Deprecated: Function get_magic_quotes_gpc() is deprecated in /home/thxlzghk/news.vskodisha.com/wp-content/plugins/admin-menu-editor-pro-bk/includes/menu-editor-core.php on line 3424
ମାଟ୍ରିକ୍ ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ଘଟଣାକୁ ନେଇ ମନ୍ତ୍ରୀଙ୍କ ବାସଭବନ ଘେରିଲା ଏବିଭିପି - ବିଶ୍ୱ ସମ୍ବାଦ କେନ୍ଦ୍ର ଓଡିଶା

ମାଟ୍ରିକ୍ ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ଘଟଣାକୁ ନେଇ ମନ୍ତ୍ରୀଙ୍କ ବାସଭବନ ଘେରିଲା ଏବିଭିପି

ଭୁବନେଶ୍ୱର : ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ(ଏବିଭିପି) ପକ୍ଷରୁ ରବିବାର ଦିନ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀଙ୍କ ବାସଭବନ ଘେରାଉ କରାଯାଇଛି । ମାଟ୍ରିକ୍ ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ଅଭିଯୋଗରେ ମନ୍ତ୍ରୀଙ୍କ ବାସଭବନ ଘେରିଛି ଏବିଭିପି । ଏବିଭିପିର କାର୍ଯ୍ୟକର୍ତ୍ତାମାନେ ଏକାଠି ହୋଇ ମନ୍ତ୍ରୀଙ୍କ ବାସଭବନ ସମ୍ମୁଖରେ ପହଞ୍ଚିଥିଲେ । ଏହି ସମୟରେ ସେଠାରେ ଉପସ୍ଥିତ ଥିବା ପୁଲିସ ଏବିଭିପି କର୍ମୀଙ୍କୁ ଅଟକାଇଥିଲେ । ଫଳରେ କିଛି ସମୟ ପାଇଁ ପୁଲିସ ଓ ଏବିଭିପି କାର୍ଯ୍ୟକର୍ତ୍ତାମାନଙ୍କ ମଧ୍ୟରେ ଠେଲାପେଲା ପରିସ୍ଥିତି ସୃଷ୍ଟି ହୋଇଥିଲା । ଏହାପରେ ପୁଲିସ ଏବିଭିପି କର୍ମୀଙ୍କୁ ଉଠାଇ ନେଇଛି । ପ୍ରଶ୍ନପତ୍ର ଲିକ୍ ଅଭିଯୋଗରେ ଗଣଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା ଦାବି କରିଛି ଏବିଭିପି । ପ୍ରଶ୍ନପତ୍ର ଲିକ୍ ଘଟଣା ଓଡ଼ିଶାରେ ପରିପେକ୍ଷୀରେ ନୂଆ ନୁହେଁ, ଓଡ଼ିଶାରେ ପରୀକ୍ଷା ହେବ ଓ ବିଭ୍ରାଟ ହେବ ନି ଏହା ଏକପ୍ରକାର ଅସମ୍ଭବ ହୋଇ ଗଲାଣି ବୋଲି ଏବିଭିପି ପକ୍ଷରୁ କୁହାଯାଇଛି ।

Leave a Reply