Deprecated: Function get_magic_quotes_gpc() is deprecated in /home/thxlzghk/news.vskodisha.com/wp-content/plugins/admin-menu-editor-pro-bk/includes/menu-editor-core.php on line 3424
ପହିଲି ରଜ: ଉତ୍ସବମୁଖର ଗାଁଠୁ ସହର - ବିଶ୍ୱ ସମ୍ବାଦ କେନ୍ଦ୍ର ଓଡିଶା

ପହିଲି ରଜ: ଉତ୍ସବମୁଖର ଗାଁଠୁ ସହର

ଭୁବନେଶ୍ୱର: ଶୁକ୍ରବାର ପାଳିତ ହୋଇଯାଇଛି ପହିଲି ରଜ । କୃଷିଭିତ୍ତିକ ଏହି ପର୍ବ ପାଇଁ ଉତ୍ସବମୁଖର ଗାଁ ଠୁ ସହର । ଜ୍ୟେଷ୍ଠ ମାସ ଶେଷ ଓ ଆଷାଢ଼ର ପହିଲି ପୁଲକରେ ଆସିଛି ରଜ ପର୍ବ । ଆଷାଢର ପ୍ରଥମ ଜଳରେ ମା’ ମାଟି ହୋଇଛି ରଜସ୍ୱଳା । ଏଥିପାଇଁ ଏହିଦିନ କୃଷିକର୍ମ ନିଷେଧ କରାଯାଇଛି । ଆଜି ପହିଲି ରଜ ଥିବାବେଳେ ଆସନ୍ତାକାଲି ରଜ ସଂକ୍ରାନ୍ତି । ଭୂମି ଦହନ ପରେ ବସୁମତି ସ୍ନାନ କରାଯିବ । ଉତ୍କଳୀୟ ସଂସ୍କୃତି ଓ ପରମ୍ପରାରେ ରଜର ମହତ୍ତ୍ୱ ଅନନ୍ୟ । ରଜ ପର୍ବରେ କୁଆଁରୀ ଝିଅ ଓ ବୋହୂମାକୁ ସମ୍ମାନ ଦିଆଯାଇଥାଏ । ତେଣୁ ଏହି ୩ ଦିନ ସେମାନ କୋଣସି କାମ କରିବାକୁ ବାରଣ କରାଯାଇଛି । ଏପରିକି ଫୁଙ୍ଗୁଳା ପାଦ ଧରିତ୍ରୀ ଉପରେ ରଖିବା ବି ମନା । ଏଥିପାଇଁ ଝିଅମାନେ ପାଦରେ ବାନ୍ଧିଥାନ୍ତି କଦଳି ପାଟୁକା । ରଜରେ ପାରମ୍ପରିକ ପିଠା ଖାଇ ଦୋଳିରେ ଝୁଲନ୍ତି କୁମାରୀ । ଗାଁ ଗାଁରେ ରଜଗୀତ ସାଙ୍ଗକୁ ରଜ ପାନରେ ମହକୁଛି ପରିବେଶ । ସଜେଇ ହୋଇ ଫୁଲ ଦୋଳିରେ ଝୁଲି ଝୁଲି ଭାଇର ମଙ୍ଗଳ ମନାସୁଛନ୍ତି ଭଉଣୀ ।

Leave a Reply