Deprecated: Function get_magic_quotes_gpc() is deprecated in /home/thxlzghk/news.vskodisha.com/wp-content/plugins/admin-menu-editor-pro-bk/includes/menu-editor-core.php on line 3424
ମତଦାନ ପ୍ରକ୍ରିୟା ଦେଖିଲେ ୨୩ ଦେଶର ୭୫ ଜଣ ପ୍ରତିନିଧି - ବିଶ୍ୱ ସମ୍ବାଦ କେନ୍ଦ୍ର ଓଡିଶା

ମତଦାନ ପ୍ରକ୍ରିୟା ଦେଖିଲେ ୨୩ ଦେଶର ୭୫ ଜଣ ପ୍ରତିନିଧି

ନୂଆଦିଲ୍ଲୀ : ଭାରତରେ ୨୦୨୪ ସାଧାରଣ ନିର୍ବାଚନରେ ମତଦାନ ପ୍ରକ୍ରିୟାକୁ ପ୍ରତ୍ୟକ୍ଷ ଭାବେ ଦେଖିଥିବାରୁ ବିଭିନ୍ନ ଦେଶରୁ ଆସିଥିବା ଅନ୍ତର୍ଜାତୀୟ ପ୍ରତିନିଧିମାନେ ଖୁସି ବ୍ୟକ୍ତ କରିଛନ୍ତି । କେତେକ ପ୍ରତିନିଧି ନିର୍ବାଚନରେ ସ୍ୱଚ୍ଛତାକୁ ପ୍ରଶଂସା କରିଥିବା ବେଳେ ଅନ୍ୟମାନେ ଗ୍ରୀନ୍ ପୋଲିଂ ଷ୍ଟେସନ ଭଳି ନିର୍ବାଚନ ଆୟୋଗଙ୍କ ପଦକ୍ଷେପକୁ ପ୍ରେରଣାଦାୟକ ବୋଲି କହିଛନ୍ତି । ଅନ୍ତର୍ଜାତୀୟ ନିର୍ବାଚନ ପରିଦର୍ଶକ କାର୍ଯ୍ୟକ୍ରମ (ଆଇଇଭିପି) ଅଧୀନରେ ନିକଟରେ ଶେଷ ହୋଇଥିବା ତୃତୀୟ ପର୍ଯ୍ୟାୟ ନିର୍ବାଚନରେ ଭାରତର ସାଧାରଣ ନିର୍ବାଚନର ପ୍ରତ୍ୟକ୍ଷ ଅନୁଭବ କରିବା ପରେ ଏଭଳି ପ୍ରତିକ୍ରିୟା ପ୍ରକାଶ ପାଇଛି । ତୃତୀୟ ପର୍ଯ୍ୟାୟରେ ୧୧ଟି ରାଜ୍ୟ/କେନ୍ଦ୍ରଶାସିତ ଅଞ୍ଚଳର ୯୩ଟି ନିର୍ବାଚନ ମଣ୍ଡଳୀରେ ମତଦାନ ଅନୁଷ୍ଠିତ ହୋଇଥିଲା ଏବଂ ପ୍ରତିନିଧିମାନେ ୬ଟି ରାଜ୍ୟ/କେନ୍ଦ୍ରଶାସିତ ଅଞ୍ଚଳରେ ମତଦାନ ଦେଖିଥିଲେ, ଯେଉଁଥିରେ ବିଶ୍ୱସ୍ତରର ସବୁଠୁ ଅଧିକ ମଣିଷ ଓ ବ୍ୟବସ୍ଥାଗତ ଗତିବିଧି ଦେଖିବାକୁ ମିଳିଥିଲା । କାମ୍ବୋଡିଆ, ଟ୍ୟୁନିସିଆ, ମୋଲଡୋଭା, ସେସେଲ୍ସ ଏବଂ ନେପାଳର ପ୍ରତିନିଧିମାନେ କର୍ଣ୍ଣାଟକର ବେଲଗାମ ସଂସଦୀୟ ନିର୍ବାଚନ ମଣ୍ଡଳୀ ଗସ୍ତ କରି ମତଦାନ କେନ୍ଦ୍ର ଭିତରେ ମତଦାନ ଅଧିକାରୀ ଓ ପ୍ରିଜାଇଡିଂ ଅଫିସରଙ୍କ ସହ ଆଲୋଚନା କରିଥିଲେ । ଭୁଟାନ, ମଙ୍ଗୋଲିଆ ଏବଂ ଇସ୍ରାଏଲର ଏକ ଗଣମାଧ୍ୟମ ଟିମ୍ ଗୋଆର ଉଭୟ ନିର୍ବାଚନ ମଣ୍ଡଳୀରେ ମତଦାନ ଏବଂ ଆନୁସଙ୍ଗିକ ବ୍ୟବସ୍ଥା ଦେଖିଥିଲେ । ଶ୍ରୀଲଙ୍କା ଏବଂ ଫିଲିପାଇନ୍ସର ପ୍ରତିନିଧିଙ୍କୁ ନେଇ ଗଠିତ ଏକ ୧୧ ଜଣିଆ ଅନ୍ତର୍ଜାତୀୟ ଟିମ୍ ଭୋପାଳ, ବିଦିଶା, ସିହୋର ଏବଂ ରାଇସେନ ନିର୍ବାଚନ ମଣ୍ଡଳୀର ମତଦାନ କେନ୍ଦ୍ର ପରିଦର୍ଶନ କରି ଲୋକସଭା ନିର୍ବାଚନର ପ୍ରକ୍ରିୟା ସମ୍ପର୍କରେ ପ୍ରାଥମିକ ସୂଚନା ହାସଲ କରିଛନ୍ତି । ଚିଲି, ଜର୍ଜିଆ, ମାଳଦ୍ୱୀପ, ନାମିବ୍ୟା, ପାପୁଆ ନ୍ୟୁ ଗିନି ଏବଂ ଉଜବେକିସ୍ତାନର ପ୍ରତିନିଧିମାନେ ୭ ମେ, ୨୦୨୪ରେ ଉତ୍ତରପ୍ରଦେଶର ଫତେପୁର ସିକ୍ରି ଏବଂ ଆଗ୍ରା ସଂସଦୀୟ କ୍ଷେତ୍ରରେ ମତଦାନ ଦେଖିଥିଲେ । ଅହମ୍ମଦାବାଦରେ ହେବାକୁ ଥିବା ଲୋକସଭା ନିର୍ବାଚନ ୨୦୨୪ ପାଇଁ ଫିଜି, ଅଷ୍ଟ୍ରେଲିଆ, ରୁଷ, ମାଡାଗାସ୍କର, କିର୍ଗିଜସ୍ତାନର ପ୍ରତିନିଧିମାନେ ପ୍ରାକ୍ ନିର୍ବାଚନ ବ୍ୟବସ୍ଥା ଏବଂ ମତଦାନ ପ୍ରକ୍ରିୟା ଦେଖିଥିଲେ । ବାଂଲାଦେଶ, ଶ୍ରୀଲଙ୍କା, କାଜାଖସ୍ତାନ ଏବଂ ଜିମ୍ବାୱେର ନିର୍ବାଚନ ପରିଚାଳନା ସଂସ୍ଥାର ପ୍ରତିନିଧିମାନେ ମହାରାଷ୍ଟ୍ରର ରାୟଗଡ ସଂସଦୀୟ କ୍ଷେତ୍ର ପରିଦର୍ଶନ କରି ନିର୍ବାଚନ ପୂର୍ବ ବ୍ୟବସ୍ଥା, ମତଦାନ ଦଳ ଗୁଡ଼ିକର ବିସ୍ତାର ଏବଂ ଅନ୍ୟାନ୍ୟ ଲଜିଷ୍ଟିକ୍ସଦେଖିଥିଲେ । ଅଷ୍ଟ୍ରେଲିଆ, ବାଂଲାଦେଶ ଭୁଟାନ, କାମ୍ବୋଡିଆ, ଚିଲି, ଫିଜି, ଜର୍ଜିଆ, କାଜାଖସ୍ତାନ, କିର୍ଗିଜ ପ୍ରତିନିଧି, ମାଡାଗାସ୍କର, ମାଳଦ୍ୱୀପ, ମଙ୍ଗୋଲିଆ, ମୋଲଡୋଭା, ନାମିବିଆ, ନେପାଳ, ନ୍ୟୁ ଗିନି, ଫିଲିପାଇନ୍ସ, ରୁଷିଆ, ସେସେଲ୍ସ, ଶ୍ରୀଲଙ୍କା, ଟ୍ୟୁନିସିଆ, ଉଜ୍ୱେକିସ୍ତାନ, ଜିମ୍ବାୱେ ଭଳି ୨୩ଟି ଦେଶର ପ୍ରତିନିଧି ୫ ମେ ୨୦୨୪ ରେ ତୃତୀୟ ପର୍ଯ୍ୟାୟ ମତଦାନ ଦେଖିବା ପାଇଁ ନୂଆଦିଲ୍ଲୀରେ ପହଞ୍ଚିଥିଲେ । ମୁଖ୍ୟ ନିର୍ବାଚନ ଆୟୁକ୍ତ ରାଜୀବ କୁମାରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଦଘାଟନୀ ଅଧିବେଶନରେ ସେମାନେ ନିର୍ବାଚନ କମିଶନର ଜ୍ଞାନେଶ କୁମାର ଏବଂ ଡ. ସୁଖବୀର ସିଂହ ସାନ୍ଧୁଙ୍କ ସହ ଆଲୋଚନା କରିଥିଲେ । ଏହାପରେ ପ୍ରତିନିଧିମାନେ ୬ଟି ଛୋଟ ଛୋଟ ଦଳରେ ବିଭକ୍ତ ହୋଇ ବିଭିନ୍ନ ରାଜ୍ୟ ଯଥା କର୍ଣ୍ଣାଟକ, ମହାରାଷ୍ଟ୍ର, ଗୁଜରାଟ, ଉତ୍ତରପ୍ରଦେଶ, ଗୋଆ ଓ ମଧ୍ୟପ୍ରଦେଶ ଗସ୍ତ କରିବା ସହ ଏଥିପାଇଁ ୧୩ଟି ନିର୍ବାଚନ ମଣ୍ଡଳୀର ମତଦାନ କେନ୍ଦ୍ର ପରିଦର୍ଶନ କରିଥିଲେ

Leave a Reply