଗଦେବେ ।

Leave a Reply