ଜୁଲାଇ ପହିଲାରୁ ବ୍ରିଟିସ ଆଇନ ହଟିବ

ଭୁବନେଶ୍ବର: ଆସନ୍ତା ଜୁଲାଇ ୧ ତାରିଖ ଠାରୁ ସାରା ଦେଶରେ ନୂଆ ପୁଲିସ ଆଇନ ଲାଗୁ ହେବ। ୧୮୬୦ ମସିହାରୁ ଚାଲିଥିବା ବ୍ରିଟିଶ ନିୟମ ଖୁବଶୀଘ୍ର ଉଠିଯିବ। ଏନେଇ ଗୃହମନ୍ତ୍ରାଳୟ ପକ୍ଷରୁ ସବୁ ଡିଜିପିଙ୍କ ସହ ଆଲୋଚନା କରାଯାଇଛି। ନୂଆ ଆଇନର କାର୍ଯ୍ୟକାରିତା ନେଇ ଆଲୋଚନା ହୋଇଛି। ନୂଆ ଆଇନ ଆସିବା ପରେ ଆଇପିସି, ସିଆରପିସି ଓ ଏଭିଡେନ୍ସ ଆକ୍ଟକୁ ହଟାଇ ଦିଆଯିବ। ଇଣ୍ଡିଆନ୍‌ ପେନାଲ୍‌ କୋଡ୍‌’ ପରିବର୍ତ୍ତେ ଆସିବ ‘ଭାରତୀୟ ନ୍ୟାୟ ସଂହିତା’, ‘କୋଡ୍‌ ଅଫ୍‌ କ୍ରିମିନାଲ୍‌ ପ୍ରୋସିଜିଓର’ ପରିବର୍ତ୍ତେ ଆସିବ ‘ଭାରତୀୟ ନାଗରିକ ସୁରକ୍ଷା ସଂହିତା’ ଏବଂ ‘ଇଣ୍ଡିଆନ୍‌ ଏଭିଡେନ୍‌ସ୍‌ ଆକ୍ଟ’ ପରିବର୍ତ୍ତେ ଆସିବ ‘ଭାରତୀୟ ସାକ୍ଷ୍ୟ’ । ଏଥିରେ ପୂର୍ବରୁ ୫୧୧ଟି ସେକ୍‌ସନ୍‌ ଥିଲା, ଏବେ ୩୫୮ଟି ସେକ୍‌ସନ୍‌ ରହିବ। ୧୭୫ଟି ସେକସନ୍‌ ସଂଶୋଧନ କରାଯିବ ।ଜୁଲାଇ ୧ ମଧ୍ୟରେ ଯେତିକି କେସ ରୁଜୁ ହୋଇଥିବ ତାହା ପୁରୁଣା ସିଆରପିସି ଅଧୀନରେ ଟ୍ରାଏଲ କରାଯିବ। ଏହି ନୂଆ ନିୟମକୁ କାର୍ଯ୍ୟକାରୀ କରିବା ପାଇଁ ଯାହା ପ୍ରାବଧାନ ରହିଛି ସେ ନେଇ ବରିଷ୍ଠ ଆଇପିଏସମାନଙ୍କ ସହ ଆଲୋଚନା କରିଛନ୍ତି ଡିଜିପି।କେନ୍ଦ୍ରର ଗୃହ ସଚିବ ଏ ନେଇ ସମସ୍ତ ରାଜ୍ୟର ମୁଖ୍ୟ ଶାସନ ସଚିବ, ଗୃହ ସଚିବ, ଡିଜିପି ଭିସିରେ ରହି କାର୍ଯ୍ୟକାରିତା ଦିଗରେ ଅଧିକ ଆଲୋଚନା କରିଛନ୍ତି। ଏ ନେଇ ପୁଲିସ ଅଧିକାରୀମାନଙ୍କୁ ତାଲିମ ମଧ୍ୟ ଦିଆଯାଇଛି ।

Leave a Reply

Your email address will not be published. Required fields are marked *