ଭକ୍ତଙ୍କ ପାଇଁ ଶ୍ରୀମନ୍ଦିର ୪ ଦ୍ୱାର ଖୋଲିଲା

ପୁରୀ: କରୋନା ମହାମାରୀ ପରଠାରୁ ଶ୍ରୀମନ୍ଦିର ୪ ଦ୍ୱାର ବନ୍ଦ ରହିଥିଲା। ନିର୍ବାଚନ ପ୍ରଚାର ବେଳେ ଦାୟିତ୍ୱ ଗ୍ରହଣ କରିବାର କିଛି ଘଣ୍ଟା ମଧ୍ୟରେ ୪ ଦ୍ୱାରକୁ ଖୋଲାଯିବ ବୋଲି ବିଜେପି ପ୍ରତିଶ୍ରୁତି ଦେଇଥିଲା। ନବ ଗଠିତ ବିଜେପି ସରକାର ତାହା ପୂରଣ କରିଛନ୍ତି। ଗୁରୁବାର ସକାଳେ ମଙ୍ଗଳ ଆଳତି ପରେ ଶ୍ରଦ୍ଧାଳୁଙ୍କ ପାଇଁ ଦ୍ୱାରଗୁଡ଼ିକୁ ଖୋଲି ଦିଆଯାଇଛି।

ଗୁରୁବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଉପ ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ, ପ୍ରଭାତୀ ପରିଡ଼ା ଏବଂ ନୂତନ ମନ୍ତ୍ରିପରିଷଦର ସମସ୍ତ ସଦସ୍ୟଙ୍କ ଉପସ୍ଥିତିରେ ଏହି ଦ୍ୱାରଗୁଡ଼ିକୁ ଖୋଲାଯାଇଛି। ଚାରି ଦ୍ବାରା ଖୋଲିବା ଦ୍ବାରା ବିନା ବାଧାରେ ଶ୍ରୀମନ୍ଦିର ଯାଇ ଭକ୍ତମାନେ ମହାପ୍ରଭୁଙ୍କ ଦର୍ଶନ କରୁଛନ୍ତି। ଅନ୍ୟମାନଙ୍କ ମଧ୍ୟରେ ପୁରୀ ସାଂସଦ ସମ୍ବିତ ପାତ୍ର, ବାଲେଶ୍ବର ସାଂସଦ ପ୍ରତାପ ଚନ୍ଦ୍ର ଷଡଙ୍ଗୀ ଏବଂ ଦଳର ଅନ୍ୟ ମନ୍ତ୍ରୀ ତଥା ନେତାମାନେ ମଧ୍ୟ ଉପସ୍ଥିତ ଥିଲେ ।

Leave a Reply

Your email address will not be published. Required fields are marked *