Deprecated: Function get_magic_quotes_gpc() is deprecated in /home/thxlzghk/news.vskodisha.com/wp-content/plugins/admin-menu-editor-pro-bk/includes/menu-editor-core.php on line 3424
କଳମଛୁଇଁ ଶିଶୁମନ୍ଦିରରେ ଜାତୀୟ ବିଜ୍ଞାନ ଦିବସ ପାଳିତ - ବିଶ୍ୱ ସମ୍ବାଦ କେନ୍ଦ୍ର ଓଡିଶା

କଳମଛୁଇଁ ଶିଶୁମନ୍ଦିରରେ ଜାତୀୟ ବିଜ୍ଞାନ ଦିବସ ପାଳିତ

ତାଳଚେର: ତାଳଚେର ବ୍ଲକ କଳମଛୁଇଁ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ପରିସରରେ ଜାତୀୟ ବିଜ୍ଞାନ ଦିବସ ପାଳିତ ହୋଇଯାଇଛି । ବିଦ୍ୟାଳୟ ପରିଚାଳନା ସମିତିର ସଭାପତି ଶିକ୍ଷାବିତ୍ ଦୁର୍ଯ୍ୟୋଧନ ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ସାଉଥବଲଣ୍ଡାସ୍ଥିତ ନୀଳକଣ୍ଠେଶ୍ୱର ମହାବିଦ୍ୟାଳୟର ଅଧ୍ୟାପକ ଲଲାତେନ୍ଦୁ ଗଡନାୟକ, ସମ୍ମାନୀୟ ଅତିଥି ଭାବରେ ବିଦ୍ୟାଳୟର ସମ୍ପାଦକ ବିଭୂତି ଭୂଷଣ ସ୍ୱାଇଁ ଓ କୋଷାଧ୍ୟକ୍ଷ ପଂଚାନନ ବେହେରା ପ୍ରମୁଖ ଯୋଗ ଦେଇଥିଲେ । ଏହି ଅବସରରେ ଭାରତରତ୍ନ ସାର୍ ଚନ୍ଦ୍ରଶେଖର ଭେଙ୍କଟରମଣଙ୍କ ଫଟୋଚିତ୍ରରେ ଅତିଥିମାନେ ମାଲ୍ୟାର୍ପଣ କରିଥିଲେ । ଆଚାର୍ଯ୍ୟ ଚତୁର୍ଭୂଜ ସାହୁ ଅତିଥି ପରିଚୟ ଓ ସ୍ୱାଗତ ଭାଷଣ ପ୍ରଦାନ କରିଥିଲେ । ପ୍ରଧାନାଚାର୍ଯ୍ୟ ଅନୀଲ କୁମାର ଦେହୁରୀ ଜାତୀୟ ବିଜ୍ଞାନ ଦିବସ ପାଳନର ମହତ୍ୱ ସମ୍ପର୍କରେ ଆଲୋକପାତ କରିଥିଲେ । ବୈଜ୍ଞାନିକ ସି.ଭି. ରମଣଙ୍କ ଜୀବନୀ ଉପରେ ଅତିଥିମାନେ ଆଲୋକପାତ କରିଥିଲେ । ଏହାସହିତ ବିଦ୍ୟାଳୟର ଛାତ୍ରୀଛାତ୍ରୀମାନେ ବିଜ୍ଞାନଭିତିକ ନାଟକ ଓ ନୃତ୍ୟ ପରିବେଷଣ କରିଥିଲେ । ପୂର୍ବରୁ ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ ଅନୁଷ୍ଠିତ ବିଜ୍ଞାନ ପ୍ରଶ୍ନବାଚକ, ପ୍ରଶ୍ନ ମଂଚ ଓ ବିଭିନ୍ନ ବୈଜ୍ଞାନିକମାନଙ୍କ ଜୀବନୀ ସମ୍ପର୍କିତ କୁଇଜ୍ ପ୍ରତିଯୋଗିତାରେ କୃତିତ୍ୱ ଅର୍ଜନ କରିଥିବା ପ୍ରତିଯୋଗୀମାନଙ୍କୁ ମୁଖ୍ୟ ଅତିଥି ଶ୍ରୀ ଗଡନାୟକ ଉତରୀୟ ଓ ମାନପତ୍ର ଦେଇ ପୁରସ୍କୃତ କରିଥିଲେ । ଆଚାର୍ଯ୍ୟା ପ୍ରିୟଙ୍କା ବେହେରା କାର୍ଯ୍ୟକ୍ରମ ପରିଚାଳନା କରିଥିବା ବେଳେ ଆଚାର୍ଯ୍ୟ କମଳ ଲୋଚନ ପ୍ରଧାନ ଧନ୍ୟବାଦ ଅର୍ପଣ କରିଥିଲେ । କାର୍ଯ୍ୟକ୍ରମ ପରିଚାଳନାରେ ଆଚାର୍ଯ୍ୟ କୁମୁଦ ସାହୁ, ସୁକନ୍ୟା ମାଝୀ,ବୈଦେହୀ ସାହୁ,ସ୍ନେହଲତା ସ୍ୱାଇଁ,ସରୋଜା ବେହେରା,ଟୁନିତା ସାହୁ,ପ୍ରକାଶ ପ୍ରଧାନ,କୁମୁଦ ବେହେରା, ରବିନ ବରାଳ,ଅଭୟ ସାହୁଙ୍କ ସମେତ ସମସ୍ତ ଆଚାର୍ଯ୍ୟ,ଆଚାର୍ଯ୍ୟା ସହଯୋଗ କରିଥିଲେ ।

Leave a Reply