Deprecated: Function get_magic_quotes_gpc() is deprecated in /home/thxlzghk/news.vskodisha.com/wp-content/plugins/admin-menu-editor-pro-bk/includes/menu-editor-core.php on line 3424
ପଦ୍ମ ପୁରସ୍କାର ପ୍ରଦାନ କଲେ ରାଷ୍ଟ୍ରପତି ଓଡ଼ିଶାରୁ ପାଇଲେ ଭାଗବତ ପ୍ରଧାନ ଓ ବିନୋଦ ମହାରଣା - ବିଶ୍ୱ ସମ୍ବାଦ କେନ୍ଦ୍ର ଓଡିଶା

ପଦ୍ମ ପୁରସ୍କାର ପ୍ରଦାନ କଲେ ରାଷ୍ଟ୍ରପତି ଓଡ଼ିଶାରୁ ପାଇଲେ ଭାଗବତ ପ୍ରଧାନ ଓ ବିନୋଦ ମହାରଣା

ନୂଆଦିଲ୍ଲୀ: ବିଭିନ୍ନ କ୍ଷେତ୍ରରେ ଖ୍ୟାତି ଅର୍ଜନ କରିଥିବା ବିଶିଷ୍ଟ ବ୍ୟକ୍ତିବିଶେଷଙ୍କୁ ଗୁରୁବାର ପଦ୍ମ ପୁରସ୍କାର ପ୍ରଦାନ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଓଡ଼ିଶାର ଲୋକକଳା ‘ଶଦ୍ଦ ନୃତ୍ୟ’ର ବିଶିଷ୍ଟ କଳାକାର ଭାଗବତ ପ୍ରଧାନ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କଠାରୁ ପଦ୍ମଶ୍ରୀ ପୁରସ୍କାର ଗ୍ରହଣ କରିଛନ୍ତି । ବରଗଡ଼ ଜିଲ୍ଲାର ୮୫ ବର୍ଷୀୟ ଭାଗବତ ପ୍ରଧାନ ଦୀର୍ଘ ୫ ଦଶନ୍ଧି ଧରି ଏହି କଳାର ପ୍ରଦର୍ଶନ କରିବା ସହ ପ୍ରଚାର ଓ ପ୍ରସାର ପାଇଁ ନିଜକୁ ସମର୍ପି ଦେଇଛନ୍ତି । ନିଜ ଜୀବନକାଳ ମଧ୍ୟରେ ସେ ପ୍ରାୟ ୬୦୦ରୁ ଉର୍ଦ୍ଧ୍ୱ ଶିଷ୍ୟଙ୍କୁ ଏହି କଳା ଶିଖାଇଛନ୍ତି । ସେହିପରି ଖୋର୍ଦ୍ଧାର ପଟ୍ଟଚିତ୍ର କଳାକାର ବିନୋଦ ମହାରଣା ମଧ୍ୟ ପଦ୍ମଶ୍ରୀ ପୁରସ୍କାର ଗ୍ରହଣ କରିଛନ୍ତି । ଅନ୍ୟପକ୍ଷରେ ବରିଷ୍ଠ ଅଭିନେତ୍ରୀ ବୈଜୟନ୍ତୀମାଲା ବାଲି ଏବଂ ଅଭିନେତା କୋନିଡେଲା ଚିରଞ୍ଜୀବୀଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପଦ୍ମବିଭୂଷଣ ସମ୍ମାନରେ ସମ୍ମାନିତ କରିଥିଲେ । ସୁପ୍ରିମକୋର୍ଟର ପ୍ରଥମ ମହିଳା ବିଚାରପତି ଜଷ୍ଟିସ ଏମ ଫାତିମା ବିଭିଙ୍କୁ ପଦ୍ମଭୂଷଣ ସମ୍ମାନରେ ସମ୍ମାନିତ କରାଯାଇଛି । କୃଷି କ୍ଷେତ୍ରରେ ଆଣ୍ଡାମାନ ଓ ନିକୋବରର କୃଷକ କେ ଚେଲ୍ଲାମାଲ, କ୍ରୀଡ଼ା କ୍ଷେତ୍ରରେ ଜୋଶନା ଚିନାପ୍ପା, ହିନ୍ଦୁସ୍ତାନୀ ଶାସ୍ତ୍ରୀୟ ଗାୟକ ସୋମ ଦତ୍ତ ବାଟ୍ଟୁ, କୃଷି କ୍ଷେତ୍ରରେ ସତ୍ୟନାରାୟଣ ବେଲାରୀ ଏବଂ କଳା କ୍ଷେତ୍ରରେ ଜୋର୍ଡାନ ଲେପ୍ଚାଙ୍କୁ ପଦ୍ମଶ୍ରୀ ପୁରସ୍କାର ପ୍ରଦାନ କରାଯାଇଛି ।

Leave a Reply