Deprecated: Function get_magic_quotes_gpc() is deprecated in /home/thxlzghk/news.vskodisha.com/wp-content/plugins/admin-menu-editor-pro-bk/includes/menu-editor-core.php on line 3424
ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ବିବେକାନନ୍ଦ ଜୟନ୍ତୀ - ବିଶ୍ୱ ସମ୍ବାଦ କେନ୍ଦ୍ର ଓଡିଶା

ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ବିବେକାନନ୍ଦ ଜୟନ୍ତୀ

ଛତ୍ରପୁର: ସ୍ଥାନୀୟ ଶ୍ରୀରାମ ନଗର ସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ପରିସରରେ ବିବେକାନନ୍ଦ ଜୟନ୍ତୀ ପାଳିତ ହୋଇଯାଇଛି । ଉକ୍ତ କାର୍ଯ୍ୟକ୍ରମରେ ଉତ୍କଳ ବିଶ୍ୱବିଦ୍ୟାଳୟର ଅଧ୍ୟାପକ ଭି ରାଜେନ୍ଦ୍ର ରାଜୁ ମୁଖ୍ୟ ଅତିଥି ଭାବେ ଯୋଗଦେଇ ବିବେକାନନ୍ଦଙ୍କ ଦର୍ଶନର ମୂଳ ଲକ୍ଷ୍ୟ ତଥା ତାଙ୍କ ଆଦର୍ଶରେ ଅନୁପ୍ରାଣିତ ହେବା ପାଇଁ ମାର୍ଗଦର୍ଶନ କରିଥିଲେ । ପ୍ରଧାନାଚାର୍ଯ୍ୟ ରବୀନ୍ଦ୍ରନାଥ ଦାଶ ଉପସ୍ଥିତ ଅତିଥିମାନଙ୍କ ପରିଚୟ ସହିତ ସ୍ୱାଗତ ଭାଷଣ ପ୍ରଦାନ କରିଥିଲେ । ଅନୁଷ୍ଠାନର ଅଧ୍ୟକ୍ଷ ଉପେନ୍ଦ୍ର ମହାନ୍ତିଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉକ୍ତ କାର୍ଯ୍ୟକ୍ରମରେ ଶିଶୁମାନଙ୍କ ଅଭିଭାଷଣ ସହ ଶିଶୁମାନେ ବିବେକାନନ୍ଦଙ୍କ ବେଶରେ ସଜ୍ଜିତ ହୋଇ ଆସିଥିଲେ । ଆଚାର୍ଯ୍ୟ ଶରତଚନ୍ଦ୍ର ପାଣିଗ୍ରାହୀ ଜୀବନୀ କଥନ କରିଥିଲେ । ଶେଷରେ ଆଚାର୍ଯ୍ୟ ସୁକାନ୍ତ କୁମାର ସାହୁ ଧନ୍ୟବାଦ ଅର୍ପଣ କରିଥିଲେ ।

Leave a Reply