Warning: Private methods cannot be final as they are never overridden by other classes in /home/thxlzghk/news.vskodisha.com/wp-content/plugins/wp-rocket/inc/classes/Buffer/class-cache.php on line 425

Warning: Private methods cannot be final as they are never overridden by other classes in /home/thxlzghk/news.vskodisha.com/wp-content/plugins/wp-rocket/inc/classes/traits/trait-memoize.php on line 87

Warning: Cannot modify header information - headers already sent by (output started at /home/thxlzghk/news.vskodisha.com/wp-content/plugins/wp-rocket/inc/classes/Buffer/class-cache.php:425) in /home/thxlzghk/news.vskodisha.com/wp-content/plugins/wp-rocket/inc/classes/Buffer/class-cache.php on line 214

Deprecated: Function get_magic_quotes_gpc() is deprecated in /home/thxlzghk/news.vskodisha.com/wp-content/plugins/admin-menu-editor-pro-bk/includes/menu-editor-core.php on line 3424
ଜନତାଙ୍କ ସହ ରଜ ପାଳିଲେ ମୁଖ୍ୟମନ୍ତ୍ରୀ କଥା ଓ କାମରେ ଓଡିଆ ଅସ୍ମିତା, ସଂସ୍କୃତି ଓ ପରମ୍ପରାକୁ ସମ୍ମାନ - ବିଶ୍ୱ ସମ୍ବାଦ କେନ୍ଦ୍ର ଓଡିଶା

ଜନତାଙ୍କ ସହ ରଜ ପାଳିଲେ ମୁଖ୍ୟମନ୍ତ୍ରୀ କଥା ଓ କାମରେ ଓଡିଆ ଅସ୍ମିତା, ସଂସ୍କୃତି ଓ ପରମ୍ପରାକୁ ସମ୍ମାନ

ଭୁବନେଶ୍ୱର: ସମୟ ଥିଲା ଅପରାହ୍ନ । ରାଜ୍ୟ ସଂଗ୍ରହାଳୟରେ ହଜାର ହଜାର ପୁଅ, ଝିଅ ଓ ଦର୍ଶକମାନଙ୍କ ଭିଡ । ପାରମ୍ପରିକ ଲୋକକଳା, ଲୋକନୃତ୍ୟ, ଲୋକବାଦ୍ୟରେ ଭରି ଉଠୁଥିଲା ସଂଗ୍ରହାଳୟ ପରିସର । ଏହି ସମୟରେ ଆସି ପହଞ୍ଚିଥିଲେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ । ହୁଳହୁଳି, କରତାଳି ଓ ପାରମ୍ପରିକ ନୃତ୍ୟବାଦ୍ୟର ତାଳେତାଳେ ମୁଖ୍ୟମନ୍ତ୍ରୀଙ୍କୁ ପାଛୋଟି ନେଇଯାଇଥିଲେ ସାଧାରଣ ଜନତା । ରାଜ୍ୟ ସଂସ୍କୃତି ବିଭାଗ ପକ୍ଷରୁ ଆୟୋଜିତ ରାଜ୍ୟସ୍ତରୀୟ ରଜ ମହୋତ୍ସବରେ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଯୋଗଦେଇ ସାଧାରଣ ଲୋକଙ୍କ ସହିତ ପାଳନ କରିଥିଲେ ରଜ ମହୋତ୍ସବ । ଫୁଲ ଗଛରେ ପାଣି ଦେଇ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ ମୁଖ୍ୟମନ୍ତ୍ରୀ । ଜଣେ ଖାଣ୍ଟି ଓଡିଆ ଘରର ପୁଅ ଭଳି ପୋଡ ପିଠା ଖାଇଥିଲେ, ରଜ ପାନ ଖାଇଥିଲେ । ପିଲାଙ୍କୁ ଦୋଳି ମଧ୍ୟ ଖେଳାଇଥିଲେ । ସେଠାରେ ରଜ ମହୋତ୍ସବ ପାଳିବା ପାଇଁ ଉପସ୍ଥିତ ଥିବା ଯୁବକ, ଯୁବତୀ ଓ ଜନତାଙ୍କୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ ରଜ ମହୋତ୍ସବ ହେଉଛି ଓଡିଆ ସଂସ୍କୃତି ଓ ଅସ୍ମିତାର ଗଣପର୍ବ । ନୂଆ ସରକାର ଆସିବା ପରେ ସଂସ୍କୃତି ବିଭାଗ ପକ୍ଷରୁ ରଜ ପର୍ବ ପାଳନ କରିବା ଏକ ସୁନ୍ଦର ଉଦ୍ୟମ ବୋଲି ସେ କହିଥିଲେ । ଓଡିଆ ଘରେ ରଜ ପର୍ବ ପାଳନ ସମ୍ପର୍କରେ ବର୍ଣ୍ଣନା କରି ପୁଅ, ଝିଅମାନେ କିଭଳି ନୂଆ ବସ୍ତ୍ର ପରିଧାନ କରନ୍ତି, ସମସ୍ତେ କିପରି ମିଠା ପତ୍ରରେ ତିଆରି ରଜ ପାନର ମଜା ନିଅନ୍ତି, ମା’ମାନେ କିପରି ପୋଡ ପିଠା କରି ସମସ୍ତଙ୍କୁ ଖୁଆନ୍ତି, ଗାଁ ଗହଳିରେ କିପରି ଦୋଳି ଖେଳ ଓ ତାସ ଖେଳର ମଜା ନିଅନ୍ତି ସେ ସମ୍ପର୍କରେ ବିସ୍ତୃତ ରୂପରେଖ ରଖିଥିଲେ । ମୁଖ୍ୟମନ୍ତ୍ରୀଙ୍କ ଠାରୁ ରଜ ପର୍ବ ବିଷୟରେ ଶୁଣି ସମସ୍ତେ ଅନୁଭବ କରିଥିଲେ ଯେ ମୁଖ୍ୟମନ୍ତ୍ରୀ ହେଉଛନ୍ତି ଜଣେ ଖାଣ୍ଟି ଓଡିଆ ଘରର ପୁଅ । ଓଡିଆ ଅସ୍ମିତା ଓ ସଂସ୍କୃତିର ଏହି ଗଣପର୍ବକୁ ନୂଆ ସରକାର ଆସିବା ପରେ ପ୍ରଥମ ଥର ପାଇଁ ଯେପରି ଚିତାକର୍ଷକ ଭାବରେ ଆୟୋଜନ କରାଯାଇଛି ସେଥିପାଇଁ ସଂସ୍କୃତି ବିଭାଗକୁ ମୁଖ୍ୟମନ୍ତ୍ରୀ ଧନ୍ୟବାଦ ଦେଇଥିଲେ । ସଂସ୍କୃତି ବିଭାଗ ସଚିବ ଶାଳିନୀ ପଣ୍ଡିତ ଜନଜାତି ଜୀବନ ଶୈଳି ଉପରେ ଆଧାରିତ ଏକ କଫି ଟେବୁଲ୍ ପୁସ୍ତକ ମୁଖ୍ୟମନ୍ତ୍ରୀଙ୍କୁ ପ୍ରଦାନ କରିଥିଲେ । କାର୍ଯ୍ୟକ୍ରମରେ ଏକାମ୍ର ବିଧାୟକ ବାବୁ ସିଂ, ବିଭାଗୀୟ ନିର୍ଦ୍ଦେଶକ ଦିଲ୍ଲୀପ ରାଉତରାୟ ଓ ଅନ୍ୟ ନେତୃବୃନ୍ଦ ଉପସ୍ଥିତ ଥିଲେ ।

Leave a Reply