Deprecated: Function get_magic_quotes_gpc() is deprecated in /home/thxlzghk/news.vskodisha.com/wp-content/plugins/admin-menu-editor-pro-bk/includes/menu-editor-core.php on line 3424
କଳମଛୁଇଁ ଶିଶୁମନ୍ଦିରରେ ସୂର୍ଯ୍ୟ ନମସ୍କାର ସପ୍ତାହ ପାଳିତ - ବିଶ୍ୱ ସମ୍ବାଦ କେନ୍ଦ୍ର ଓଡିଶା

କଳମଛୁଇଁ ଶିଶୁମନ୍ଦିରରେ ସୂର୍ଯ୍ୟ ନମସ୍କାର ସପ୍ତାହ ପାଳିତ


ତାଳଚେର: ଶିକ୍ଷା ବିକାଶ ସମିତି, ଓଡିଶାଙ୍କ ଯୋଜନା ଅନୁଯାୟୀ ତାଳଚେର ବ୍ଲକ କଳମଛୁଇଁ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ପରିସରରେ ସୂର୍ଯ୍ୟ ନମସ୍କାର ସପ୍ତାହ ପାଳିତ ହୋଇଯାଇଛି । ବିଦ୍ୟାଳୟର ପ୍ରଧାନାଚାର୍ଯ୍ୟ ଅନୀଲ କୁମାର ଦେହୁରୀଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମ ଚଳିତ ମାସ ୧୦ ତାରିଖରୁ ଆରମ୍ଭ ହୋଇ ଗତ ଶୁକ୍ରବାର ଦିନ ଉଦ୍‌ଯାପିତ ହୋଇଯାଇଛି । ଏହି ଅବସରରେ ବିଦ୍ୟାଳୟର ସମସ୍ତ ଗୁରୁଜୀ, ଗୁରୁମାଙ୍କ ତତ୍ୱାବଧାନରେ ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ପ୍ରତ୍ୟହ ସୂର୍ଯ୍ୟ ନମସ୍କାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଏହି କାର୍ଯ୍ୟକ୍ରମକୁ ବିଦ୍ୟାଳୟ ଯୋଗ ପ୍ରମୁଖ କମଳ ଲୋଚନ ପ୍ରଧାନ ଓ ଆଚାର୍ଯ୍ୟ ହିଂମାଶୁ ଦାସ ପରିଚାଳନା କରିଥିଲେ ।

Leave a Reply