Deprecated: Function get_magic_quotes_gpc() is deprecated in /home/thxlzghk/news.vskodisha.com/wp-content/plugins/admin-menu-editor-pro-bk/includes/menu-editor-core.php on line 3424
ଶ୍ରୀମନ୍ଦିରରେ ବିଜେପି ଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀ - ବିଶ୍ୱ ସମ୍ବାଦ କେନ୍ଦ୍ର ଓଡିଶା

ଶ୍ରୀମନ୍ଦିରରେ ବିଜେପି ଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀ

ପୁରୀ : ଶ୍ରୀମନ୍ଦିରରେ ବିଜେପି ଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀ । ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବ ପରେ ମୁଖ୍ୟମନ୍ତ୍ରୀମାନେ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଆଶୀର୍ବାଦ ନେଇଛନ୍ତି । ଏଥିପାଇଁ ଶ୍ରୀକ୍ଷେତ୍ରରେ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି । ଆଜି ଅପରାହ୍ନରେ ଭୁବନେଶ୍ୱର ଜନତା ମୈଦାନରେ ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଥିଲେ ମୋହନ ଚରଣ ମାଝୀ । ଶପଥ ଗ୍ରହଣ ଉତ୍ସବ ସରିବା ପରେ କଡ଼ା ସୁରକ୍ଷା ବଳୟ ଭିତରେ ହରିଆଣା ମୁଖ୍ୟମନ୍ତ୍ରୀ ନାୟବ ସିଂ ସୈନୀ ଓ ତାଙ୍କ ପତ୍ନୀ, ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ମୋହନ ଯାଦବ ଓ ତାଙ୍କ ପତ୍ନୀ, ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା, ତ୍ରିପୁରା ମୁଖ୍ୟମନ୍ତ୍ରୀ ମାଣିକ ଶାହା, ଗୋଆ ମୁଖ୍ୟମନ୍ତ୍ରୀ ପ୍ରମୋଦ ସାୱନ୍ତ, କେନ୍ଦ୍ରମନ୍ତ୍ରୀ ଭୁପେନ୍ଦ୍ର ଯାଦବ ପ୍ରମୁଖ ଶ୍ରୀକ୍ଷେତ୍ରରେ ପହଞ୍ଚିଥିଲା । ସେଠାରେ ଶ୍ରୀମନ୍ଦିର ଓ ଜିଲ୍ଲା ପ୍ରଶାସନ ପକ୍ଷରୁ ଅତିଥିଙ୍କୁ ସ୍ୱାଗତ କରାଯାଇଥିଲା । ତା’ପରେ ଅତିଥିମାନେ କଡ଼ା ସୁରକ୍ଷା ଭିତରେ ଶ୍ରୀମନ୍ଦିର ଭିତରକୁ ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିଥିଲେ । ସେପଟେ ଆଜି ସକାଳେ କେନ୍ଦ୍ରମନ୍ତ୍ରୀ ରାଜନାଥ ସିଂହ, ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ, ପୁରୀ ସାଂସଦ ସମ୍ୱିତ ପାତ୍ର ଓ ଅନ୍ୟମାନେ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କରିଥିଲେ । ପରେ ମହାପ୍ରଭୁଙ୍କ ପ୍ରସାଦ ସେବନ କରିଥିଲେ । ଯାହାର ଫଟୋ ଶ୍ରୀ ପାତ୍ର ସୋଶାଲ ମିଡ଼ିଆ ଢରେ ପୋଷ୍ଟ କରିଛନ୍ତି । ମହାପ୍ରଭୁଙ୍କ ଦର୍ଶନ ପରେ ହରିଆଣା ମୁଖ୍ୟମନ୍ତ୍ରୀ ନାୟବ ସିଂ ସୈନୀ କହିଛନ୍ତି, ମହାପ୍ରଭୁଙ୍କ ଦର୍ଶନ କରି ବହୁତ ଭଲ ଲାଗିଲା । ଆଜି ଓଡ଼ିଶାରେ ନୂଆ ସରକାର ଗଠନ ହୋଇଛି । ମୁଖ୍ୟମନ୍ତ୍ରୀ ଭାବେ ମୋହନ ମାଝୀ ଶପଥ ନେଇଛନ୍ତି । ମୁଁ ଓଡ଼ିଶାର କ୍ୟାବିନେଟ୍ ଓ ଜନତାଙ୍କୁ ଅଭିନନ୍ଦନ ଜଣାଉଛି ବୋଲି ନାୟବ ସିଂ ସୈନୀ କହିଛନ୍ତି । ସେପଟେ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା କହିଛନ୍ତି, ଆଜି ଓଡ଼ିଶାରେ ବିଜେପି ସରକାର ହେଲା । ଶପଥ ଗ୍ରହଣ ଉତ୍ସବ ପରେ ମହାପ୍ରଭୁ ଜଗନ୍ନାଥଙ୍କ ଦର୍ଶନ କଲି । ଦେଶରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ଓଡ଼ିଶାରେ ମୋହନ ମାଝୀଜୀଙ୍କ ସରକାର ଗଠନ କରିଥିବାରୁ ଓଡ଼ଶା ବାସୀଙ୍କୁ ଧନ୍ୟବାଦ ଜଣାଉଛି । ଓଡ଼ିଶାର ବିକାଶ ହେବ । ସଙ୍କଳ୍ପ ପତ୍ରରେ ଥିବା ସବୁ ଦାବି ପୂରଣ ପାଇଁ ବିଜେପି କାମ କରିବ । ନିର୍ବାଚନ ବେଳେ ଯେଉଁ ସବୁ ପ୍ରତିଶ୍ରୁତି ଦେଇଥିଲୁ ସବୁ ପୂରଣ ହେବ । ରତ୍ନ ଭଣ୍ଡାର ଓ ଶ୍ରୀମନ୍ଦିର ଚାରିଦ୍ୱାର ଖୋଲିବା ପ୍ରତିଶ୍ରୁତି ପାଳନ କରିବୁ । ଏଠାରୁ ୨୧ରୁ ୨୦ ଲୋକସଭା ସିଟ୍ ଜିତିଥିବାରୁ କୃତଜ୍ଞ । ଏହି ସଫଳତା ଯୋଗୁଁ କେନ୍ଦ୍ର ଓ ରାଜ୍ୟରେ ବିଜେପି ସରକାର କରିଛି ବୋଲି ଶ୍ରୀ ବିଶ୍ୱଶର୍ମା କହିଛନ୍ତି ।

Leave a Reply