Deprecated: Function get_magic_quotes_gpc() is deprecated in /home/thxlzghk/news.vskodisha.com/wp-content/plugins/admin-menu-editor-pro-bk/includes/menu-editor-core.php on line 3424
ପ୍ରକାଶ ପାଇଲା ୟୁପିଏସ୍‌ସି ପରୀକ୍ଷା ଫଳ, ଓଡ଼ିଆ ପୁଅ ଅନିମେଶ ପାଇଲେ ଦ୍ୱିତୀୟ ରାଙ୍କ - ବିଶ୍ୱ ସମ୍ବାଦ କେନ୍ଦ୍ର ଓଡିଶା

ପ୍ରକାଶ ପାଇଲା ୟୁପିଏସ୍‌ସି ପରୀକ୍ଷା ଫଳ, ଓଡ଼ିଆ ପୁଅ ଅନିମେଶ ପାଇଲେ ଦ୍ୱିତୀୟ ରାଙ୍କ

ଭୁବନେଶ୍ୱର: ପ୍ରକାଶ ପାଇଛି ଟଚଝଉ ୨୦୨୩ ପରୀକ୍ଷା ଫଳ । ଓଡ଼ିଶା ପୁଅ ଅନିମେଶ ପ୍ରଧାନ ସର୍ବ ଭାରତୀୟ ସ୍ତରରେ ଦ୍ୱିତୀୟ ସ୍ଥାନ ଅଧିକାର କରିଛନ୍ତି । ଏହା ସହ ଆଦିତ୍ୟ ଶ୍ରୀବାସ୍ତବ ପୂରା ଦେଶରେ ଟପ୍ପର ହୋଇଛନ୍ତି । ତୃତୀୟ ସ୍ଥାନରେ ରହିଛନ୍ତି ଡି.ଅନନ୍ୟା ରେଡ୍ଡୀ । ଚତୁର୍ଥରେ ସିଦ୍ଧାର୍ଥ ରାମକୁମାର ଥିବା ବେଳେ ପଞ୍ଚମରେ ରୁହାନୀ ରହିଛନ୍ତି । ୨୦୨୩ ବର୍ଷ ପାଇଁ ହୋଇଥିବା ପରୀକ୍ଷାରେ ମୋଟ ୧,୦୧୬ ଜଣ ପ୍ରାର୍ଥୀ କୃତକାର୍ଯ୍ୟ ହୋଇଛନ୍ତି । ଓଡ଼ିଶାରୁ ୨୪ ରାଙ୍କ ପ୍ରଜ୍ଞାନନ୍ଦନ ଗିରି ରହିଥିବା ବେଳେ ୩୬ ରାଙ୍କରେ ଆୟୁଷୀ ପ୍ରଧାନ ରହିଛନ୍ତି । ସେହିପରି ୫୨ ରାଙ୍କରେ ଜୟଶ୍ରୀ ପ୍ରଧାନ, ୬୦ ରାଙ୍କରେ ଅଭିମନ୍ୟୁ ମଲ୍ଲିକ, ୧୧୦ ରାଙ୍କରେ ଅମ୍ରିତାଂଶୁ ନାୟକ ରହିଛନ୍ତି । ସେହିପରି ଅନ୍ୟ ଓଡ଼ିଆଙ୍କ ମଧ୍ୟରେ ୧୧୫ ରାଙ୍କରେ ଯଶୋବନ୍ତ ମଲ୍ଲିକ, ୧୭୬ ରାଙ୍କରେ ପଦ୍ମନାଭ ମିଶ୍ର, ୨୦୪ ରାଙ୍କ ଶୁଭ୍ରା ପଣ୍ଡା ରହିଛନ୍ତି । ସେହିପରି ୨୮୦ ରାଙ୍କରେ ଅନନ୍ୟା ରଣା, ୩୦୩ ରାଙ୍କରେ ତନିଶା ମିଶ୍ର ଓ ୩୧୯ ରାଙ୍କରେ ରଶ୍ମି ପ୍ରଧାନ ରହିଛନ୍ତି । ୩୪୩ ରାଙ୍କ ବିଶ୍ୱଜିତ ପଣ୍ଡା ରହିଛନ୍ତି । ଅନ୍ୟମାନଙ୍କ ମଧ୍ୟରେ ୩୮୭ ରାଙ୍କରେ ପ୍ରିୟଙ୍କା ପ୍ରିୟଦର୍ଶିନୀ, ୪୦୯ ରାଙ୍କରେ ସନ୍ତୋଷ କୁମାର ପାତ୍ର, ୪୬୬ ରାଙ୍କରେ ସୌରଭ ଦାସଙ୍କ ସହ ୫୭୫ ରାଙ୍କରେ ରାକେଶ କୁମାର ସାହୁ ଓ ୫୮୧ ରାଙ୍କରେ ନୟନ ରଂଜନ ଦାସ ରହିଛନ୍ତି । ତେବେ ସବୁଠାରୁ ବଡ଼ କଥା ହେଉଛିସର୍ବ ଭାରତୀୟ ସ୍ତରରେ ଦ୍ୱିତୀୟ ରାଙ୍କରେ ଅନିମେଶ ପ୍ରଧାନ ରହିଛନ୍ତି । ସୂଚନାଯୋଗ୍ୟ, ଟଚଝଉ ପ୍ରତିବର୍ଷ ତିନୋଟି ପର୍ଯ୍ୟାୟରେ ସିଭିଲ ସର୍ଭିସ ପରୀକ୍ଷା କରାଇଥାଏ । ଏଥିରେିଭାରତୀୟ ପ୍ରଶାସନିକ ସେବା (ଓଇଝ), ଭାରତୀୟ ବୈଦେଶିକ ସେବା (ଓୠଝ) ଏବଂ ଭାରତୀୟିପୁଲିସ ସେବା (ୟୁପିଏସ୍‌ସି)ର ଅଧିକାରୀ ଚୟନ କରାଯାଇଥାଏ । ଏଥିପାଇଁ ତିନିଟି ପର୍ଯ୍ୟାୟ ପ୍ରାଥମିକ, ମୁଖ୍ୟ ଏବଂ ସାକ୍ଷାତକାର ପରୀକ୍ଷା ହୋଇଥାଏ ।

Leave a Reply